Categories: ଜାତୀୟ

ସୁକମା ଜିଲାରେ ମାଓବାଦୀଙ୍କ ଆକ୍ରମଣରେ ୧୭ ଯବାନ ଶହୀଦ

ସୁକମା,୨୨।୩: ଛିତଶଗଡ଼ ସୁକମା ଜିଲାରେ ମାଓବାଦୀଙ୍କ ଆକ୍ରମଣରେ ୧୭ ଯବାନ ଶହୀଦ ହୋଇଛନ୍ତି। ଏହି ଘଟଣାରେ ୧୪ରୁ ଅଧିକ ଯବାନ ଆହତ ହୋଇଛନ୍ତି। ଚିକିତ୍ସା ଲାଗି ଆହତଙ୍କୁ ହେଲିକପ୍ଟରରେ ଅଣାଯାଇ ରାୟପୁରର ରାମକୃଷ୍ଣ କେୟାର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସ୍ଥାନୀୟ ମିନପା ଅଞ୍ଚଳର ଜଙ୍ଗଲ ମାଓବାଦୀମାନେ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀ ସର୍ଚ୍ଚ ଅପରେଶନ୍‌ ଆରମ୍ଭ କରିଥିଲେ। ମାଓବାଦୀଙ୍କୁ ଆତ୍ମସମର୍ପଣ ଲାଗି ସତର୍କ ସୂଚନା ଦିଆଯାଇଥିଲା। ତେବେ ସେମାନେ ସୁରକ୍ଷାକର୍ମୀଙ୍କ ଉପରକୁ ପ୍ରଥମେ ଗୁଳିମାଡ଼ କରିଥିଲେ। ଏହାର ଜବାବରେ ସୁରକ୍ଷାକର୍ମୀମାନେ ପାଲଟା ଆକ୍ରମଣ କରିଥିଲେ। ଏଥିରେ ୫ ଜଣ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି।

Share