ସୀମା ସିଲ୍‌ ସମ୍ଭବ ନୁହେଁ

ଭୁବନେଶ୍ୱର, ୨୨।୪(ବ୍ୟୁରୋ): ପଶ୍ଚିମବଙ୍ଗ ଫେରନ୍ତାଙ୍କ ଯୋଗୁ ରାଜ୍ୟରେ ଗତ ୨ଦିନ ଧରି କରୋନା ସଂକ୍ରମିତଙ୍କ ସଂଖ୍ୟା ବେଶ୍‌ ବୃଦ୍ଧି ପାଇଛି। ଯାହାକୁ ନେଇ ରାଜ୍ୟ ସରକାର ଚିନ୍ତାରେ ପଡ଼ିଯାଇଛନ୍ତି। ରାଜ୍ୟର ସୀମାବର୍ତ୍ତୀ ସମସ୍ତ ସ୍ଥଳଭାଗକୁ ସିଲ୍‌ କରିବା ସମ୍ଭବ ନୁହେଁ। ପୋଲିସ ମୁତୟନ କରାଗଲେ ଜାତୀୟ ବା ରାଜ୍ୟ ସଡ଼କରେ ଯାନବାହନ ଉପରେ ଆଖି ରଖାଯାଇପାରିବ। କିନ୍ତୁ ତାହା ସମ୍ଭବ ନୁହେଁ ବୋଲି କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ମଙ୍ଗଳବାର କହିଛନ୍ତି। ସେ କହିଛନ୍ତି ଯେ, ଓଡ଼ିଶାର ସୀମାକୁ ୪ଟି ରାଜ୍ୟ ଯଥା ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ଛତିଶଗଡ଼, ଆନ୍ଧ୍ରପ୍ରଦେଶ ଲାଗି ରହିଛି। ପଶ୍ଚିମବଙ୍ଗ ସୀମାକୁ ଓଡ଼ିଶାର ନିକଟସ୍ଥ ଜିଲା ବାଲେଶ୍ୱର ଏବଂ ମୟୂରଭଞ୍ଜ ଲାଗି ରହିଛି ଏବଂ ଏହାର ଅବଧି ବା ପରିଧି ପ୍ରାୟ ୨୦୨ କିଲୋମିଟର। ସେହିଭଳି ଝାଡ଼ଖଣ୍ଡ ସୀମାକୁ ମୟୂରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡ଼ ଜିଲା ଲାଗି ରହିଛି। ଏହି ୩ଟି ଜିଲାର ପରିଧି ୫୯୧ କିଲୋମିଟର ରହିଛି। ଅନ୍ୟପଟେ ଛତିଶଗଡ଼ ସୀମାକୁ ଲାଗି ରହିଛି ଓଡ଼ିଶାର ୮ଟି ଜିଲା। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି। ଏହି ସୀମାର ପରିଧି ୧,୨୨୬ କିମି ରହିଛି। ସେହିଭଳି ଆନ୍ଧ୍ରପ୍ରଦେଶ ସୀମାକୁ ଲାଗି ରହିଥିବା ଓଡ଼ିଶାର ୫ଟି ଜିଲା ହେଉଛି କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି ଓ ଗଞ୍ଜାମ। ଯାହାର ପରିଧି ହେଉଛି ୧,୦୨୪ କିଲୋମିଟର। ଏହା ବ୍ୟତୀତ ସମୂଦ୍ରତଟ କଥା ଯଦି ଦେଖିବା, ତେବେ ଭୌଗୋଳିକ ତଥ୍ୟ ବ୍ୟବସ୍ଥା(ଜିଆଇଏସ୍‌) ମ୍ୟାପିଂ ଅନୁଯାୟୀ ପ୍ରାୟ ୫୨୨ କିମି ରହିଛି। ଏହି ସବୁ ସୀମାକୁ କୌଣସି ପୋଲିସ ଆରକ୍ଷୀ ଅଟକାଇ ପାରିବେ ନାହିଁ। କାରଣ ଏହି ସ୍ଥଳଭାଗ ସୀମା ଅଧିକାଂଶ ଜଙ୍ଗଲରେ ପରିପୂର୍ଣ୍ଣ। ତେଣୁ ଏହାକୁ ତନ୍ନତନ୍ନ କରି ଜଗିବା ସମ୍ଭବ ହେବ ନାହିଁ। ତେବେ ବର୍ତ୍ତମାନ ସ୍ଥିତିରେ ସୀମା ପାର ହୋଇ ଆସୁଥିବା ଲୋକଙ୍କୁ ସଙ୍ଗରୋଧ କରିବାକୁ ପଞ୍ଚାୟତ ପ୍ରତିନିଧିମାନେ ହିଁ ଆମ ବଳ। ତେଣୁ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୬୭୯୮ ପଞ୍ଚାୟତ ପ୍ରତିନିଧିଙ୍କ ସହ ଭିଡିଓ କନଫରେନ୍ସିଂରେ କଥା ହୋଇ ସେମାନଙ୍କର ସହଯୋଗ ଲୋଡ଼ିବେ ବୋଲି ବାଗ୍‌ଚୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

ରାଜ୍ୟରେ ଛେଚିବ ପ୍ରବଳ ବର୍ଷା! ଲଘୁଚାପକୁ ନେଇ ଆସିଲା ବଡ଼ ଖବର…

ଭୁବନେଶ୍ୱର,୨୦।୨: ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ବିଷୁବୀୟ ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri