ସୁନାବେଶରେ ଦର୍ଶନ ଦେଲେ ମା’ ତାରିଣୀ

ଘଟଗାଁ, ୭।୧୦(ଡି.ଏନ.ଏ.)-କେନ୍ଦୁଝର ଜିଲାର ପ୍ରସିଦ୍ଧ ଘଟଗାଁ ପୀଠରେ ମା’ ତାରିଣୀଙ୍କ ଶାରଦୀୟ ପୂଜା ଉପଲକ୍ଷେ ରବିବାର ମହାଷ୍ଟମୀ ତିଥିରେ ସୁନାବେଶ ଅନୁଷ୍ଠିତ ହୋଇଥିଲା। ଶହ ଶହ ଭକ୍ତ ମା’ଙ୍କ ଅନିନ୍ଦ୍ୟ ସୁନାବେଶ ଦର୍ଶନ କରି ପୂଜାର୍ଚ୍ଚନା କରିଥିଲେ। ସାରାଦିନ ମନ୍ଦିର ପରିସରରେ ଭକ୍ତଙ୍କ ଭିଡ଼ ଓ ଗହଳଚହଳ ଲାଗି ରହିଥିଲା। ଶାରଦୀୟ ପୂଜା ପାଇଁ ଘଟଗାଁ ପରିବେଶ ଥିଲା ଉତ୍ସବମୁଖର । ମହାନବମୀ ଓ ମହାଦଶମୀରେ ମଧ୍ୟ ମା’ଙ୍କୁ ସୁନାବେଶରେ ପୂଜାର୍ଚ୍ଚନା କରାଯିବ।
ମନ୍ଦିର ପୂଜାନୀତି ଅନୁଯାୟୀ ରବିବାର ଭୋର ୪ଟା ସମୟରେ ମା’ଙ୍କର ମାଜଣା ସରିବା ପରେ ମଙ୍ଗଳ ଆଳତୀ ହୋଇଥିଲା। ଏହାପରେ ମା’ଙ୍କୁ ବଡ଼ ସିଂହାର ବେଶ କରାଯାଇଥିଲା। ଭୋର ୫ଟା ବେଳକୁ ସୁନାବେଶ ହୋଇଥିଲା। ମା’ଙ୍କ ଆସ୍ଥାନରେ ଶୋଭା ପାଇଥିଲା ଚାନ୍ଦି ମେଢ଼। ସୁନାର ମୁକୁଟ, ଚକ୍ଷୁ, ଚିତା, ଜିହ୍ବା, ଅଣ୍ଟାପଟି ସମେତ ସୁନା ଅଳଙ୍କାର ଆଦି ଆଭୂଷଣରେ ଝଲସି ଉଠିଥିଲା ମା’ଙ୍କ ଦିବ୍ୟରୂପ। ଚଣ୍ଡୀପାଠ ଓ ହୋମଯଜ୍ଞ ସାଙ୍ଗକୁ ମହାଷ୍ଟମୀ ଲାଗି ବିଶେଷ ପୂଜାନୀତି ଆୟୋଜିତ ହୋଇଥିଲା। ମନ୍ତ୍ରଧ୍ୱନି ଓ ବାଦ୍ୟରେ ମନ୍ଦିର ପରିସର ପ୍ରକମ୍ପିତ ହୋଇ ଉଠିଥିଲା। ସକାଳ ୬ଟାରେ ଆଳତୀ ହେବା ପରେ ସାଧାରଣ ଦର୍ଶନ ଅନୁଷ୍ଠିତ ହୋଇଥିଲା। ଅପରାହ୍ନ ୧ଟାରୁ ୩ଟା ପର୍ଯ୍ୟନ୍ତ ପହଡ଼ ପଡ଼ିଥିଲା। ସକାଳ ସମୟରେ ୨୦ ହଜାରରୁ ଊର୍ଦ୍ଧ୍ୱ ଭକ୍ତ ଶୃଙ୍ଖଳିତ ଭାବେ ଧାଡ଼ିରେ ଯାଇ ମା’ଙ୍କୁ ଦର୍ଶନ କରିଥିଲେ। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ୩ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଥିଲା। ମନ୍ଦିର କର୍ମଚାରୀ, ନିରାପତ୍ତାରକ୍ଷୀ ଓ ଟ୍ରଷ୍ଟ ବୋର୍ଡର ସଦସ୍ୟମାନେ ଶୃଙ୍ଖଳା ରକ୍ଷା ସହ ପୂଜା ପରିଚାଳନା କାର୍ଯ୍ୟରେ ସହଯୋଗ କରିଥିଲେ। ଟ୍ରଷ୍ଟ ବୋର୍ଡ ସଭାପତି ରାଜେନ୍ଦ୍ର କୁମାର ପଟ୍ଟନାୟକ, କାର୍ଯ୍ୟ ନିର୍ବାହୀ ଅଧିକାରୀ ଆନନ୍ଦ ଚନ୍ଦ୍ର ସିଂ ଏବଂ ଅନ୍ୟ ଟ୍ରଷ୍ଟ ବୋର୍ଡ ସଦସ୍ୟ ଉପସ୍ଥିତ ରହି ସମସ୍ତ କାର୍ଯ୍ୟ ତଦାରଖ କରିଥିଲେ। ମହାନବମୀ ଓ ଦଶମୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବା ସମ୍ଭାବନା ଥିବାରୁ ଏଥିପାଇଁ ସମସ୍ତ ପଦକ୍ଷେପ ଗ୍ରହଣ କରାଯାଇଥିବା ଟ୍ରଷ୍ଟ ବୋର୍ଡ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri