ସୀତା ଠାକୁରାଣୀଙ୍କ ଦର୍ଶନ ଲାଗି ଭକ୍ତଙ୍କ ଭିଡ଼

ଢେଙ୍କିକୋଟ, ୧୭।୬(ଡି.ଏନ୍‌.ଏ.)- ଓଡ଼ିଶାର ଅନ୍ୟତମ ପର୍ଯ୍ୟଟନସ୍ଥଳୀ ସୀତାବିଞ୍ଜଠାରେ ଶନିବାରଠାରୁ ଆରମ୍ଭ ହୋଇଛି ୩ ଦିନିଆ ରଜମେଳା। ପ୍ରତିବର୍ଷ ପରି ରଜମେଳାର ପ୍ରଥମ ଦିନରେ ମା’ ସୀତା ଠାକୁରାଣୀଙ୍କ ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ଭିଡ଼ ଜମିଥିଲା। ରାଜ୍ୟ ଓ ରାଜ୍ୟ ବାହାରୁ ହଜାର ହଜାର ପର୍ଯ୍ୟଟକ ଆସି ପହଞ୍ଚିଥିଲେ। ମେଳାରେ ଶୃଙ୍ଖଳା ରକ୍ଷା ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ଲୋକମାନେ ଧାଡ଼ିରେ ଯାଇ ଠାକୁରାଣୀଙ୍କୁ ଦର୍ଶନ କରି ପୂଜାର୍ଚ୍ଚନା କରିଥିଲେ। ରଜ ସଂକ୍ରାନ୍ତୀରେ ସୀତାବିଞ୍ଜ ପାଦ ଦେଶରେ ପ୍ରବାହିତ ସୀତାନଦୀରେ ବୁଡ଼ ପକାଇ ମା’ସୀତାଠାକୁରାଣୀ ଓ ତାଙ୍କ ଜମଜ ପୁତ୍ର ଲବକୁଶଙ୍କୁ ଦର୍ଶନ କଲେ ମନସ୍କାମନା ପୂର୍ଣ୍ଣ ହୋଇଥାଏ ବୋଲି ଲୋକ ବିଶ୍ୱାସ ରହିଛି।
ମୁଖ୍ୟ ପୂଜକ ନାଥ ଦେହୁରୀ ଭୋର ୫ଟାରୁ ମା’ଙ୍କ ସ୍ନାନାଦି ପୂଜାବିଧି ସମ୍ପନ୍ନ କରିବାପରେ ସକାଳ ୬ଟାରେ ଆଳତୀ କରାଯାଇଥିଲା। ଏହା ପରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ସୁଯୋଗ ମିଳିଥିଲା। ତ୍ରେତୟା ଯୁଗର କିମ୍ବଦନ୍ତୀ ବହନ କରୁଥିବା ସୀତାବିଞ୍ଜରେ ପଡ଼ିଥିବା ରଜମେଳାରେ ବିଭିନ୍ନ ପସରା ଆକର୍ଷଣ ସାଜିଛି। ମେଳାର ପ୍ରଥମ ଦିନରେ ୫୦ ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ଉକ୍ତ ମା’ଙ୍କୁ ଦର୍ଶନ କରିଥିବା କୁହାଯାଇଛି। ସୀତାବିଞ୍ଜ ଗ୍ରାମବାସୀଙ୍କ ସମେତ ଟ୍ରଷ୍ଟି ଏବଂ ଗ୍ରାମର ମହିଳା ମଣ୍ଡଳ ମେଳା ପରିଚାଳନାରେ ସହଯୋଗ କରିଥିଲେ। ଟ୍ରଷ୍ଟି ପକ୍ଷରୁ ମାଘ ଦେହୁରୀ, ନାରଣ ଦେହୁରୀ, ରବୀନ୍ଦ୍ର ଦେହୁରୀ ଏବଂ ବିକାଶ ଦେହୁରୀ କାର୍ଯ୍ୟ ତଦାରଖ କରିଥିବା ସଭାପତି ଦୁଃଶାସନ ନାୟକ ପ୍ରକାଶ କରିଛନ୍ତି। ଢେଙ୍କିକୋଟ ଫାଣ୍ଡି ଓ ଘଟଗାଁ ଥାନା ପୋଲିସ ଶାନ୍ତି ଶୃଙ୍ଖଳା ରକ୍ଷା କରିଥିଲେ। ଏଥିସହ କେନ୍ଦୁଝର ଜିଲା ସଦର ମହକୁମାରୁ ଆସିଥିବା ପୋଲିସ ଫୋର୍ସ ମୁତୟନ ରହିଥିଲେ। ସୀତାବିଞ୍ଜରେ ପୁରାତନ ଯୁଗର ଶିଳାଲିପି, ରାବଣ ଛାୟା ଭଣ୍ଡାରଘର ଓ ଚତୁର୍ମୁଖୀ ବ୍ରହ୍ମା ସବୁବେଳେ ପର୍ଯ୍ୟଟକଙ୍କ ପାଇଁ ଆକର୍ଷଣ ସାଜିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

ପାରିବାରିକ କଳହର କରୁଣ ପରିଣତି, ସାନଭାଇ ମାଡ଼ରେ ବଡ଼ ଭାଇଙ୍କ ମୃତ୍ୟୁ ଅଭିଯୋଗ

ଭୋଗରାଇ,୧୮l୧୨ ( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମାନକୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘର ରାସ୍ତାରେ ବାଇକ୍ ରଖାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri