ସୀମାନ୍ତରେ ପୋଲିସ-ମାଓବାଦୀ ଗୁଳି ବିନିମୟ : ୪ ମାଓବାଦୀ ନିହତ

ମାଲକାନଗିରି,୬ା୭(ଡି.ଏନ୍‌.ଏ.): ମାଲକାନଗିରି ସୀମାନ୍ତ ଛତିଶଗଡ଼ ଧମତରି ଜିଲା ଗମେଚକା ଥାନା ଅଞ୍ଚଳରେ ଶନିବାର ସକାଳେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୪ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ସୂଚନାନୁଯାୟୀ, ଏସ୍‌ଟିଏଫ୍‌ ଓ ଡିଏଫ୍‌ ଯବାନମାନେ ପ୍ରତିଦିନ ପରି କୋମ୍ବିଂ ଅପରେଶନକୁ ବାହାରିଥିଲା ବେଳେ ମାଓବାଦୀମାନେ ଖଲାରୀ ଏବଂ ମେଚକା ଗ୍ରାମ ଜଙ୍ଗଲରେ ଏକ ବୈଠକ କରୁଥିବା ଜାଣିବାକୁ ପାଇଥିଲେ। ତେବେ ଯବାନମାନେ ସେହି ଅଞ୍ଚଳକୁ ଘେରାବନ୍ଦୀ କରିଥିବାବେଳେ ମାଓବାଦୀମାନେ ଏହା ଜାଣିପାରି ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳିଚାଳନା କରିଥିଲେ। ସୁରକ୍ଷାକର୍ମୀଙ୍କ ପାଲଟା ଗୁଳିରେ ୪ ମାଓବାଦୀ ନିହତ ହୋଇଥିବାବେଳେ ସେହି ସ୍ଥାନରୁ ୭ଟି ବନ୍ଧୁକ ଜବତ କରାଯାଇଛି। ଏଥିରେ ଆହୁରି ଅନେକ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ସନ୍ଦେହ କରି ଉକ୍ତ ଅଞ୍ଚଳରେ ତଲାସୀ ଅଭିଯାନ ଜୋରଦାର କରାଯାଇଛି। ବର୍ତ୍ତମାନ ସୁଦ୍ଧା ମୃତ ମାଓବାଦୀଙ୍କ ପରିଚୟ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri