ସୁଧୁରୁଛି ରାଜ୍ୟ ଅର୍ଥ ବ୍ୟବସ୍ଥା: ମନ୍ତ୍ରୀ

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ରାଜ୍ୟରେ କରୋନା ଲାଗି ବିପର୍ଯ୍ୟସ୍ତ ହୋଇପଡ଼ିଥିବା ଅର୍ଥ ବ୍ୟବସ୍ଥା ସୁଧୁରୁଛି। ବିଶେଷ କରି ଗ୍ରାମୀଣ ଅର୍ଥନୀତି ସ୍ବାଭାବିକ ହେବାରେ ଲାଗିଛି, ଯାହା ଓଡ଼ିଶା ପାଇଁ ଶୁଭସଙ୍କେତ ବୋଲି ଶିଳ୍ପମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର କହିଛନ୍ତି। ଏମ୍‌ଏସ୍‌ଏମ୍‌ଇ, ଅର୍ଥ ବିଭାଗ ଓ ଭାରତୀୟ ଚାମ୍ବର୍ସ ଅଫ୍‌ କମର୍ସର ମିଳିତ ଆନୁକୂଲ୍ୟରେ ଆୟୋଜିତ ଓ୍ବେବ୍‌ କନ୍‌ଫରେନ୍ସରେ ଯୋଗଦେଇ ମନ୍ତ୍ରୀ କହିଲେ ଯେ, ଲୋକଙ୍କ ମଧ୍ୟରେ ଆର୍ଥିକ କାରବାର ବଢ଼ିଲେ ଅର୍ଥନୀତି ସୁଦୃଢ଼ ହେବ। ଲୋକେ ଚାହିଦା ସୃଷ୍ଟି ପାଇଁ ଅର୍ଥ ବିନିଯୋଗ କରିବା ଆବଶ୍ୟକ। ଏହାଦ୍ୱାରା ଅର୍ଥ ବ୍ୟବସ୍ଥା ପୂର୍ବସ୍ଥିତିକୁ ଫେରିପାରିବ। ଅର୍ଥ ବିଭାଗ ପ୍ରମୁଖ ସଚିବ ଅଶୋକ ମୀନା କହିଲେ, ଚଳିତବର୍ଷ ୯୦ହଜାର କୋଟି ମଧ୍ୟରୁ ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ର ଲାଗି ୩୮ ହଜାର କୋଟି ଟଙ୍କା ପ୍ରାବଧାନ କରାଯାଇଛି। ଅର୍ଥ ସଦ୍‌ବିନିଯୋଗ ଲାଗି ଏକ ଆନ୍ତଃ ମନ୍ତ୍ରୀସ୍ତରୀୟ କମିଟି ଗଠିତ ହୋଇଛି। ରୁଗ୍‌ଣ ଏମ୍‌ଏସ୍‌ଏମ୍‌ଇ ସେକ୍ଟରକୁ ସହାୟତା ଯୋଗାଇ ଦେବାକୁ ଯୋଜନା ପ୍ରସ୍ତୁତ କରାଯାଉଥିବା ସେ ସୂଚନା ଦେଇଛନ୍ତି। ଇଣ୍ଡିଆ ଚାମ୍ବର୍ସ ଅଫ୍‌ କମର୍ସର ସଭ୍ୟ ମାତୃଦତ୍ତ ମିଶ୍ର ବର୍ତ୍ତମାନସ୍ଥିତିରେ ଅର୍ଥ ନେଣଦେଣ ବ୍ୟବସ୍ଥାର ଆବଶ୍ୟକତା, ନିଶ୍ଚିତ ଋଣ ଯୋଜନାରେ ଆବେଦନ ତାରିଖ ହଁି ମୋଟ ଋଣ ଅର୍ଥର ୩୦ରୁ ୪୦% ପ୍ରଦାନ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ଏହି ଅବସରରେ ଏମ୍‌ଏସ୍‌ଏମ୍‌ଇ ପାଇଁ ରହିଥିବା କେତେକ ସ୍କିମ୍‌ ଉପରେ ଆଲୋକପାତ କରାଯାଇଥିଲା। ଭାରତୀୟ ଚାମ୍ବର୍ସ ଅଫ୍‌ କମର୍ସର ଓଡ଼ିଶା ବିତ୍ତ ଓ ଟିକସ କମିଟି ଆବାହକ ରାଜୀବ ଶେଖର ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ

ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ...

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri