ସୁନାବେଶରେ ଦର୍ଶନ ଦେଲେ ମା’କୀଚକେଶ୍ୱରୀ

ବାରିପଦା ଅଫିସ୍‌,୧୩ା୧୧- ମୟୂରଭଞ୍ଜ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ କୀଚକେଶ୍ୱରୀ ଶ୍ରଦ୍ଧାଳୁମାନଙ୍କୁ ସୁନାବେଶରେ ଦର୍ଶନ ଦେଇଛନ୍ତି। ସହସ୍ରାଧିକ ଶ୍ରଦ୍ଧାଳୁ ତଥା ପର୍ଯ୍ୟଟକଙ୍କ ସମାଗମ ଯୋଗୁ ମଙ୍ଗଳବାର ଖିଚିଂପୀଠ ଜନସମୁଦ୍ରରେ ପରିଣତ ହୋଇଥିଲା। ପ୍ରତିବର୍ଷଭଳି କାର୍ତ୍ତିକପୂର୍ଣ୍ଣିମା ଅବସରରେ ଅନୁଷ୍ଠିତ ହେଉଥିବା ଦୁର୍ଲ୍ଲଭ ସୁନାବେଶ ସକାଳ ୭ଟାରୁ ଆରମ୍ଭ ହୋଇଥିଲା। ଏଠାରେ ପୂଜାର୍ଚ୍ଚନା ଓ ସୁନାବେଶ ଦର୍ଶନଲାଗି ଝାଡଖଣ୍ଡ,ବିହାର,ପଶ୍ଚିମବଙ୍ଗ ସମେତ ରାଜ୍ୟର ଦୂରଦୂରାନ୍ତରୁ ବହୁ ପର୍ଯ୍ୟଟକଙ୍କ ନାହିଁ ନ ଥିବା ଭିଡ଼ ପରିଲକ୍ଷିତ ହୋଇଥିଲା। ମଧ୍ୟାହ୍ନପରେ ମନ୍ଦିର ପରିସରରେ ଭକ୍ତଙ୍କ ଗହଳି ବୃଦ୍ଧି ପାଇବାରେ ଲାଗିଥିଲା। ସମସ୍ତଙ୍କ ପାଇଁ ବ୍ଲକ ପ୍ରଶାସନ, ମନ୍ଦିର ପ୍ରଶାସନ ଓ ସ୍ବେଚ୍ଛାସେବୀ ଅନୁଷ୍ଠାନ ହେଲପ୍‌ ହ୍ୟାଣ୍ଡସ୍‌ ଓ ମାରୱାଡି ଯୁବା ମଞ୍ଚର ମିଳିତ ସହଯୋଗରେ ଅନ୍ନଭୋଗ ବ୍ୟବସ୍ଥା ହୋଇଥିଲା। ସୁରକ୍ଷା ଦୃଷ୍ଟିରୁ ମନ୍ଦିର ପରିସରରେ ଏକାଧିକ ସି.ସି କ୍ୟାମେରା ଖଞ୍ଜା ଯାଇଥିଲା। ମନ୍ଦିରଟ୍ରଷ୍ଟି ମୁଖ୍ୟ ତଥା ଉପଜିଲାପାଳ ଦୁଃଖବନ୍ଧୁ ନାୟକ, ଆସିଷ୍ଟାଣ୍ଡ କଲେକ୍ଟର ଜ୍ୟୋତ୍ସାରାଣୀ ନାୟକ, ମନ୍ଦିର ପରିଚ୍ଛା ଅଜୟ କୁମାର ସାହୁ, ରେଭିନ୍ୟୁ ଅଫିସର ମନ୍ମଥନାଥ ମଲ୍ଲିକ, ଶୁକୃଳି ତହସିଲଦାର ଯତୀନ୍ଦ୍ରନାଥ ସେଠୀ, ରରୁଆଁ ତହସିଲଦାର ସାଇସ୍ମିତା ଉପାଧ୍ୟାୟ, ଅତିରିକ୍ତ ତହସିଲଦାର ବୀରସେନ୍‌ ବେହେରା, ଠାକୁରମୁଣ୍ଡା ତହସିଲଦାର ପ୍ରଦୁମ୍ନ ନାୟକ, ଶୁକୃଳି ବିଡିଓ କସ୍ତୁରୀବାଳା ଜେନା ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଶାନ୍ତି ଶୃଙ୍ଖଳା ରକ୍ଷାକରିବାପାଇଁ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଅଶୋକ ପଟ୍ଟନାୟକ, ଏସ୍‌ଡିପିଓ ନାରାୟଣ ନାୟକ, ରରୁଆଁ ଭାରପ୍ରାପ୍ତ ଥାନା ଅଧିକାରୀ ଶୁକଦେବ ନାୟକଙ୍କ ସମେତ କରିଆ ସର୍କଲର ବିଭିନ୍ନ ଥାନାରୁ ସବ୍‌ ଇନିସ୍‌ପେକ୍ଟର, ପୁଲିସ୍‌, ୨ପ୍ଲାଟୁନ୍‌ ସୁରକ୍ଷାବଳ ସଜାଗ ହୋଇ ରହିଥିଲେ। ମୟୂରଭଞ୍ଜ ଏମପି ବିଶେଶ୍ୱର ଟୁଡୁ ଉପସ୍ଥିତ ରହି ବିଭିନ୍ନ ବ୍ୟବସ୍ଥାର ତଦାରଖ କରିଥିଲେ। ଏହି ଉତ୍ସବରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘର ବିଭାଗ ସଂଘଚାଳକ ରତିକାନ୍ତ ବୈଦ୍ୟଙ୍କ ନେତୃତ୍ୱରେ ଶତାଧିକ ଆର୍‌ଏସ୍‌ଏସ୍‌ କର୍ମୀ ନିୟୋଜିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?