ସୁନାବେଶ ଦର୍ଶନ କଲେ ଶ୍ରଦ୍ଧାଳୁ

ଢେଙ୍କାନାଳ ଅଫିସ,୧୩।୭ – ଶୁକ୍ରବାର ରାତି ସାଢେ ୭ଟାରେ ହରିଶୟନ ଏକାଦେଶୀ ଉପଲକ୍ଷେ ମହାପ୍ରଭୁ ଶ୍ରୀ ଜଗନ୍ନାଥ ରଥରେ ସୁନା ବେଶରେ ଦର୍ଶନ ଦେଇଥିଲେ। ରଥଗଡାଠାରେ ଦୁଇରଥ ପହଞ୍ଚିବା ପରେ ଠାକୁରଙ୍କ ପୂଜାର୍ଚ୍ଚନା କରାଯାଇଥିଲା । ରାଜା କାମାକ୍ଷା ପ୍ରସାଦ ସିଂହଦେଓ ରଥ ଉପରେ ପୂଜାର୍ଚ୍ଚନା କରିଥିଲେ। ପରେ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ଶ୍ରୀଜୀଉଙ୍କ ସୁନା ବେଶ ଦର୍ଶନ କରିଥିଲେ। ମହାପ୍ରଭୁଙ୍କଠାରୁ ୪ କେଜି ୩୮୦ ଗ୍ରାମର ସୁନା ଅଳଙ୍କାର ଲାଗି ହୋଇଥିଲା। ଉପଜିଲାପାଳ ତଥା ଦେବୋତ୍ତର ଅଧିକାରୀ ସାଫଲ୍ୟ ମଣ୍ଡିତ ପ୍ରଧାନ, ତହସିଲଦାର ଉଦୟନାଥ ମହାପାତ୍ର, ସଦର ଏସ୍‌ଡିପିଓ ଶ୍ରୀହର୍ଷ ମିଶ୍ର, ଟାଉନ ଥାନା ଅଧିକାରୀ ଅଭିନବ ଡାଳୁଆ, ଦେବୋତ୍ତର ନିରୀକ୍ଷକ ପ୍ରଦ୍ୟୁମ୍ନ କୁମାର ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ। ରଥ ଚତୁଃପାର୍ଶ୍ୱରେ କଡା ସୁରକ୍ଷା ବ୍ୟବସ୍ଥା ପାଇଁ ସଶସ୍ତ୍ର ପୋଲିସ ମୁତୟନ ହୋଇଥିଲେ। ୨୦୦୭ରେ ତତ୍କାଳୀନ ଜିଲାପାଳ ଉଷା ପାଢୀ ପ୍ରଥମେ ରଥ ଉପରେ ମହାପ୍ରଭୁଙ୍କ ସୁନାବେଶକୁ ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri