Posted inଫୁରସତ

ସୁଉଚ୍ଚ ଦୁର୍ଗା ମୂର୍ତ୍ତିର ରେକର୍ଡ

ସିଂହବାହିନୀ ମା’ ଦୁର୍ଗାଙ୍କ ଆଗମନ ଅବସରରେ ଗାଁ ଠାରୁ ସହର ଏବେ ଉତ୍ସବ ମୁଖର। ବିଭିନ୍ନ ପୂଜା ପେଣ୍ଡାଲରେ ମା’ଙ୍କ ମୃଣ୍ମୟୀ ମୂର୍ତ୍ତି ସ୍ଥାପନ କରାଯାଇ ପୂଜାର୍ଚ୍ଚନା କରିବା ପାଇଁ ସମସ୍ତେ ପ୍ରସ୍ତୁତି ଚଳାଇଛନ୍ତି। ବିଭିନ୍ନ ସଂସ୍ଥା, କ୍ଲବ୍‌ ତରଫରୁ ସୁନା ଏବଂ ଚାନ୍ଦିମେଢ ନିର୍ମାଣ କରାଯାଉଥିବା ବେଳେ କେହି କେହି ସ୍ବତନ୍ତ୍ର ଥିମ୍‌ କୁ ନେଇ ମୂର୍ତ୍ତି ନିର୍ମାଣ କରିଥାନ୍ତି। ଠିକ ସେହିପରି ଗୁଆହାଟୀ ବିଷ୍ଣୁପୁର ସାର୍ବଜନୀନ ପୂଜା କମିଟି ତରଫରୁ ୨୦୧୭ରେ ୧୦୧ ଫୁଟ ଉଚ୍ଚ ବିଶିଷ୍ଟ ଦୁର୍ଗାଙ୍କ ମୂର୍ତ୍ତି ନିର୍ମାଣ କରାଯାଇଥିଲା। ରେକର୍ଡ କରିବା ଆଶା ନେଇ ପ୍ରସ୍ତୁତ କରାଯାଇଥିବା ଏହି ସୁଉଚ୍ଚ ମୂର୍ତ୍ତିକୁ ନିର୍ମାଣ କରିଥିଲେ ସେଠାକାର ପ୍ରସିଦ୍ଧ ମୂର୍ତ୍ତିକାର ନୁରୁଦ୍ଦିନ ଅହମ୍ମଦ। ୫୦୦୦ ବାଉଁଶରେ ନିର୍ମିତ ଏହି ମୂର୍ତ୍ତିକୁ ନିର୍ମାଣ କରିବା ଲାଗି ଅଦମ୍ମଦ ଏବଂ ତାଙ୍କ କାରିଗରଙ୍କୁ ୨ ମାସ ସମୟ ଲାଗିଥିଲା। ଆଉ ଏଥିରେ ଖର୍ଚ୍ଚ ହୋଇଥିଲା ପ୍ରାୟ ୧୫ ଲକ୍ଷ ଟଙ୍କା। ସେହିଭଳି ୨୦୧୫ରେ କୋଲକାତାର ଦେଶପ୍ରିୟ ପାର୍କଠାରେ ୮୮ ଫୁଟ ଉଚ୍ଚତା ବିଶିଷ୍ଟ ସୁଉଚ୍ଚ ଦୁର୍ଗା ମୂର୍ତ୍ତି ନିର୍ମାଣ କରାଯାଇଥିଲା, ଯାହା ନିର୍ମିତ ହୋଇଥିଲା ଫାଇବର ଗ୍ଲାସ ଆଉ ସିମେଣ୍ଟରେ। ମିଣ୍ଟୁ ପଲ ନାମକ ଜଣେ ପ୍ରସିଦ୍ଧ କାରିଗର ଏହି ସୁଉଚ୍ଚ ମୂର୍ତ୍ତି ନିର୍ମାଣ କରି ରେକର୍ଡ ସୃଷ୍ଟି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri