ସୀମାନ୍ତ ପରିଦର୍ଶନ କଲେ ପୂର୍ବାଞ୍ଚଳ ଆଇଜି

ବାରିପଦା ଅଫିସ, ୩୧ା୩- ଆସନ୍ତା ଏପ୍ରିଲ ୧୪ ପର୍ଯ୍ୟନ୍ତ ଲକଡାଉନକୁ କଡ଼ାକଡ଼ି ପାଳନ କରାଯିବା ସହିତ ସମସ୍ତ ରାଜ୍ୟ ଓ ଜିଲାର ସୀମାନ୍ତବର୍ତ୍ତୀ ସ୍ଥାନଗୁଡ଼ିକ ସିଲ୍‌ କରାଯାଇଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ପୂର୍ବାଞ୍ଚଳ ଆଇଜି ଦିପ୍ତେଶ ପଟ୍ଟନାୟକ ମୟୂରଭଞ୍ଜ ଜିଲା ଗସ୍ତରେ ଆସି ଓଡ଼ିଶା, ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ସୀମାନ୍ତବର୍ତ୍ତୀ ସ୍ଥାନ ଜାମଶୋଳା ଅଞ୍ଚଳ ପରିଦର୍ଶନ ସହ ସ୍ଥିତି ଅନୁଧ୍ୟାନ କରିଥିଲେ। ଆଇଜିଙ୍କ ସହିତ ମୟୂରଭଞ୍ଜ ଏସ୍‌ପି ପରମାର ସ୍ମିଥ ପୁରୁଷୋତ୍ତମ ଦାସ , ସାରସକଣା ତହସିଲଦାର ସତ୍ୟବାନ ନାୟକ, ବିଡିଓ ସଂଗ୍ରାମ କେଶରୀ ଭୋଳ, ଝାରପୋଖରିରିଆ ଥାନା ଭାରପ୍ରାପ୍ତ ଅଧିକାରୀ ସୁଦର୍ଶନ ଗାଙ୍ଗୋଇ ପ୍ରମୁଖ ଉପସ୍ଥିତ ଥିଲେ। ଊଲ୍ଲେଖଯୋଗ୍ୟ ଯେ, ଜିଲାର ବିଭିନ୍ନ ସ୍ଥାନରେ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର କ୍ୟାମ୍‌ କରାଯାଇ ଶ୍ରମିକମାନଙ୍କୁ ରଖାଯାଇଥିବା ବେଳେ ସେମାନଙ୍କ ଖାଦ୍ୟପେୟର ବନ୍ଦୋବସ୍ତ ମଧ୍ୟ କରାଯାଇଛି।