ସୁଧୁରୁନି ଜଣ୍ଡିସ ସ୍ଥିତି : ନିୟନ୍ତ୍ରଣ ପାଇଁ ଗ୍ରହଣ କରାଯାଉନି ଉପଯୁକ୍ତ ପଦକ୍ଷେପ

କଟକ ଅଫିସ, ୧।୭ : କଟକ ମହାନଗର ନିଗମ(ସିଏମ୍‌ସି) ଅଞ୍ଚଳରେ ଜଣ୍ଡିସ ସ୍ଥିତି ସୁଧୁରୁନି। ଏବେ ପଟ୍ଟାପୋଲ, ସୂତାହାଟ, ଦର୍ଜିସାହି ଅଞ୍ଚଳର ଅଧିକାଂଶ ଘରେ ଜଣ୍ଡିସ୍‌ ଆକ୍ରାନ୍ତ ଥିବା ଜଣାପଡିଛି। ଏପରି କି ସୁତାହାଟ ଅଞ୍ଚଳରେ ଗୋଟିଏ ପରିବାରର ୩/୪ ଜଣ ଜଣ୍ଡିସରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ଜଣ୍ଡିସ ଦିନକୁ ଦିନ ବଢିବାରେ ଲାଗିଥିବାବେଳେ ଏହାକୁ ନିୟନ୍ତ୍ରଣ କରିବା ପାଇଁ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରାଯାଉନାହିଁ। ସହରର କେତେକ ସ୍ଥାନର ଡ୍ରେନ୍‌ ନିକଟରେ ପାଣି ପାଇପ ଯାଇଛି। ହେଲେ ପାଇପ ଲାଇନ୍‌ ବଦଳା ନ ଯିବା ଯୋଗୁ ଏହା ଫାଟି ଡ୍ରେନ୍‌ପାଣି ସହ ମିଶୁଛି। ଫଳରେ ଏହି ଦୂଷିତ ପାଣି ପିଇବା ଦ୍ୱାରା ଲୋକେ ଜଣ୍ଡିସରେ ଆକ୍ରାନ୍ତ ହେଉଛନ୍ତି ବୋଲି ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଏ ନେଇ ସିଏମସି ସ୍ବାସ୍ଥ୍ୟ ଅଧିକାରୀ ଉମେଶ ପାଣିଗ୍ରାହୀ କହିଛନ୍ତି, ଜଣ୍ଡିସ ନିୟନ୍ତ୍ରଣ କରିବାକୁ ପଦକ୍ଷେପ ନିଆଯାଉଛି। ଡ୍ରେନେଜ୍‌ରେ ବ୍ଲିଚିଂ ପାଉଡର ପକାଯାଇ ସଫା କରାଯାଉଛି। ହାଲୋଜିନ୍‌ ବଟିକା ଦିଆଯାଉଛି ଓ ଲିଫ୍‌ଲେଟ ମାଧ୍ୟମରେ ଲୋକଙ୍କୁ ସଚେତନ କରାଯାଉଛି। ଜନସ୍ବାସ୍ଥ୍ୟ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ସୁଶାନ୍ତ କୁମାର ଘଡାଇ କହିଛନ୍ତି, ଜଣ୍ଡିସ୍‌ ହୋଇଥିବା ଅଞ୍ଚଳକୁ ଆମେ ପରିଦର୍ଶନ କରୁଛୁ। ପାଣି ନମୁନା ସଂଗ୍ରହ କରାଯାଇ ପରୀକ୍ଷା ଲାବୋରେଟୋରିକୁ ପଠାଇଥିଲା। ରିପୋର୍ଟ ଆସିବା ପରେ ପାଣି ଯୋଗୁ ଜଣ୍ଡିସ ବ୍ୟାପୁ ନ ଥିବା ଜଣାପଡିଛି। ଅପରିଷ୍କାର ସ୍ଥାନରେ ବିକ୍ରି ହେଉଥିବା ଗୁପ୍‌ଚୁପ୍‌, ଚାଟ୍‌ ଭଳି ଚଟ୍‌ପଟି ଖାଦ୍ୟ ଖାଇବା ଯୋଗୁ ଜଣ୍ଡିସ ବ୍ୟାପୁଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଘଣ୍ଟାରେ ୧୦ଟା ବାଜିବ ହେଲେ ସେ ଆଉ ସ୍କୂଲ ଯିବେନି: ଶିକ୍ଷକଙ୍କୁ ଝୁରୁଛି…

ହାଟଡିହୀ, ୩୧/୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲର ଆଦର୍ଶ ଶିକ୍ଷକ ପଦ୍ମନାଭ ପଣ୍ଡାଙ୍କୁ ବିଦ୍ୟାଳୟ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ…

ଭୁବନେଶ୍ୱର: ହାଇଟେକ୍ ଛକ ନିକଟ କୁଆଖାଇ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି

ଭୁବନେଶ୍ୱର, ୩୧ା୭: ରାଜଧାନୀ ଭୁବନେଶ୍ୱରର ହାଇଟେକ୍ ଛକ ନିକଟସ୍ଥ କୁଆଖାଇ ନଦୀକୁ ଜଣେ ମହିଳା ଡେଇଁ ପଡ଼ିଥିବା ଘଟଣା ସାମ୍ନାକୁ ଆସିଛି। ମହିଳାଜଣଙ୍କ ନଦୀକୁ ଡେଇଁବା ପରେ…

ପୋଲିସ ଫାଣ୍ଡି କୋଠା ଅଧାପନ୍ତରିଆ

ରିଷିଡା,୩୧ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲାର ବହୁ ପୁରାତନ ରିଷିଡ଼ା ପୋଲିସ ଫାଣ୍ଡି ପ୍ରତିଷ୍ଠାପରଠୁ ଅଦ୍ୟାବଧି ଖପର ଓ ଆଜବେଷ୍ଟସ୍‌ ଘରେ ଚାଲିଆସୁଛି। ବାରମ୍ବାର ଦାବି ପରେ ନୂତନ…

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

ଚାଷୀଙ୍କୁ ମିଳୁନି ସାର, ବଢୁଛି କଳାବଜାର

ଧରାକୋଟ,୩୧ା୭(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୀର୍ଘଦିନ ପରେ ଧରାକୋଟ ଅଞ୍ଚଳରେ ଭଲ ବର୍ଷା ହୋଇଥିବାରୁ ଚାଷୀ ଚାଷକାର୍ଯ୍ୟ ଆଗେଇ ନେଉଛନ୍ତି। ତେବେ ଚାଷରେ ପ୍ରୟୋଗ ପାଇଁ ଆବଶ୍ୟକ ପରିମାଣର…

ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ

ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି…

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

ହାଣ୍ଡିଶାଳକୁ ମହଙ୍ଗା ମାଡ଼: ବର୍ଷା ଋତୁରେ ଆକାଶଛୁଆଁ ପନିପରିବା ଦର

ଲାଞ୍ଜିଗଡ, ୩୧/୭ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ ଶିଳ୍ପାଞ୍ଚଳ ସମେତ ଆଖପାଖ ଅଞ୍ଚଳରେ ବର୍ଷା ଋତୁରେ ପନିପରିବା ଦର ଆକାଶଛୁଆଁ ହୋଇଛି। ଏହାର ପ୍ରଭାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri