ସୁଧାଂଶୁ ଷଡ଼ଙ୍ଗୀ ପୋଲିସ କମିଶନର: ସତ୍ୟଜିତ୍‌ ମହାନ୍ତି ହେଲେ ଜେଲ ଏଡିଜି

ଭୁବନେଶ୍ୱର,୨୦।୮(ବ୍ୟୁରୋ): ରାଜ୍ୟ ସରକାର ସୋମବାର ଆଇପିଏସ୍‌ ଅଫିସର ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। କଟକ-ଭୁବନେଶ୍ୱର ଟ୍ବିନ୍‌ ସିଟି ପୋଲିସ କମିଶନର ଥିବା ୧୯୮୮ ବ୍ୟାଚର ଆଇପିଏସ୍‌ ଅଫିସର ସତ୍ୟଜିତ୍‌ ମହାନ୍ତିଙ୍କୁ ଜେଲ ଏଡିଜି ଭାବେ ବଦଳି କରାଯାଇଥିବା ବେଳେ ରାଜ୍ୟ ଅପରାଧ ପରିସଂଖ୍ୟାନ ବ୍ୟୁରୋ(ଏସ୍‌ସିଆରବି)ର ନିର୍ଦ୍ଦେଶକ ଥିବା ୧୯୯୦ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ଡ. ସୁଧାଂଶୁ ଷଡ଼ଙ୍ଗୀଙ୍କୁ ପୋଲିସ କମିଶନର ଭାବେ ନିଯୁକ୍ତି ମିଳିଛି। ଏ ନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ନବନିଯୁକ୍ତ ପୋଲିସ କମିଶନର ସୁଧାଂଶୁ ପୂର୍ବରୁ ଅନେକ ଗୁରୁତ୍ୱପୂର୍ଣ୍ଣ ପଦବୀରେ ରହି ସୁଚାରୁରୂପେ ନିଜ ଦାୟିତ୍ୱ ତୁଲାଇ ଆସିଛନ୍ତି। ସେ ସେଣ୍ଟ୍ରାଲ ଡେପୁଟେଶନରେ ଯାଇ ଡିଜି ଅଫ୍‌ ସିକ୍ୟୁରିଟିର ଏଆରସିରେ ଯୁଗ୍ମ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିଛନ୍ତି। ସେ ଢେଙ୍କାନାଳରେ ଜନ୍ମଗ୍ରହଣ କରିଥିଲେ। ଗାଁ ସ୍କୁଲରୁ ପାଠପଢ଼ି ଉଚ୍ଚଶିକ୍ଷା ପାଇଁ ସେ ବ୍ରିଟେନ୍‌ ଯାଇଥିଲେ। ଲିଭରପୁଲ୍‌ ବିଶ୍ୱବିଦ୍ୟାଳୟରେ ଇନଭେଷ୍ଟିଗେଟିଭ ସାଇକୋଲୋଜିରେ ଏମ୍‌ଏସ୍‌ସି ଏବଂ ପିଏଚ୍‌ଡି କରିଥିଲେ। ଛୋଟବେଳରୁ ସେ ଲେଖାଲେଖି କରିବାକୁ ରୁଚି ରଖିତ୍ଥିଲେ। ଚାକିରିର ବ୍ୟସ୍ତ ଜୀବନରୁ ସମୟ ବାହାର କରି ସେ ଲେଖାଲେଖି କରନ୍ତି। ଏପରି କି ବିଭିନ୍ନ ଗଣମାଧ୍ୟମରେ ତାଙ୍କର ଲେଖା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…

ଦାଉ ସାଧୁଛି ମହାନଦୀ ବନ୍ୟା: ନଷ୍ଟ ହେଉଛି ଫସଲ, ଆନ୍ଦୋଳନ ଚେତାବନୀ ଦେଇ ଚାଷୀ କହିଲେ…

ମଜାକାଳପଡ଼ା,୩୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳୀ ସ୍ଲୁଇସ୍‌କ୍ରିକ ଖୋଲାପଡିଛି। ଏହାଦ୍ୱାରା ମହାନଦୀରେ ଆସିଥିବା ଚତୁର୍ଥ ବନ୍ୟା ଜଳ ପ୍ରବେଶ କରି ଚାଷୀଙ୍କ ଧାନ…

ଭୟାବହ ଅଗ୍ନିକାଣ୍ଡ: ଶୋ-ରୁମରେ ୫୦ରୁ ଅଧିକ ବାଇକ ଭସ୍ମ

ବାଲେଶ୍ୱର, ୩୦।୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ବୁଧବାର ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ। ସହଦେବଖୁଣ୍ଟା ମ୍ୟୁନିସିପାଲ ହାଇସ୍କୁଲ ସମ୍ମୁଖରେ ଥିବା ଏକ ହିରୋ ବାଇକ ଶୋ-ରୁମରେ ପୂର୍ବାହ୍ନରେ…

ପହଲଗାମ ଆକ୍ରମଣର ପ୍ରତିଶୋଧ ନେଲା ଭାରତ: ଟଳିପଡ଼ିଲେ ମୂସା

ଶ୍ରୀନଗର,୩୦।୯: ଜମ୍ମୁ-କଶ୍ମୀରର ବଡଗାମ ଜିଲାରେ ସୁରକ୍ଷାବାହିନୀକୁ ବଡ଼ ସଫଳତା ମିଳିଛି। ୟୁସମର୍ଗ ଅଞ୍ଚଳରେ ଚାଲିଥିବା ତଲାସୀ ଅଭିଯାନ ବେଳେ ପାକିସ୍ତାନ ଭିତ୍ତିକ ଆତଙ୍କୀ ସଂଗଠନ ଲସ୍କର-ଏ-ତୋଏବା (LeT)ର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଆଶୀର୍ବାଦ: ମାଉଣ୍ଟ ମଚୋଇ-୨ ଶିଖରରେ ଉଡ଼ାଇଲେ ତ୍ରିରଙ୍ଗା

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ କୁଲିତା ଟୁକୁରା ଗ୍ରାମର ପର୍ବତାରୋହୀ ଆଶୀର୍ବାଦ ମହାପାତ୍ର ପ୍ରାୟ ୫,୧୩୦ ମିଟର(୧୬,୮୩୦ ଫୁଟ) ଉଚ୍ଚତାବିଶିଷ୍ଟ ଜମ୍ମୁ-କଶ୍ମୀରର ମାଉଣ୍ଟ ମଚୋଇ-୨…

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?