‘ସୁଗମ ଯୋଜନା’: ୧୫ ଦିନରେ ୪୭୪୮ ପ୍ରବାସୀଙ୍କୁ ଗନ୍ତବ୍ୟ ସ୍ଥଳରେ ଛାଡ଼ିଲାଣି ଗଞ୍ଜାମ ପ୍ରଶାସନ, ୧୭ ହଜାରଙ୍କୁ ଖାଦ୍ୟ ପ୍ୟାକେଟ୍‌

ଛତ୍ରପୁର, ୨୯।୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଦେଇ ଯାଉଥିବା ପ୍ରବାସୀ ଶ୍ରମିକମାନଙ୍କୁ ନିଜ ଜ଼ିଲା ଓ ଏହି ଜିଲାର ବିଭିନ୍ନ ଅଞ୍ଚଳଞ୍‌କୁ ସୁଗମ ଯୋଜନାରେ ପ୍ରଶାସନ ପକ୍ଷରୁ ଗାଡ଼ିଯୋଗେ ପଠାଯାଉଛି। ଏଥିସହ ପ୍ରବାସୀ ଶ୍ରମିକମାନଙ୍କୁ ଖାଦ୍ୟ ପ୍ୟାକେଟ ଓ ପାଣି ବଣ୍ଟନ କରାଯାଉଛି। ବିଶେଷକରି ଜାତୀୟ ରାଜପଥରେ ଏହା ତ୍ୱରାନ୍ବିତ ହେଉଛି। ଚାଲିଥିବା ସୁଗମ କାର୍ଯ୍ୟକ୍ରମ ଶୁକ୍ରବାର ୧୫ ଦିନରେ ପହଁଚିଛି। ଏହି କାର୍ଯ୍ୟକ୍ରମରେ ଗତ ୧୫ ଦିନ ମଧ୍ୟରେ ୪,୭୪୮ ଜଣ ପ୍ରବାସୀଙ୍କୁ ଗାଡି ଯୋଗେ ନିଜ ଘରକୁ ପଠାଯାଇଛି। ଏଥିସହ ୧୭ ହଜାର ପ୍ରବାସୀଙ୍କୁ ଖାଦ୍ୟ ପ୍ୟାକେଟ ପ୍ରଦାନ କରାଯାଇଥିବା ସୂଚନା ଦିଆହୋଇଛି।

ଅନ୍ୟ ରାଜ୍ୟରୁ ଓଡିଶାର ଗଞ୍ଜାମ ଓ ଅନ୍ୟ ଜିଲାକୁ କେତେକ ଶ୍ରମିକ ଗାଡି, ଚାଲି ଚାଲି କିମ୍ବା ସାଇକେଲ ଯୋଗେ ଏହି ତନଖି ଫାଟକ ଦେଇ ପ୍ରବେଶ କରୁଛନ୍ତି। ଚାଲିକରି ଆସୁଥିବା ଶ୍ରମିକଙ୍କୁ ନିକଟସ୍ଥ ହଳଦିଆପଦର ବସଷ୍ଟାଣ୍ଡକୁ ନିଆଯାଉଛି। ସେଠାରେ ଖାଦ୍ୟ ପ୍ୟାକେଟ ଓ ପାଣି ଦେବା ପରେ ଶ୍ରମିକଙ୍କୁ ଗଞ୍ଜାମର ନିଜ ବ୍ଲକ ଓ ନିଜ ଜ଼ିଲାମାନଙ୍କୁ ଗାଡି ଯୋଗେ ପଠାଯାଉଛି । ଏସମ୍ପର୍କରେ ଗଞ୍ଜାମ ଡିଆରଡିଏ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ଚଳିତ ମାସ ୨ ତାରିଖରୁ ଏହି ପଞ୍ଜିକରଣ କାର୍ଯ୍ୟ ଓ ନିଜ ଅଞ୍ଚଳକୁ ଶ୍ରମିକମାନଙ୍କୁ ପଠାଯିବା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାଜ୍ୟ ବଜେଟ: ଓଡ଼ିଶାର ମୁଣ୍ଡ ପିଛା ଆୟ ୯.୨% ବୃଦ୍ଧି

ଭୁବନେଶ୍ୱର,୨୦ା୨(ରବିନାରାୟଣ ଜେନା): ଓଡ଼ିଶାର ଦ୍ରୁତ ଅର୍ଥନୈତିକ ଅଭିବୃଦ୍ଧି ହେଉଛି। ଏଥିଯୋଗୁ ୨୦୨୫-୨୬ (ଅଗ୍ରୀମ ଆକଳନ)ରେ ଓଡ଼ିଶାର ମୁଣ୍ଡପିଛା ଆୟ ୯.୨ ପ୍ରତିଶତ ବୃଦ୍ଧି ପାଇ ୧,୮୬,୭୬୧ ଟଙ୍କାରେ…

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ଥୁଆମୂଳ ରାମପୁର ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ: ଅନୁପସ୍ଥିତ ରହିଲେ୨୯ ପରୀକ୍ଷାର୍ଥୀ…

ଥୁଆମୂଳ ରାମପୁର, ୧୯ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ୬ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…    

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri