ସୁଦର୍ଶନଙ୍କ କରୋନା ସଚେତନତାକୁ ଜାତିସଂଘର ପ୍ରଶଂସା

ପୁରୀ ଅଫିସ, ୨୭ା୩: ବିଶ୍ୱରେ ମହାମାରୀ କରୋନା ଏବେ ଆତଙ୍କ ଖେଳାଇଛି। ଏହି ପ୍ରାଣଘାତୀ ଭୂତାଣୁକୁ କିପରି ରୋକାଯାଇପାରିବ ସେ ନେଇ ସବୁସ୍ତରରେ ଚିନ୍ତାପ୍ରକଟ କରାଯାଉଛି। ସଚେତନତା ହିଁ ଏହାର ମୁକାବିଲା ପାଇଁ ଏକମାତ୍ର ମାର୍ଗ ବୋଲି କୁହାଯାଉଛି। ତେଣୁ ଜନସାଧାରଣଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ କରିଥିବା ବାଲୁକା କଳାକୁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ଓ ଜାତିସଂଘ ପ୍ରଶଂସା କରିଛନ୍ତି। ‘ଘରେ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁ’, ଲକ୍‌ଡାଉନରେ ସରକାରଙ୍କୁ ସହଯୋଗ କରନ୍ତୁ ବାର୍ତ୍ତା ଦେଇ ଗତ ୨୩ ତାରିଖରେ ପୁରୀ ବେଳାଭୂମିରେ ବାଲୁକା କଳା ତିଆରି କରିଥିଲେ। ସୁଦର୍ଶନଙ୍କ ଏହି ବାଲୁକା କଳା ଫଟୋକୁ ରିଟୁଇଟ୍‌ କରି ଜାତିସଂଘ ଲେଖିଛି, କୋଭିଡ-୧୯ ମହାମାରୀ ମଧ୍ୟରେ ସାରା ଦୁନିଆର ଲୋକ ପରସ୍ପରକୁ ସାହାଯ୍ୟ କରିବା ପାଇଁ ସମର୍ଥନ ଓ ସଂହତି ପ୍ରଦର୍ଶନ କରୁଛନ୍ତି। ସେହିପରି ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନର ମହାନିର୍ଦ୍ଦେଶକ ଟେଡ୍ରୋସ ଏଡହୋମ୍‌ ଘେବ୍ରେୟେସସ୍‌ ମଧ୍ୟ ସୁଦର୍ଶନଙ୍କ ପଦକ୍ଷେପକୁ ପ୍ରଶଂସା କରିଛନ୍ତି। ସେ ଟୁଇଟ୍‌ରେ ଲେଖିଛନ୍ତି ଦୁନିଆକୁ ଶକ୍ତିଶାଳୀ ବାର୍ତ୍ତା ପଠାଇବା ପାଇଁ କଳା ଏକ ଶକ୍ତିଶାଳୀ ମାଧ୍ୟମ ଅଟେ। କୋଭିଡ-୧୯ ବିରୋଧରେ ସବୁଠାରୁ ସୁନ୍ଦର ବାର୍ତ୍ତା ହୋଇଥିବାରୁ ସେ ସୁଦର୍ଶନଙ୍କୁ ଧନ୍ୟବାଦ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri