ସୁକିନ୍ଦା ବିଧାୟକ ପ୍ରୀତିରଞ୍ଜନଙ୍କ ହାତ ଧରିଲେ ଅଭିନେତ୍ରୀ ଝିଲିକ୍‌

ଭୁବନେଶ୍ୱର: ହାତକୁ ଦୁଇ ହାତ ହେଲେ ଅଭିନେତ୍ରୀ ଝିଲିକ୍‌ ଭଟ୍ଟାଚାର୍ଯ୍ୟ। ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ଘଡେଇଙ୍କ ପୁଅ ତଥା ସୁକିନ୍ଦା ବିଧାୟକ ପ୍ରୀତିରଞ୍ଜନଙ୍କ ସହ ତାଙ୍କର ବିବାହ ସମ୍ପନ୍ନ ହୋଇଛି। ରାଜସ୍ଥାନରେ ବୁଧବାର ଆୟୋଜିତ ଏକ ଘରୋଇ ଉତ୍ସବରେ ଗୋପନୀୟ ଭାବେ ସେ ବିବାହ କରିଛନ୍ତି। ଗୁରୁବାର ସକାଳେ ନିଜ ଇନ୍‌ଷ୍ଟ୍ରାଗ୍ରାମ୍‌ ଆକାଉଣ୍ଟରେ କିଛି ଫଟୋ ଶେୟାର କରି ଝିଲିକ୍‌ ଏ ନେଇ ସୂଚନା ଦେଇଛନ୍ତି।

ବିବାହ ସମୟର ଓ ପରର ଦୁଇଟି ଫଟୋ ଶେୟାର କରିଛନ୍ତି ଝିଲିକ୍‌। ଗୋଟିଏ ଫଟୋରେ ପ୍ରୀତିରଞ୍ଜନ ତାଙ୍କୁ ସିନ୍ଦୂର ପିନ୍ଧାଉଥିବା ବେଳେ ଅନ୍ୟଟିରେ ଝିଲିକ୍‌ଙ୍କ ସହ ପ୍ରୀତିରଞ୍ଜନ ଓ ତାଙ୍କ ମା’ବାପା ଥିବା ଦେଖିବାକୁ ମିଳିଛି। ଏହାକୁ ଶେୟାର କରିବା ସହ ଆମର ବୈବାହିକ ଜୀବନ ପାଇଁ ଆପଣମାନେ ଆଶୀର୍ବାଦ କରନ୍ତୁ ବୋଲି ଝିଲିକ୍‌ କହିଛନ୍ତି।

 

View this post on Instagram

 

We seek everyone’s blessings and prayers for our newly married life 😊 Jai Jagannath 🙏🏻

A post shared by Jhilik Bhattacharjee🔵 (@jhilikbhattacharjeeofficial) on

ତେବେ ଝିଲିକ୍‌ ଓ ପ୍ରୀତିରଞ୍ଜନ ବିବାହ କରିବାକୁ ନେଇ କିଛିଦିନ ଧରି ଚର୍ଚ୍ଚା ହୋଇ ଆସୁଥିଲା। ବୁଧବାର ଉଭୟଙ୍କ ନିର୍ବନ୍ଧ ହୋଇଥିବା ନେଇ କୁହାଯାଉଥିଲା। ଏପରିକି କିଛି ଫଟୋ ଓ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା।

ଝିଲିକ୍‌ ଉଭୟ ବଙ୍ଗଳା ଓ ଓଡ଼ିଆ ଫିଲ୍ମରେ ଅଭିନୟ କରିଛନ୍ତି। ୨୦୧୩ରେ ରିଲିଜ ହୋଇଥିବା ଫିଲ୍ମ ‘ଟାର୍ଗେଟ୍‌’ ଜରିଆରେ ସେ ଓଲିଉଡ୍‌ରେ ପ୍ରବେଶ କରିଥିଲେ। ଇତିମଧ୍ୟରେ ସେ ପ୍ରାୟ ୧୫ ଫିଲ୍ମରେ କାମ କରିଛନ୍ତି। ଅପରପକ୍ଷେ ପ୍ରୀତିରଞ୍ଜନଙ୍କର ଏହା ଦ୍ୱିତୀୟ ବିବାହ। ପ୍ରଥମ ସ୍ତ୍ରୀଙ୍କ ସହ ତାଙ୍କର ବିବାହ ବିଚ୍ଛେଦ ହୋଇଛି। ଏବେ ସେ ସୁକିନ୍ଦା ବିଧାନସଭା ଆସନରୁ ବିଧାୟକ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri