ସୁନାବେଶ ଦର୍ଶନ କଲେ ଶ୍ରଦ୍ଧାଳୁ

ଢେଙ୍କାନାଳ ଅଫିସ,୧୩।୭ – ଶୁକ୍ରବାର ରାତି ସାଢେ ୭ଟାରେ ହରିଶୟନ ଏକାଦେଶୀ ଉପଲକ୍ଷେ ମହାପ୍ରଭୁ ଶ୍ରୀ ଜଗନ୍ନାଥ ରଥରେ ସୁନା ବେଶରେ ଦର୍ଶନ ଦେଇଥିଲେ। ରଥଗଡାଠାରେ ଦୁଇରଥ ପହଞ୍ଚିବା ପରେ ଠାକୁରଙ୍କ ପୂଜାର୍ଚ୍ଚନା କରାଯାଇଥିଲା । ରାଜା କାମାକ୍ଷା ପ୍ରସାଦ ସିଂହଦେଓ ରଥ ଉପରେ ପୂଜାର୍ଚ୍ଚନା କରିଥିଲେ। ପରେ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ଶ୍ରୀଜୀଉଙ୍କ ସୁନା ବେଶ ଦର୍ଶନ କରିଥିଲେ। ମହାପ୍ରଭୁଙ୍କଠାରୁ ୪ କେଜି ୩୮୦ ଗ୍ରାମର ସୁନା ଅଳଙ୍କାର ଲାଗି ହୋଇଥିଲା। ଉପଜିଲାପାଳ ତଥା ଦେବୋତ୍ତର ଅଧିକାରୀ ସାଫଲ୍ୟ ମଣ୍ଡିତ ପ୍ରଧାନ, ତହସିଲଦାର ଉଦୟନାଥ ମହାପାତ୍ର, ସଦର ଏସ୍‌ଡିପିଓ ଶ୍ରୀହର୍ଷ ମିଶ୍ର, ଟାଉନ ଥାନା ଅଧିକାରୀ ଅଭିନବ ଡାଳୁଆ, ଦେବୋତ୍ତର ନିରୀକ୍ଷକ ପ୍ରଦ୍ୟୁମ୍ନ କୁମାର ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ। ରଥ ଚତୁଃପାର୍ଶ୍ୱରେ କଡା ସୁରକ୍ଷା ବ୍ୟବସ୍ଥା ପାଇଁ ସଶସ୍ତ୍ର ପୋଲିସ ମୁତୟନ ହୋଇଥିଲେ। ୨୦୦୭ରେ ତତ୍କାଳୀନ ଜିଲାପାଳ ଉଷା ପାଢୀ ପ୍ରଥମେ ରଥ ଉପରେ ମହାପ୍ରଭୁଙ୍କ ସୁନାବେଶକୁ ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଧାୟକଙ୍କ ଫେସ୍‌ବୁକ୍‌ ପୋଷ୍ଟ ନେଇ ଜୋର୍‌ଦାର ଚର୍ଚ୍ଚା

ଢେଙ୍କାନାଳ,୨୨ା୪(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଧୀର କୁମାର ସାମଲଙ୍କ ଏକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ସଦର...

ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ

ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି।...

ଅବିନାଶ, ରୁଦ୍ର ପାଣିଙ୍କୁ ଟକ୍କର ଦେବେ ସସ୍ମିତା ବେହେରା

ଢେଙ୍କାନାଳ,୧୪ା୪(ରତନ ନାୟାର)ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସମ୍ପାଦିକା ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସସ୍ମିତା ବେହେରାଙ୍କୁ କଂଗ୍ରେସ ଢେଙ୍କାନାଳ ଲୋକ ସଭା ଆସନରୁ ପ୍ରାର୍ଥୀ...

ନିର୍ବାଚନୀ ତାତି ବଢ଼ାଉଛି ୫୫ନଂ. ଜାତୀୟ ରାଜପଥ

ଢେଙ୍କାନାଳ,୧୨ା୪(ରତନ ନାୟାର): କଟକରୁ ଢେଙ୍କାନାଳ ଓ ଅନୁଗୋଳ ଦେଇ ସମ୍ବଲପୁରକୁ ଲମ୍ବିଥିବା ୫୫ନଂ. ଜାତୀୟ ରାଜପଥର ଅଧାପନ୍ତରିଆ ଅବସ୍ଥା ଏବେ ନିର୍ବାଚନୀ ପ୍ରସଙ୍ଗ ପାଲଟିଛି। ଢେଙ୍କାନାଳ,...

ହିନ୍ଦୋଳ ଆସନକୁ ନେଇ ଅଙ୍କ ଛିଡୁନି

ଢେଙ୍କାନାଳ,୧୧ା୪(ରତନ ନାୟାର)ଢେଙ୍କାନାଳ ଏମ୍‌ପି ନିର୍ବାଚନ ପାଇଁ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ସେହିପରି ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଢେଙ୍କାନାଳ,...

ସନ୍ଦିଗ୍ଧ ପାରା ଉଦ୍ଧାର:ଗୋଡ଼ରେ ଲାଗିଛି ଜିପିଏସ୍‌ ଟ୍ରାକର ଭଳି ଚିପ୍‌

ଢେଙ୍କାନାଳ,୯ା୪(ରତନ ନାୟାର):ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲପ୍ରସାଦ ଥାନା ଲାଉଲଇ ଗ୍ରାମର ଏକ ମନ୍ଦିର ପରିସରରୁ ସୋମବାର ଏକ ପାରାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଉକ୍ତ...

ବୋମାମାଡ଼ କରି ଲୁଟିନେଲେ ୧୪ ଲକ୍ଷ ଟଙ୍କା

କାମାକ୍ଷାନଗର,୫।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଜିରାଳ ସାପ୍ତାହିକ ହାଟରୁ ଶୁକ୍ରବାର ସକାଳେ ଏକ ବଡ଼ ଲୁଟ୍‌ ହୋଇଛି। ୫ ଜଣ ଦୁର୍ବୃତ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri