ସୀମିତ ଖଣ୍ଡପୀଠରେ କାର୍ଯ୍ୟକରିବ ହାଇକୋର୍ଟ

କଟକ ଅଫିସ୍‌,୧୭ା୪: କେନ୍ଦ୍ର ସରକାରଙ୍କ ତରଫରୁ ଲକ୍‌ଡାଉନ୍‌ ଅବଧି ମେ’ ୩କୁ ବୃଦ୍ଧି ପାଇଛି। ତେଣୁ ଏହି ସମୟରେ ସୀମିତ ଖଣ୍ଡପୀଠରେ କେବଳ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରାଯିବ ବୋଲି ହାଇକୋର୍ଟଙ୍କ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ମେ’ ୧ ତାରିଖ ପର୍ଯ୍ୟନ୍ତ ଗୋଟିଏ ଡିଭିଜନ୍‌ ବେଞ୍ଚ(୨ଜଣିଆ ଖଣ୍ଡପୀଠ) ଏବଂ ଦୁଇଟି ସିଙ୍ଗ୍‌ଲ୍‌ ବେଞ୍ଚ(ଜଣିକିଆ ଖଣ୍ଡପୀଠ)କୁ ନେଇ ହାଇକୋର୍ଟ କାର୍ଯ୍ୟ କରିବ ବୋଲି ରେଜିଷ୍ଟ୍ରାର୍‌ ଜୁଡିସିଆଲ୍‌ ପି.କେ. ପାତ୍ର ସୂଚନା ଦେଇଛନ୍ତି। ତେବେ ଏହା ନିୟମିତ ବଦଳରେ କାର୍ଯ୍ୟଦିବସଗୁଡ଼ିକରେ ଦିନେ ଛଡ଼ା ଦିନେ ଅର୍ଥାତ୍‌ ଏପ୍ରିଲ୍‌ ୧୭, ୨୦, ୨୨, ୨୪, ୨୯ ଏବଂ ମେ’ ୧ ତାରିଖରେ କାର୍ଯ୍ୟ କରିବ। ଏପରି କି ସମସ୍ତ ଶୁଣାଣି ଭିଡିଓ କନ୍‌ଫରେନ୍ସିଂ ଜରିଆରେ କରାଯିବ। ଆବେଦନ ଦାଖଲ କାଉଣ୍ଟର ପୂର୍ବାହ୍ନ ସାଢ଼େ ୧୦ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଖୋଲା ରହିବ। କାଉଣ୍ଟର୍‌ରେ ଯେମିତି ଭିଡ଼ ନ ହୁଏ ଏବଂ ସାମାଜିକ ଦୂରତା ପାଳନ କରାଯିବ ସେଥିପାଇଁ ଆବଶ୍ୟକ ସୁରକ୍ଷା କର୍ମଚାରୀଙ୍କୁ ମୁତୟନ କରାଯିବ। ଆଇନ୍‌ଜୀବୀଙ୍କଠାରୁ ଆବେଦନଗୁଡ଼ିକ ଗ୍ରହଣ କରିବା ପାଇଁ ସେକ୍ସନ୍‌ ସୁପରିଣ୍ଟେଣ୍ଡେଣ୍ଟ ତାଙ୍କ ବିଭାଗର କର୍ମଚାରୀଙ୍କ ରୋଷ୍ଟର୍‌ ଡ୍ୟୁଟି ପ୍ରସ୍ତୁତ କରିବେ। ସେହିଭଳି ଜୁଡିସିଆଲ୍‌ ସେକ୍ସନର ସୁପରିଣ୍ଟେଣ୍ଡେଣ୍ଟମାନେ ମଧ୍ୟ ଆବଶ୍ୟକ କର୍ମଚାରୀଙ୍କ ଉପସ୍ଥିତିକୁ ସୁନିଶ୍ଚିତ କରିବେ। କୋର୍ଟ କାର୍ଯ୍ୟକୁ ସହଜ କରିବାକୁ ପଦକ୍ଷେପ ନେବା ପାଇଁ ଅନ୍ୟ ବିଭାଗର ସୁପରିଣ୍ଟେଣ୍ଡେଣ୍ଟମାନଙ୍କୁ ଦାୟିତ୍ୱ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଟେଲିଫୋନ ଏକ୍ସଚେଞ୍ଜରୁ ବ୍ୟାଟେରୀ ଚୋରି: ବିଜୁଳି ଚାଲିଗଲେ ଉପଭୋକ୍ତା ସେବାରୁ ବଞ୍ଚିତ

ଭଞ୍ଜନଗର, ୧।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଟେଲିଫୋନ ଏକ୍ସଚେଞ୍ଜରୁ ଗତ ଶୁକ୍ରବାର ମୂଲ୍ୟବାନ ସବୁ ବ୍ୟାଟେରୀ ଚୋରି ହୋଇଯାଇଛି । ଏହାପୂର୍ବରୁ…

ପାଣି ପାଇଁ ବ୍ଲକ ସମ୍ମୁଖରେ ଅନଶନ କଲେ ସମିତି ସଭ୍ୟ, ବାଲଟି ଧରି ମହିଳାମାନେ

ବଲାଙ୍ଗୀର,୧।୬(ସୁନିଲ କୁମାର ମହାନ୍ତି): ପାଣି ପାଇଁ ସମିତି ସଭ୍ୟ ବ୍ଲକ ସମ୍ମୁଖରେ ଅନଶନ କରିଥିବା ବେଳେ ମହିଳାମାନେ ରାସ୍ତା ଅବରୋଧ କରିଛନ୍ତି । ଏଭଳି ଦୃଶ୍ୟ ଦେଖିବାକୁ…

Featured Video Play Icon

ପୋଲିସ ଟିମ୍‌ ନେଇ ଶାଶୂ ଘରେ ପହଞ୍ଚିଲେ ତ୍ରିଷ୍ଣା, ତା’ପରେ…

ଭୁବନେଶ୍ୱର, ୧।୬: ୟ୍ୟୁଟବର ତ୍ରିଷ୍ଣା ପୋଲିସ ଉପସ୍ଥିତରେ ଶାଶୂ ଘରେ ପହଞ୍ଚି ସମସ୍ତ ଯୌତୁକ ଜିନିଷ…

RCB ଜିତିବା ପରେ ରୋମାଣ୍ଟିକ ହେଲେ ଅନୁଷ୍କା: ଶେୟାର କଲେ ଏମିତି ଫଟୋ

ନୂଆଦିଲ୍ଲୀ,୧।୬: ଲଗାତାର ଦ୍ୱିତୀୟ ବର୍ଷ ପାଇଁ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିଜୟୀ ହୋଇଛି। ବିରାଟ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ…

ପୁଣି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗ ସହ ଖେଳ: ଅନଲାଇନରେ ମହାପ୍ରସାଦ, ଖଜା ବିକ୍ରି ନେଇ…

ପୁରୀ, ୧।୬ (ଅଜିତ କୁମାର ମହାନ୍ତି): ପୁଣିଥରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ଅପମାନ ହେଉଥିବା ସହ ଭକ୍ତମାନଙ୍କ ଭାବାବେଗ ସହିତ ଖେଳାଯାଉଥିବା ଘଟଣା ସାମ୍ନାକୁ ଆସିଛି। ଅନଲାଇନ…

OMC ଗେଟ୍‌ରେ ତାଲା ପକାଇଲେ ସୁରକ୍ଷାକର୍ମୀ

ବଣାଇଁ,୧।୬(ପ୍ରଦୀପ ତ୍ରିପାଠୀ): ଖରା, ବର୍ଷା ଶୀତ କାକରକୁ ଖାତିର ନ କରି ଖଣିକୁ ସୁରକ୍ଷା ଦେଲେ। ଅପ୍ରୀତିକର ପରିସ୍ଥିତିର ମୁକାବିଲା କରି ନିଜ ଜୀବନକୁ ବାଜି ଲଗାଇ…

ଡହଡହ ଖରାରେ କାମ କରୁଥିଲେ ସୋମନାଥ, ଅଂଶୁଘାତରେ ଚାଲିଗଲା ଜୀବନ; ପରିବାରକୁ ସହାୟତା ଯୋଗାଇ ଦେବାକୁ…

ବଲାଙ୍ଗୀର, ୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମ୍ୟୁନିସିପାଲିଟି ଓ୍ବାର୍ଡ ନମ୍ବର ୧୮ ଅନ୍ତର୍ଗତ ତୁଲସୀନଗର ପଡାର ଦୁର୍ଗାମଣ୍ଡପ ପଛପଟେ ରହୁଥିବା ସୋମନାଥ ବନଗୁଲା (୬୫)ଙ୍କ ଶୁକ୍ରବାର ଅଂଶୁଘାତରେ…

କବିସୂର୍ଯ୍ୟନଗର ଥାନାରେ ଥାର୍ଡ ଡିଗ୍ରୀ ମାମଲା; ବଡ଼ ଆକ୍ସନ, ୩ ପୋଲିସ….

ଭୁବନେଶ୍ବର,୧।୬: କବିସୂର୍ଯ୍ୟନଗର ଥାନାରେ ଥାର୍ଡ ଡିଗ୍ରୀ ମାମଲା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ବର୍ତ୍ତମାନ ବଡ଼ ଆକ୍ସନ ନିଆଯାଇଛି । କବିସୂର୍ଯ୍ୟନଗର ଥାନା ଓ ବାଲିଚାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri