ସୁନାବେଶରେ ୩ ଠାକୁର

ପୁରୀ ଅଫିସ,୨ା୭: ସରି ଆସୁଛି ଶ୍ରୀଗୁଣ୍ଡିଚା ମହୋତ୍ସବ। ବୁଧବାର ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦିରୁ ରତ୍ନବେଦି ଅଭିମୁଖେ ବାହୁଡ଼ି ଆସିଥିଲେ ମହାପ୍ରଭୁ। ଗୁରୁବାର ସିଂହଦ୍ୱାର ସମ୍ମୁଖରେ ରଥାରୂଢ ଦାରୁଦିଅଁଙ୍କ ସୁନାବେଶ ବା ବଡ଼ତଢାଉ ବେଶ ହୋଇଛି। ମହଣ ମହଣ ସୁବର୍ଣ୍ଣ ଅଳଙ୍କାରରେ ଝଲସିଛନ୍ତି ବିଶ୍ୱନିୟନ୍ତା। ନିର୍ଦ୍ଧାରିତ ସମୟରେ ସମ୍ପନ୍ନ ହୋଇଛି ଏହି ଦୁର୍ଲ୍ଲଭ ବେଶ। ହେଲେ ମହାବାହୁଙ୍କ ଏହି ବେଶକୁ ଦର୍ଶନ କରିପାରି ନାହାନ୍ତି ଶ୍ରଦ୍ଧାଳୁ। ମହାମାରୀ କରୋନା ଏଥିରେ ବାଧକ ସାଜିଛି। ଶୁକ୍ରବାର ରଥ ଉପରେ ଠାକୁରଙ୍କ ଅଧରପଣା ନୀତି ସମ୍ପନ୍ନ ହେବ। ଶନିବାର ନୀଳାଦ୍ରିବିଜେ। ଏହିଦିନ ନୀଳକନ୍ଦର ତଥା ଶ୍ରୀମନ୍ଦିର ରତ୍ନସିଂହାସନକୁ ବିଜେ କରିବେ ଚତୁର୍ଦ୍ଧାବିଗ୍ରହ। ରବିବାରଠାରୁ ମିଳିବ ନୀଳାଚଳ ଅବଢା, ହେଲେ କୋଭିଡ଼ ଗାଇଡ଼ଲାଇନ ଯୋଗୁ ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ ନାହିଁ ଶ୍ରଦ୍ଧାଳୁ।
ଗୁରୁବାର ସକାଳ ୬ଟାରୁ ସାଢେ ୬ଟା ମଧ୍ୟରେ ତିନିରଥରେ ମଙ୍ଗଳ ଆଳତି ନୀତି ବଢିଥିଲା। ଏହାପରେ ଅନ୍ୟାନ୍ୟ ନୀତି ଚାଲିଥିଲା। ସକାଳ ୯ଟାରେ ଗୋପାଳ ବଲ୍ଲଭ ଭୋଗ ହୋଇଥିବାବେଳେ ଅପରାହ୍ନ ୧ଟା ୩୦ରେ ସକାଳ ଧୂପ ସରିଥିଲା। ପରେ ଅନ୍ୟାନ୍ୟ ନୀତି ବଢି ଅପରାହ୍ନ ୪ଟାରୁ ଠାକୁରଙ୍କ ସ୍ବର୍ଣ୍ଣ ଅଳଙ୍କାର ରଥ ନିକଟକୁ ବିଜେ କରାଯାଇଥିଲା। ସାଢେ ୪ଟାରୁ ଶ୍ରୀବିଗ୍ରହମାନଙ୍କୁ ସ୍ବର୍ଣ୍ଣ, ରୁପା ଆଦି ମୂଲ୍ୟବାନ ଧାତୁଖଚିତ ଅଳଙ୍କାରରେ ବେଶ କରିଥିଲେ ପୁଷ୍ପାଳକ ସେବକ ଏବଂ ଦଇତାପତି ସେବକ। ପ୍ରାୟ ଘଣ୍ଟାଏ ମଧ୍ୟରେ ଠାକୁରମାନେ ସୁନାବେଶରେ ସଜ୍ଜିତ ହୋଇଥିଲେ। ଶ୍ରୀବିଗ୍ରହମାନେ ଶ୍ରୀମସ୍ତକରେ କିରୀଟ, ଗଳାରେ ମାଳା, ଓଡ଼ିଆଣୀ, କାନକୁଣ୍ଡଳ ଆଦି ଧାରଣ କରିଥିଲେ। ବଡ଼ଠାକୁର ଏବଂ ଶ୍ରୀଜଗନ୍ନାଥଙ୍କୁ ଶ୍ରୀହସ୍ତ, ଶ୍ରୀପୟର, ହଳମୂଷଳ, ଶଙ୍ଖ, ଚକ୍ର ଆଦି ଲାଗି କରାଯାଇଥିଲା। ସୁନାବେଶରେ ଥାଇ ରଥ ଉପରେ ହିଁ ଠାକୁରମାନଙ୍କ ସନ୍ଧ୍ୟା ଆଳତି ଓ ସନ୍ଧ୍ୟା ଧୂପ ବଢିଥିଲା। ସୁନାବେଶ ମଇଲମ ପରେ ରଥାରୂଢ ଠାକୁରଙ୍କ ଅନ୍ୟାନ ନୀତି ବଢିଥିଲା। ରଥ ଉପରେ କମ୍‌ ସଂଖ୍ୟକ ସେବାୟତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri