ସୀମାନ୍ତରେ ଧରାପଡ଼ିଲେ ୪୭ ଶ୍ରମିକ

ଚମ୍ପୁଆ, ୮।୫(ଡି.ଏନ.ଏ.)- କରୋନା ମହାମାରୀ ପାଇଁ ସରକାରଙ୍କ ନିର୍ଦ୍ଦେଶ ପରେ ଉପାନ୍ତ ଅଞ୍ଚଳର ସୀମା ସିଲ୍‌ କରାଯାଇଛି। ଏଠାରେ ବ୍ୟାପକ ତନଖି ସହିତ ଅନୁପ୍ରବେଶ ରୋକିବା ଏବଂ ରାଜ୍ୟ ବାହାରେ କାମ କରୁଥିବା ପ୍ରବାସୀ ଶ୍ରମିକମାନେ ଓଡିଶା ମଧ୍ୟକୁ ପ୍ରବେଶ ସମୟରେ ତାଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରାଯିବା ସହିତ ସଙ୍ଗରୋଧ ଗୃହରେ ରଖା ଯିବା ପାଇଁ ପୋଲିସ ଓ ପ୍ରଶାସନ ପକ୍ଷରୁ ମିଳିତ ଉଦ୍ୟମ ଜାରି ରହିଛି। ଏନେଇ ଚମ୍ପୁଆ ଓ ଜୟନ୍ତିଗଡ ମଝିରେ ଚେକପୋଷ୍ଟ କରାଯାଇ ୨୪ ଘଣ୍ଟିଆ ଡ୍ୟୁଟି ବ୍ୟବସ୍ଥା କରାଯାଉଛି। ମାତ୍ର ଶ୍ରମିକମାନେ ଏହି ଚେକିଂକୁ ଚକମା ଦେଖାଇ ଏକ ଟ୍ରେଲର ଡାଲାରେ ବସି ଖସି ଯିବାକୁ ଚେଷ୍ଟା କରୁଥିବା ବେଳେ ଧରାପଡ଼ିଛନ୍ତି। ସୂଚନା ଅନଯାୟୀ, ବୁଧବାର ରାତି ପ୍ରାୟ ୮ଟା ସମୟରେ ରାଜସ୍ଥାନ ନମ୍ବର ଥିବା ଏକ ମାଲବାହି ଟ୍ରେଲର ସୀମାନ୍ତ ଅତିକ୍ରମ କରୁଥିବା ବେଳେ ପୋଲିସ କର୍ମଚାରୀ ଯାଞ୍ଚ କରିଥିଲେ। କାଗଜ ପତ୍ରରୁ ଟ୍ରେଲରଟି ଖାଲି ଗାଡ଼ି ବୋଲି ଜଣାପଡିଥିଲେ ହେଁ ଗାଡି ଉପରେ ଘୋଡାଯାଇଥିବା ପାଲକୁ ପୋଲିସ ସନ୍ଦେହରେ ଖୋଲିବାରୁ ଡାଲା ମଧ୍ୟରେ ୪୭ ଜଣ ଶ୍ରମିକ ଥିବା ଜଣାପଡ଼ିଥିଲା। ଉକ୍ତ ୪୭ ଜଣଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ଗୁରୁବାର ସନ୍ଧ୍ୟାରେ ସେମାନଙ୍କୁ କୋଟା ପଠାଯାଇଥିବା ପୋଲିସ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ହାଟଡିହୀରେ ବିରୋଧୀଙ୍କୁ ଶକ୍ତ ଝଟକା: ଭାଜପାରେ ମିଶିଲେ…

ହାଟଡିହୀ,୧୩।୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀ ବ୍ଲକ ମରୈଗାଁ ପଞ୍ଚାୟତ ବେତିରା ଗ୍ରାମର ୬୦ରୁ ଉର୍ଦ୍ଧ ଅନ୍ୟ ଦଳର କର୍ମୀ ଦଳ ଛାଡି…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

ଋଷିକୁଲ୍ୟା ରୟତ ମହାସଭାର ବଡ଼ ଦାବି

ଛତ୍ରପୁର,୧୩ା୯(ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଭାଗଚାଷୀଙ୍କ ସ୍ବାର୍ଥରକ୍ଷା ପାଇଁ ସ୍ବତନ୍ତ୍ର ଭାଗଚାଷୀ ଆଇନ ପ୍ରଣୟନ ସହ ଭୂ-ବନ୍ଦୋବସ୍ତ ପ୍ରକ୍ରିୟା ତୁରନ୍ତ କାର୍ଯ୍ୟକାରୀ କରିବାକୁ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

ଗଣେଶ ପୂଜା-ନୂଆଁଖାଇ, ପୌରକେଲାରେ ସ୍ୱଚ୍ଛତା ଅଭିଯାନ

କର୍ଲାମୁଣ୍ଡା,୧୩।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଳା ନୂଆଁଖାଇ ପର୍ବ ଅବସରରେ ପୌରକେଲା ଗ୍ରାମର ମା ସୁନାମୁଖୀ ଯୁବ ସଂଗଠନ ପକ୍ଷରୁ ରବିବାର ଏକ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?