କବିସୂର୍ଯ୍ୟନଗର,୧୮ା୧-ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ସୁନାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ହତ୍ୟା ପରେ ପାଳଗଦାରେ ପକାଇ ନିଆଁ ଲଗାଇ ଦିଆଯାଇଛି। ଶୁକ୍ରବାର ଅର୍ଦ୍ଧଦଗ୍ଧ ମୃତଦେହକୁ ପୋଲିସ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଇଛି। ମୃତକ ହେଲେ ଉକ୍ତ ଥାନା ଆଠଗଡ଼ପାଟଣାର ସୁରେଶ ଦାସ ଓରଫ କାଳିଆ (୨୪)। ମୃତକଙ୍କ ଭାଇ ରବୀନ୍ଦ୍ରଙ୍କ ଏତଲାକୁ ଭିତ୍ତି କରି ସ୍ଥାନୀୟ ପୋଲିସ ନଂ. ୧୪/୨୦ରେ ମାମଲା ରୁଜୁ କରି ଜଣେ ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଛି। ଘଟଣାସ୍ଥଳରୁ ବ୍ୟାଗ, ହେଲ୍ମେଟ, ବାଇକ୍, ଡିଏଲ୍, ଏଟିଏମ୍ କାର୍ଡ ପୋଲିସ ଜବତ କରିଛି।
ପ୍ରକାଶ ଯେ, କାଳିଆ ପୁରୀର ଏକ ହୋଟେଲ୍ରେ କାମ କରନ୍ତି। ଗୁରୁବାର ସନ୍ଧ୍ୟାରେ ସେ ବ୍ରହ୍ମପୁର ଯିବି ବୋଲି ଘରେ କହି ଅଶିନିପୁର ସାଙ୍ଗ ଘରକୁ ଯାଇଥିଲେ। ସେଠାରୁ ବାଇକ୍ରେ ଭାରତଲୀଳା ନାଟକ ଦେଖିବାକୁ ଯାଇ ଆଉ ଘରକୁ ଫେରି ନ ଥିଲେ। ଶୁକ୍ରବାର ସକାଳେ ସୁନାପଲ୍ଲୀ ଗ୍ରାମ ଲାଲୁଘାଇ ନିକଟରେ ଥିବା ଏକ ପାଳଗଦାରେ ନିଅଁା ଲାଗିଥିବା ଲୋକେ ଦେଖିଥିଲେ। ନିଅଁାରେ ଏକ ମୃତଦେହ ଜଳୁଥିବା ଦେଖି ସେମାନେ ପୋଲିସକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିବା ବେଳେ ପୋଲିସ ପହଞ୍ଚତ୍ ଯୁବକଙ୍କ ଦରପୋଡ଼ା ମୃତହେଦ ଉଦ୍ଧାର କରିଥିଲା। ମୃତକଙ୍କ ଦୁଇଟି ଗୋଡ଼ ଶରୀରରୁ ବିଚ୍ଛିନ୍ନ ହୋଇପଡ଼ିଥିବା ବେଳେ ଧାରୁଆ ଅସ୍ତ୍ରରେ ମୁଣ୍ଡର ୨/୩ ସ୍ଥାନରେ ହଣାଯାଇଥିବା ପୋଲିସ କହିଛି। ପ୍ରାଥମିକ ତଦନ୍ତରୁ ଏହି ଘଟଣା ଗୁରୁବାର ମଧ୍ୟରାତିରେ ଘଟିଥିବା ବେଳେ ପ୍ରଥମେ ହତ୍ୟା ତା’ ପରେ ପ୍ରମାଣ ନଷ୍ଟ କରିବାକୁ ଯାଇ ମୃତଦେହ ପାଳଗଦାରେ ପକାଇ ପୋଡ଼ି ଦିଆଯାଇଥିବା ପୋଲିସ କହିିଛି।
ଘଟଣାସ୍ଥଳରେ କବିସୂର୍ଯ୍ୟନଗର ଏଏସ୍ଆଇ ସ୍ନେହା ମଞ୍ଜରୀ ସାହୁ ଓ ପ୍ରସନ୍ନ କୁମାର ପରିଡ଼ା, ବାଲିଛାଇ ଫାଣ୍ଡି ଅଧିକାରୀ ଉମା ଚରଣ ପ୍ରହରାଜ, ପୁରୁଷୋତ୍ତମପୁର ଏସ୍ଡିପିଓ ସୀମା ସ୍ବାଇଁ, ପୋଲସରା ଆଇଆଇସି ଜିତେନ୍ଦ୍ର ମଳିକଙ୍କ ସହ ସାଇଣ୍ଟିଫିକ୍ ଟିମ ପହଞ୍ଚତ୍ ତଦନ୍ତ ଚଳାଇଛନ୍ତି। ହତ୍ୟା କାଣ୍ଡରେ ସମ୍ପୃକ୍ତ ଥିବା ସନ୍ଦେହରେ ପୋଲିସ ସୁନାପଲ୍ଲୀ ସ୍କୁଲ ନିକଟରୁ ଜଣଙ୍କୁ ଧରିବା ସହ ଅନ୍ୟ ଜଣେ ଫେରାର ଅଛନ୍ତି। ଶୀଘ୍ର ଅଭିଯୁକ୍ତଙ୍କୁ ଧରାଯିବ, ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଅଧିକ ଘଟଣା ସମ୍ପର୍କରେ ଜଣାପଡ଼ିବ ବୋଲି ତଦନ୍ତକାରୀ ଅଧିକାରୀ ଏଏସ୍ଆଇ ସାହୁ କହିଛନ୍ତି।
ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ
ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍ରରେ ସର୍ଟସର୍କିଟ…
ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ
ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…
ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ
ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…
ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ
ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…
ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ
ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…
‘ବରିଷ୍ଠ ନାଗରିକ ଦେଶର ଅମୂଲ୍ୟ ସମ୍ପଦ’
ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିଶନ ଶକ୍ତି ଭବନଠାରେ ଗୁରୁବାର ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ…
ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ବିଭାଗ: ମୋହନାରୁ ଯାଉଥିଲା ବ୍ରହ୍ମପୁର…
ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁ ଛକ ନିକଟରୁ ଗୁରୁବାର ଅବକାରୀ କର୍ମଚାରୀ ୨ଜଣ ଯୁବକଙ୍କ ନିକଟରୁ ୯ କେଜି ୪…
ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ
ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

