ସୀମା ଟପିଲା ମାଙ୍କଡ଼ ଉପଦ୍ରବ: ଗ୍ରାମବାସୀ ଆତଙ୍କିତ

ବସ୍ତା,୨୭।୭(ସ୍ବ.ପ୍ର.)-ବସ୍ତା ବ୍ଲକ କୁଳିଦା ପଞ୍ଚାୟତର କୁଳିଦା, ଆଗ୍ରଡ଼ା, ତେନ୍ତୁଳିଆ ଆଦି ଗ୍ରାମରେ ଗତ କିଛିଦିନ ହେଲା ମାଙ୍କଡ଼ ଉପଦ୍ରବ ଚରମ ସୀମାରେ ପହଞ୍ଚତ୍ଛି। ମାଙ୍କଡ଼ ଗାଁରେ ବିଭିନ୍ନ କ୍ଷତି ଘଟାଇବା ସହ ଲୋକଙ୍କୁ ଆକ୍ରମଣ କରୁଛନ୍ତି। ଗତ ୭ଦିନ ପୂର୍ବରୁ ମାଙ୍କଡ଼ କାମୁଡାରେ ୧୦ରୁ ଊର୍ଦ୍ଧ୍ୱ ଲୋକ ଆହତ ହୋଇଥିଲେ। ଖବରପାଇ ବନବିଭାଗ ସେଠାରେ ପହଞ୍ଚତ୍ ମାଙ୍କଡ଼ ଘଉଡ଼ାଇବା ସହିତ କିଛି ମାଙ୍କଡ଼କୁ ଆୟତ୍ତ କରି ଜଙ୍ଗଲରେ ନେଇ ଛାଡ଼ିଥିଲେ। ମାତ୍ର ପୁଣି ଗତ ଗୁରୁବାରଠାରୁ ମାଙ୍କଡ଼ଙ୍କ ଦୌରାତ୍ମ୍ୟ ବଢ଼ିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି ା ଶୁକ୍ରବାର କୁଳିଦା ଗ୍ରାମର ପଦ୍ମାବତୀ ଗିରି ନାମକ ଜନୈକା ମହିଳାଙ୍କ ନାକକୁ ଗୋଟିଏ ମାଙ୍କଡ କାମୁଡି ଛିଣ୍ଡାଇ ଦେବା ସହିତ ତାଙ୍କ ମୁହଁରେ ଗଭୀର କ୍ଷତ ସୃଷ୍ଟି ହୋଇଛି। ସେ ଗୁରୁତର ହୋଇପଡିଛନ୍ତି। ତାଙ୍କୁ ତୁରନ୍ତ ବସ୍ତା ଡାକ୍ତରଖାନାକୁ ଅଣାଯାଇଥିଲା। ମାତ୍ର ସେଠାରେ ଚିକିତ୍ସା ସମ୍ଭବ ନ ହେବାରୁ ତାଙ୍କୁ ତୁରନ୍ତ କଟକ ସ୍ଥାନାନ୍ତରିତ ଲାଗି ଡାକ୍ତର ପରାମର୍ଶ ଦେଇଥିଲେ। ମାଙ୍କଡ଼ ଭୟରେ ଛୋଟ ଛୋଟ ପିଲାମାନଙ୍କୁ ସ୍କୁଲ ପଠାଇବା ପାଇଁ ଅଭିଭାବକମାନେ ଭୟ କରୁଛନ୍ତି। ଏହାର ସ୍ଥାୟୀ ପ୍ରତିକାର ସହ ଆହତମାନଙ୍କୁ କ୍ଷତିପୂରଣ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ଉତ୍ସବରେ ଗୋଷ୍ଠୀ ସଂଘର୍ଷ: ଖଣ୍ଡା, ଭୁଜାଲି ମାଡ଼ରେ ୫ ଗୁରୁତର

ନୀଳଗିରି,୨୬।୩(ପ୍ରଶାନ୍ତ କୁମାର ବିଶ୍ବାଳ): ରଙ୍ଗର ପର୍ବ ହୋଲି ପାଇଁ ସବୁଠି ଉତ୍ସବ ମୁଖର ଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ଥାନା ବାଉଁଶବଣିଆ ପଞ୍ଚାୟତ ଅଧୀନ...

ହୋଲି ଅଘଟଣ: ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଛାତ୍ର

ଭୁବନେଶ୍ୱର,୨୬।୩: ରଙ୍ଗର ପର୍ବ ହୋଲିରେ ଘଟିଛି ଅଘଟଣ । ପୋଖରୀରେ ଗାଧୋଇଲା ବେଳେ ବୁଡ଼ି ୨ଜଣଙ୍କ ମୃତ୍ୟୁ ଘଟିଛି। କଟକ ଜିଲା ସାଲେପୁର ଥାନା ଅଧୀନ...

ବାଲେଶ୍ୱରରୁ ସ୍ବାଧୀନ ପ୍ରାର୍ଥୀ ଭାବେ ଲଢ଼ିବାକୁ ଘୋଷଣା କଲେ ଖାରବେଳ ସ୍ବାଇଁ

ଭୁବନେଶ୍ୱର,୨୫।୩: ଭାରତୀୟ ଜନତା ପାର୍ଟି (ଭାଜପା) ରବିବାର ପଞ୍ଚମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କରିଛି। ଏଥିରେ ମୋଟ ୧୧୧ ପ୍ରାର୍ଥୀଙ୍କୁ ଟିକେଟ ଦିଆଯାଇଛି। ଓଡ଼ିଶାର...

ବାହାଘର ସାତ ଦିନ ପରେ ନବବଧୂଙ୍କ ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ

ବାଲେଶ୍ୱର, ୨୫।୩: ବିବାହର ସାତ ଦିନ ପରେ ଜଙ୍ଗଲରୁ ମିଳିଲା ନବ ବଧୂଙ୍କର ମୃତଦେହ। ବାଲେଶ୍ୱର ଜିଲାର ସୋର ଅଂଚଳରେ ଏହି ଘଟଣାର ଘଟିଥିବା ସୂଚନା...

କାନ୍ଥ ଭୁଶୁଡ଼ି ପୁଅଙ୍କ ଜୀବନ ଗଲା, ମା-ବାପା ଗୁରୁତର

ଭୋଗରାଇ,୨୫।୩(ପ୍ରଦୀପ ଦାସ): କାନ୍ଥ ଭୁଶୁଡ଼ି ପଡ଼ିବାରୁ ଗୋଟିଏ ପରିବାରର ପୁଅଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ମା-ବାପା ଗୁରୁତର ଅଛନ୍ତି। ତାଙ୍କୁ ବାଲେଶ୍ୱର ମୁଖ୍ୟ ଡାକ୍ତରଖାନାରେ...

ସାଇକେଲରେ ପଞ୍ଚଲିଙ୍ଗେଶ୍ୱର ପହଞ୍ଚିଲେ ବିଦେଶୀ ପର୍ଯ୍ୟଟକ

ନୀଳଗିରି, ୨୪।୩(ପ୍ରଶାନ୍ତ ବିଶ୍ୱାଳ):ପର୍ଯ୍ୟଟନ ମାନଚିତ୍ରରେ ଉତ୍ତରଓଡ଼ିଶାର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ପଞ୍ଚଲିଙ୍ଗେଶ୍ୱର। ବିସ୍ତୀର୍ଣ୍ଣ ସବୁଜ ବନାନୀ ପଞ୍ଚଲିଙ୍ଗେଶ୍ୱରକୁ ପ୍ରତିଦିନ ଦେଶ ଓ ଦେଶ ବାହାରର ପର୍ଯ୍ୟଟକଙ୍କୁ ଆକର୍ଷିତ...

ମାରାଥନ ଚଢ଼ାଉ, ଚୋରା ବେପାରୀ ଛାନିଆଁ

ବାଲେଶ୍ୱର,୨୪।୩(ମାନସ ବିଶ୍ୱାଳ):ବାଲେଶ୍ୱର ସହର ନିକଟସ୍ଥ ପୁରୁଣା ବାଲେଶ୍ୱର ଓ ବସ୍ତା ଥାନା ଅଧୀନ ଗାନ୍ଧି ଛକ ଦେଶୀ ମଦ କାରବାରର ହବ୍‌ ପାଲଟିଛି। ପୁରୁଣାବାଲେଶ୍ୱରରୁ ଜିଲାର...

୧ରୁ ଚନ୍ଦନେଶ୍ୱର ମହାଦେବଙ୍କ ପ୍ରସିଦ୍ଧ ଚୈତ୍ର ଚଡ଼କ ମେଳା

ଭୋଗରାଇ, ୨୩।୩(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସ୍ଥିତ ପୂର୍ବଭାରତର ପ୍ରସିଦ୍ଧ ଶୈବପୀଠ ଚନ୍ଦନେଶ୍ୱର ମହାଦେବଙ୍କ ବିଶ୍ୱପ୍ରସିଦ୍ଧ ଚୈତ୍ର ଚଡ଼କମେଳା ଆସନ୍ତା ୧ରୁ ଶୁଭାରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri