Posted inଖେଳ

ସୁଦିରମାନ କପ୍‌:ପରାଜୟରୁ ଭାରତର ଅଭିଯାନ ଆରମ୍ଭ

ନାନ୍ନିଂ,୨୧ା୫(ପି.ଟି.)- ଏଠାରେ ଚାଲିଥିବା ସୁଦିରମାନ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାରେ ଭାରତୀୟ ଦଳ ପରାଜୟରୁ ଅଭିଯାନ ଆରମ୍ଭ କରିଛି। ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍‌ ଡି’ର ପ୍ରଥମ ମ୍ୟାଚ୍‌ରେ ଭାରତ ୨-୩ ବ୍ୟବଧାନରେ ମାଲେସିଆଠାରୁ ପରାସ୍ତ ହୋଇଛି। ମିକ୍ସଡ୍‌ ଡବଲ୍ସ ବର୍ଗରେ ସାତ୍ତ୍ୱିକସାଇରାଜ ରାନ୍‌କିରେଡ୍ଡୀ ଓ ଅଶ୍ୱିନୀ ପୁନ୍ନାପ୍ପା ବିଜୟ ସହ ଭାରତକୁ ୧-୦ର ଅଗ୍ରଣୀ ଆଣି ଦେଇଥିଲେ। କିଡାମ୍ବି ଶ୍ରୀକାନ୍ତଙ୍କ ବଦଳରେ ସମୀରଙ୍କୁ ପଠାଇବା ନିଷ୍ପତ୍ତି ଭାରତ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଥିଲା। ସମୀରଙ୍କୁ ୧୩-୨୧, ୧୫-୨୧ ଗେମ୍‌ରେ ଲି ଝି ଜିଆ ପରାସ୍ତ କରିଥିଲେ। ଅଲିମ୍ପିକ୍‌ ଓ ବିଶ୍ୱ ଚାମ୍ପିୟନଶିପ୍‌ ରୌପ୍ୟ ପଦକଧାରୀ ପି.ଭି. ସିନ୍ଧୁ ୨୧-୧୨, ୨୧-୮ ଗେମ୍‌ରେ ଗୋ ଜିନ ଓ୍ବେଇଙ୍କୁ ହରାଇଥିଲେ। କିନ୍ତୁ ପୁରୁଷ ଡବଲ୍ସ ବର୍ଗରେ ମନୁ ଅତ୍ରି ଓ ବି. ସୁମିଥ ରେଡ୍ଡୀଙ୍କ ଯୋଡ଼ି ପରାସ୍ତ ହେବାରୁ ମୁକାବିଲା ୨-୨ର ବରାବର ସ୍ଥିତିରେ ରହିଥିଲା। ଅନ୍ତିମ ତଥା ମହିଳା ଡବଲ୍ସ ବର୍ଗରେ ଅଶ୍ୱିନ ଓ ଏନ୍‌. ସିକ୍କି ରେଡ୍ଡୀଙ୍କ ଯୋଡ଼ିକୁ ଚୋ ମେଇ କନ ଓ ଲି ମେଙ୍ଗ ୟିନ ପରାସ୍ତ କରି ଭାରତ ହାତରୁ ମ୍ୟାଚ୍‌ ଛଡ଼ାଇ ନେଇଥିଲେ। ପରାଜୟ ଯୋଗୁ ନକ୍‌ଆଉଟ୍‌ ପର୍ଯ୍ୟାୟରେ ଭାରତୀୟ ଦଳର ପ୍ରବେଶ କରିବା ନେଇ ଅନିଶ୍ଚିତତା ସୃଷ୍ଟି ହୋଇଛି। ଭାରତୀୟ ଦଳ ତା’ର ପରବର୍ତ୍ତୀ ମୁକାବିଲାରେ ଶକ୍ତିଶାଳୀ ଚାଇନାକୁ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ପାରାଗୁଏକୁ ହରାଇ କ୍ୱାର୍ଟର ଫାଇନାଲରେ ପହଞ୍ଚିଲା ଫ୍ରାନ୍ସ

ଫିଲାଡେଲଫିଆ, ୫ା୭: ପେନାଲ୍ଟି କିକ୍‌ରୁ କିଲିଆନ ଏମ୍‌ବାପେଙ୍କ ଗୋଲ ବଳରେ ରବିବାର ଖେଳାଯାଇଥିବା ରାଉଣ୍ଡ ଅଫ୍‌-୧୬ ମ୍ୟାଚ୍‌ରେ ଫ୍ରାନ୍ସ ୧-୦ ଗୋଲରେ ପାରାଗୁଏକୁ ପରାସ୍ତ କରି କ୍ୱାର୍ଟର…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri