Posted inଜାତୀୟ

ସୀମାରେ ଯାଞ୍ଚ୍‌ କଡ଼ାକଡ଼ି, ବିମାନ ବନ୍ଦରରେ ହାଇ ଆଲର୍ଟ: କରୋନା ମୁକାବିଲା ପାଇଁ ପ୍ରସ୍ତୁତି

ନୂଆଦିଲ୍ଲୀ,୫।୩: ଭାରତରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ରାଜନେତାଙ୍କୁ ମଧ୍ୟ କରୋନା ଭୟ ଘାରିଛି। ତେବେ ସରକାର ସୁରକ୍ଷା ପଦକ୍ଷେପ ଗ୍ରହଣ କରିଥିବା ରାଜ୍ୟ ସଭାରେ ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ ଗୁରୁବାର ସୂଚନା ଦେଇଛନ୍ତି। ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୯ ଥିବାବେଳେ ସେଥିମଧ୍ୟରୁ ୩ ଜଣଙ୍କ ଚିକିତ୍ସା ହୋଇ ସାରିଥିବା ହର୍ଷବର୍ଦ୍ଧନ କହିଛନ୍ତି। ବିଦେଶରୁ ଫେରୁ ଥିବା ପ୍ରତି ଲୋକଙ୍କ ଯାଞ୍ଚ୍‌ କରାଯାଉଛି ବୋଲି ସେ କହିଛନ୍ତି। ଏହା ସହିତ ଦେଶର ପ୍ରତି ସୀମାରେ ଯାଞ୍ଚ୍‌ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସେହିପରି ବିମାନ ବନ୍ଦରରେ ହାଇ ଆଲର୍ଟ ଜାରି କରାଯାଇଛି। ଗତ ଜାନୁୟାରୀ ୧୭ଠାରୁ ସରକାର କରୋନାର ମୁକାବିଲା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଛି। ଏହା ଅନ୍ତର୍ଗତ ବିଦେଶରୁ ଫେରୁଥବା ଲୋକଙ୍କ ଉପରେ ୧୪ ଦିନ ଧରି ସ୍ବାସ୍ଥ୍ୟ ଯାଞ୍ଚ୍‌ ପ୍ରକ୍ରିୟା ମଧ୍ୟରେ ରଖାଯାଉଛି। ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ସମସ୍ୟା ଉପରେ କଡ଼ା ନଜର ରଖିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri