ସୁନାପଲ୍ଲୀରେ ଯୁବକଙ୍କୁ ହତ୍ୟା : ପାଳଗଦାରୁ ଦରପୋଡ଼ା ମୃତଦେହ ଉଦ୍ଧାର

କବିସୂର୍ଯ୍ୟନଗର,୧୮ା୧-ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ସୁନାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ହତ୍ୟା ପରେ ପାଳଗଦାରେ ପକାଇ ନିଆଁ ଲଗାଇ ଦିଆଯାଇଛି। ଶୁକ୍ରବାର ଅର୍ଦ୍ଧଦଗ୍ଧ ମୃତଦେହକୁ ପୋଲିସ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଇଛି। ମୃତକ ହେଲେ ଉକ୍ତ ଥାନା ଆଠଗଡ଼ପାଟଣାର ସୁରେଶ ଦାସ ଓରଫ କାଳିଆ (୨୪)। ମୃତକଙ୍କ ଭାଇ ରବୀନ୍ଦ୍ରଙ୍କ ଏତଲାକୁ ଭିତ୍ତି କରି ସ୍ଥାନୀୟ ପୋଲିସ ନଂ. ୧୪/୨୦ରେ ମାମଲା ରୁଜୁ କରି ଜଣେ ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଛି। ଘଟଣାସ୍ଥଳରୁ ବ୍ୟାଗ, ହେଲ୍‌ମେଟ, ବାଇକ୍‌, ଡିଏଲ୍‌, ଏଟିଏମ୍‌ କାର୍ଡ ପୋଲିସ ଜବତ କରିଛି।
ପ୍ରକାଶ ଯେ, କାଳିଆ ପୁରୀର ଏକ ହୋଟେଲ୍‌ରେ କାମ କରନ୍ତି। ଗୁରୁବାର ସନ୍ଧ୍ୟାରେ ସେ ବ୍ରହ୍ମପୁର ଯିବି ବୋଲି ଘରେ କହି ଅଶିନିପୁର ସାଙ୍ଗ ଘରକୁ ଯାଇଥିଲେ। ସେଠାରୁ ବାଇକ୍‌ରେ ଭାରତଲୀଳା ନାଟକ ଦେଖିବାକୁ ଯାଇ ଆଉ ଘରକୁ ଫେରି ନ ଥିଲେ। ଶୁକ୍ରବାର ସକାଳେ ସୁନାପଲ୍ଲୀ ଗ୍ରାମ ଲାଲୁଘାଇ ନିକଟରେ ଥିବା ଏକ ପାଳଗଦାରେ ନିଅଁା ଲାଗିଥିବା ଲୋକେ ଦେଖିଥିଲେ। ନିଅଁାରେ ଏକ ମୃତଦେହ ଜଳୁଥିବା ଦେଖି ସେମାନେ ପୋଲିସକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିବା ବେଳେ ପୋଲିସ ପହଞ୍ଚତ୍ ଯୁବକଙ୍କ ଦରପୋଡ଼ା ମୃତହେଦ ଉଦ୍ଧାର କରିଥିଲା। ମୃତକଙ୍କ ଦୁଇଟି ଗୋଡ଼ ଶରୀରରୁ ବିଚ୍ଛିନ୍ନ ହୋଇପଡ଼ିଥିବା ବେଳେ ଧାରୁଆ ଅସ୍ତ୍ରରେ ମୁଣ୍ଡର ୨/୩ ସ୍ଥାନରେ ହଣାଯାଇଥିବା ପୋଲିସ କହିଛି। ପ୍ରାଥମିକ ତଦନ୍ତରୁ ଏହି ଘଟଣା ଗୁରୁବାର ମଧ୍ୟରାତିରେ ଘଟିଥିବା ବେଳେ ପ୍ରଥମେ ହତ୍ୟା ତା’ ପରେ ପ୍ରମାଣ ନଷ୍ଟ କରିବାକୁ ଯାଇ ମୃତଦେହ ପାଳଗଦାରେ ପକାଇ ପୋଡ଼ି ଦିଆଯାଇଥିବା ପୋଲିସ କହିିଛି।
ଘଟଣାସ୍ଥଳରେ କବିସୂର୍ଯ୍ୟନଗର ଏଏସ୍‌ଆଇ ସ୍ନେହା ମଞ୍ଜରୀ ସାହୁ ଓ ପ୍ରସନ୍ନ କୁମାର ପରିଡ଼ା, ବାଲିଛାଇ ଫାଣ୍ଡି ଅଧିକାରୀ ଉମା ଚରଣ ପ୍ରହରାଜ, ପୁରୁଷୋତ୍ତମପୁର ଏସ୍‌ଡିପିଓ ସୀମା ସ୍ବାଇଁ, ପୋଲସରା ଆଇଆଇସି ଜିତେନ୍ଦ୍ର ମଳିକଙ୍କ ସହ ସାଇଣ୍ଟିଫିକ୍‌ ଟିମ ପହଞ୍ଚତ୍ ତଦନ୍ତ ଚଳାଇଛନ୍ତି। ହତ୍ୟା କାଣ୍ଡରେ ସମ୍ପୃକ୍ତ ଥିବା ସନ୍ଦେହରେ ପୋଲିସ ସୁନାପଲ୍ଲୀ ସ୍କୁଲ ନିକଟରୁ ଜଣଙ୍କୁ ଧରିବା ସହ ଅନ୍ୟ ଜଣେ ଫେରାର ଅଛନ୍ତି। ଶୀଘ୍ର ଅଭିଯୁକ୍ତଙ୍କୁ ଧରାଯିବ, ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଅଧିକ ଘଟଣା ସମ୍ପର୍କରେ ଜଣାପଡ଼ିବ ବୋଲି ତଦନ୍ତକାରୀ ଅଧିକାରୀ ଏଏସ୍‌ଆଇ ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ତଦାନ, ମହାପୁଣ୍ୟ: ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ୪୧ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଓଡ଼ିଶା ଦିବସ ଅବସରରେ ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ଗଣିଆନାଳ ଛକର ମା’ ପିତାମ୍ବରୀ ବଣିକ ସଂଘ ପକ୍ଷରୁ ସ୍ଥାନୀୟ ପ୍ରାଥମିକ ବିଦ୍ୟାଳୟ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଘୁମୁସରରୁ ଆରମ୍ଭ ହୋଇଥିଲା ପ୍ରଥମ ଆନ୍ଦୋଳନ, ଓଡ଼ିଆ ଭାଷା ଆନ୍ଦୋଳନରୁ ହିଁ…

ଭଞ୍ଜନଗର,୧ା୪(ବାବୁଲା ପ୍ରଧାନ): ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଉପରେ ବୁଧବାର ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସହରରେ ଅନେକ କାର୍ଯ୍ୟକ୍ରମ ହୋଇଥିଲା। ସକାଳେ ଉପଜିଲାପାଳ ଉମାଶଙ୍କର ବେହେରା,…

ଉତ୍କଳ ଦିବସରେ ମହାପୁରୁଷଙ୍କୁ ପୁଷ୍ପମାଲ୍ୟ : ମନେ ପକାଇଲେ ନେତା ଓ ପ୍ରଶାସନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ): ସମଗ୍ର ରାଜ୍ୟରେ ଏପ୍ରିଲ ୧ରେ ଉତ୍କଳ ଦିବସ ପାଳନ କରାଯାଇଥିବା ବେଳେ ଗଞ୍ଜାମ ସହରରେ ମଧ୍ୟ ତାହା ପାଳନ ହୋଇଛି । ବିଡ଼ିଓ ଅଚ୍ୟୁତାନନ୍ଦ…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri