ସୀମା ସିଲ୍‌ ସମ୍ଭବ ନୁହେଁ

ଭୁବନେଶ୍ୱର, ୨୨।୪(ବ୍ୟୁରୋ): ପଶ୍ଚିମବଙ୍ଗ ଫେରନ୍ତାଙ୍କ ଯୋଗୁ ରାଜ୍ୟରେ ଗତ ୨ଦିନ ଧରି କରୋନା ସଂକ୍ରମିତଙ୍କ ସଂଖ୍ୟା ବେଶ୍‌ ବୃଦ୍ଧି ପାଇଛି। ଯାହାକୁ ନେଇ ରାଜ୍ୟ ସରକାର ଚିନ୍ତାରେ ପଡ଼ିଯାଇଛନ୍ତି। ରାଜ୍ୟର ସୀମାବର୍ତ୍ତୀ ସମସ୍ତ ସ୍ଥଳଭାଗକୁ ସିଲ୍‌ କରିବା ସମ୍ଭବ ନୁହେଁ। ପୋଲିସ ମୁତୟନ କରାଗଲେ ଜାତୀୟ ବା ରାଜ୍ୟ ସଡ଼କରେ ଯାନବାହନ ଉପରେ ଆଖି ରଖାଯାଇପାରିବ। କିନ୍ତୁ ତାହା ସମ୍ଭବ ନୁହେଁ ବୋଲି କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ମଙ୍ଗଳବାର କହିଛନ୍ତି। ସେ କହିଛନ୍ତି ଯେ, ଓଡ଼ିଶାର ସୀମାକୁ ୪ଟି ରାଜ୍ୟ ଯଥା ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ଛତିଶଗଡ଼, ଆନ୍ଧ୍ରପ୍ରଦେଶ ଲାଗି ରହିଛି। ପଶ୍ଚିମବଙ୍ଗ ସୀମାକୁ ଓଡ଼ିଶାର ନିକଟସ୍ଥ ଜିଲା ବାଲେଶ୍ୱର ଏବଂ ମୟୂରଭଞ୍ଜ ଲାଗି ରହିଛି ଏବଂ ଏହାର ଅବଧି ବା ପରିଧି ପ୍ରାୟ ୨୦୨ କିଲୋମିଟର। ସେହିଭଳି ଝାଡ଼ଖଣ୍ଡ ସୀମାକୁ ମୟୂରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡ଼ ଜିଲା ଲାଗି ରହିଛି। ଏହି ୩ଟି ଜିଲାର ପରିଧି ୫୯୧ କିଲୋମିଟର ରହିଛି। ଅନ୍ୟପଟେ ଛତିଶଗଡ଼ ସୀମାକୁ ଲାଗି ରହିଛି ଓଡ଼ିଶାର ୮ଟି ଜିଲା। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି। ଏହି ସୀମାର ପରିଧି ୧,୨୨୬ କିମି ରହିଛି। ସେହିଭଳି ଆନ୍ଧ୍ରପ୍ରଦେଶ ସୀମାକୁ ଲାଗି ରହିଥିବା ଓଡ଼ିଶାର ୫ଟି ଜିଲା ହେଉଛି କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି ଓ ଗଞ୍ଜାମ। ଯାହାର ପରିଧି ହେଉଛି ୧,୦୨୪ କିଲୋମିଟର। ଏହା ବ୍ୟତୀତ ସମୂଦ୍ରତଟ କଥା ଯଦି ଦେଖିବା, ତେବେ ଭୌଗୋଳିକ ତଥ୍ୟ ବ୍ୟବସ୍ଥା(ଜିଆଇଏସ୍‌) ମ୍ୟାପିଂ ଅନୁଯାୟୀ ପ୍ରାୟ ୫୨୨ କିମି ରହିଛି। ଏହି ସବୁ ସୀମାକୁ କୌଣସି ପୋଲିସ ଆରକ୍ଷୀ ଅଟକାଇ ପାରିବେ ନାହିଁ। କାରଣ ଏହି ସ୍ଥଳଭାଗ ସୀମା ଅଧିକାଂଶ ଜଙ୍ଗଲରେ ପରିପୂର୍ଣ୍ଣ। ତେଣୁ ଏହାକୁ ତନ୍ନତନ୍ନ କରି ଜଗିବା ସମ୍ଭବ ହେବ ନାହିଁ। ତେବେ ବର୍ତ୍ତମାନ ସ୍ଥିତିରେ ସୀମା ପାର ହୋଇ ଆସୁଥିବା ଲୋକଙ୍କୁ ସଙ୍ଗରୋଧ କରିବାକୁ ପଞ୍ଚାୟତ ପ୍ରତିନିଧିମାନେ ହିଁ ଆମ ବଳ। ତେଣୁ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୬୭୯୮ ପଞ୍ଚାୟତ ପ୍ରତିନିଧିଙ୍କ ସହ ଭିଡିଓ କନଫରେନ୍ସିଂରେ କଥା ହୋଇ ସେମାନଙ୍କର ସହଯୋଗ ଲୋଡ଼ିବେ ବୋଲି ବାଗ୍‌ଚୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୀଳଗିରିକୁ ପଶିଲେ ୨୭ଟିକିଆ ଝାଡଖଣ୍ଡି ହାତୀପଲ: ବନାଞ୍ଚଳବାସୀ ଆତଙ୍କିତ

ନୀଳଗିରି,୧୦।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିକୁ ପ୍ରବେଶ କଲେ ୨୭ ଟିକିଆ ଝାଡଖଣ୍ଡି ହାତୀପଲ। ଝାଡଖଣ୍ଡ ଦଲମା ଜଙ୍ଗଲରୁ ଗତ ୨୦୧୦ ମସିହାରୁ ଚିରାଚରିତ...

ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ: ୭ ଦିନରେ ଦାବି…

ଭୁବନେଶ୍ୱର,୧୦।୧୨: ଗାନ୍ଧିମାର୍ଗରେ ଆନ୍ଦୋଳନରେ ବସିଥିବା ପ୍ରାଥମିକ ଶିକ୍ଷକ ଆନ୍ଦୋଳନରୁ ହଟିଛନ୍ତି। ଏକାମ୍ର ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ସହ...

ସ୍କୁଲ ପରିସରରେ ମୂଷା ମରା ଔଷଧ ଖାଇ ଆତ୍ମହତ୍ୟା ଉଦ୍ୟମ କଲେ ନବମ ଶ୍ରେଣୀ ଛାତ୍ରୀ, ମା’ କହିଲେ ଏହି କାରଣ ପାଇଁ…

ଗଜପତି, ୧୦।୧୨(ଗିରିଧାରୀ ପରିଛା): ଗଜପତି ଜିଲା କାଶୀନାଗର ବ୍ଲକ କାଶୀନାଗର ବାରଣାସୀ ହାଇ ସ୍କୁଲରେ ଜଣେ ନବମ ଶ୍ରେଣୀ ଛାତ୍ରୀ ସ୍କୁଲ ପରିସରରେ ମୂଷା ମରା...

ପ୍ରବଳ ଶୀତ ଯୋଗୁ ଘୋଷଣା ହେଲା ସ୍କୁଲ ଛୁଟି, ଡିସେମ୍ୱର ୧୪ ଯାଏ…

ନୂଆଦିଲ୍ଲୀ,୧୦।୧୨: ଦେଶର ବିଭିନ୍ନ ଅଞ୍ଚଳରେ ପ୍ରବଳ ଶୀତ ଲହରୀ, ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଡିସେମ୍ୱର ଦ୍ୱିତୀୟ ସପ୍ତାହ ପାଇଁ ସ୍କୁଲଗୁଡ଼ିକୁ ବନ୍ଦ ଘୋଷଣା...

ପୋଲିସକୁ ଦେଖି ହାଇସ୍ପିଡ୍‌ରେ ନେଉଥିଲେ ଗାଡ଼ି, ସିଧା ଯାଇ ଇଲେକ୍ଟ୍ରି ଖୁଣ୍ଟରେ…

ବଲାଙ୍ଗୀର,୧୦।୧୨(ସୁନିଲ ମହାନ୍ତି): ମଙ୍ଗଳବାର ବିଳମ୍ବିତ ରାତିରେ ଟାଉନଥାନା ପୋଲିସ ପାଟ୍ରୋଲିଂ ସମୟରେ ରେଲୱେ ଷ୍ଟେଶନ ସାଲେପାଲି ଛକ ନିକଟରେ କାରରେଆସି କିଛି ଯୁବକ  ରାସ୍ତାରେ ଯାଉଥିବା...

ପାଣି ଟାଙ୍କି ଉପରେ ଚଢ଼ିଗଲା ଷଣ୍ଢ: ଆଉ ତା’ପରେ…

ଅନୁଗୋଳ ୧୦।୧୨ ( ମାନସ ବିଶ୍ୱାଳ ): ଅନୁଗୋଳ ବ୍ଲକ ବସଲା ପଞ୍ଚାୟତ ଭେରୁବଣିଆ ଗାଁର ଗ୍ରାମୀଣ ପାନୀୟ ଜଳ ଟାଙ୍କି ଉପରକୁ ଏକ ଷଣ୍ଢ...

Youtubeରେ ଗୋଲ୍ଟ ବଟନ୍ ମିଳିଲେ ମାସକୁ ମିଳେ କେତେ ଟଙ୍କା ?

ନୂଆଦିଲ୍‌ଲୀ,୧୦।୧୨: ତିଦିନ ଲକ୍ଷ ଲକ୍ଷ ଭିଡିଓ ଅପଲୋଡ଼ ହେଉଛି ଆଉ କେତେକ କ୍ରିଏଟର ଏହା ଦ୍ୱାରା କୋଟି କୋଟି ଟଙ୍କା ମଧ୍ୟ ରୋଜଗାର କରୁଛନ୍ତି। YouTube...

ଆମରଣ ଅନଶନରେ ଆୟୁଷ ଛାତ୍ରୀଛାତ୍ର : ଦେଲେ ଚେତାବନୀ, ଦାବି ପୂରଣ ନହେବା ଯାଏ…

ବଲାଙ୍ଗୀର, ୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍ପିଟାଲ ସମ୍ମୁଖରେ ନିଖିଳ ଓ ଆୟୁଷ ଛାତ୍ର ସଙ୍ଗଠନ ପକ୍ଷରୁ ଜୋରଦାର ଆନ୍ଦୋଳନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri