ସୁନାମାଳି ଗୁନ୍ଥିବା ଆଳରେ ଠକେଇ : ୪ ମହିଳା ଗିରଫ

ହିଞ୍ଜିଳିକାଟୁ,୧୯।୧୦(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅଞ୍ଚଳରେ ମାଳି ଗୁନ୍ଥିବା ଆଳରେ ଠକେଇ ହୋଇଛି। ସୁନାମାଳି ବଦଳରେ ନକଲି ମାଳି ଦେଇଥିବା ଅଭିଯୋଗରେ ଶୁକ୍ରବାର ସ୍ଥାନୀୟ ପୋଲିସ ୪ ଜଣ ଅଣଓଡ଼ିଆ ମହିଳାଙ୍କୁ ଗିରଫ କରିଛି। ଗିରଫମାନେ ହେଲେ ଶିବ କୁମାରୀ, ଶିବ ବାଇ, ଅନସୂୟା ଓ ଗଳେଶ୍ୱରୀ ବାଇ । ଅଭିଯୁକ୍ତମାନେ ଛତିଶଗଡ଼ ରାଜ୍ୟ ସରଭୁଜା ଜିଲା ଅମ୍ବିକାପୁର ଥାନା ଟିକିରା ଗ୍ରାମର। ସେମାନେ ଗ୍ୟାଙ୍ଗ୍‌ ହୋଇ ରାଜ୍ୟର ବିଭିନ୍ନ ଅଞ୍ଚଳରେ ମହୁ ବିକିବା,ସୁନାମାଳି ଗୁନ୍ଥିବା ଓ ସୁନା ଅଳଙ୍କାର ସଫା କରିବା ବାହାନାରେ ଲୁଟ୍‌ କରନ୍ତି।
ସୂଚନାଯୋଗ୍ୟ, ନୂଆ ବୁରୁପଡ଼ା ଗ୍ରାମର କାଳୁଚରଣ ନାହାକଙ୍କ ଘରକୁ ଶୁକ୍ରବାର ପୂର୍ବାହ୍ନରେ ୪ମହିଳା ଆସି ତାଙ୍କ ମାଆ ଶାନ୍ତିଙ୍କୁ ମାଳି ଗୁନ୍ଥିବା ନିମନ୍ତେ କହିଥିଲେ। ଶାନ୍ତି ସେମାନଙ୍କୁ ଏକ ଖାସୁ ମାଳି ଗୁନ୍ଥିବା ପାଇଁ ଦେଇଥିଲେ। ସେମାନେ ସୁନାମାଳିକୁ କୌଶଳରେ ଲୁଟି ନେଇ ଏକ ନକଲି ଖାସୁ ମାଳି ଶାନ୍ତିଙ୍କୁ ଦେଇ ଚାଲିଯାଇଥିଲେ। ଏ ସମ୍ପର୍କରେ କାଳୁ ଜାଣିବା ପରେ ହିଞ୍ଜିଳି ପୋଲିସକୁ ତୁରନ୍ତ ଖବର ଦେଇଥିଲେ। ପୋଲିସ ଅଭିଯୁକ୍ତମାନଙ୍କ ପିଛା କରି ବୁରୁପଡ଼ାଠାରୁ କାବୁ କରିବା ସହ ସେମାନଙ୍କ ଠାରୁ ଲୁଟ୍‌ ସୁନାମାଳି ଜବତ କରିଛି। ଥାନାରେ କେସ୍‌ ନଂ. ୨୮୪/୧୯ରେ ଏକ ମାମଲା ରୁଜୁ ହୋଇଥିବାବେଳେ ଶୁକ୍ରବାର ରାତିରେ ଅଭିଯୁକ୍ତ ୪ ମହିଳାଙ୍କୁ କୋର୍ଟ ଚାଲାଣ କରାଯାଇଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ସବୁଠାରୁ କନିଷ୍ଠ ବିଧାୟିକ ପ୍ରାର୍ଥୀ, ଏହି ଠୁ ବିଜେଡି ଟିକେଟ୍‌ରେ ଲଢିବେ ନିର୍ବାଚନ

ସାନଖେମୁଣ୍ଡି,୧୮।୪: କାହା ଭାଗ୍ୟରେ ଗଞ୍ଜାମ ଜିଲାର ସାନଖେମୁଣ୍ଡି ଆସନ? ଚଳିତ ନିର୍ବାଚନରେ ଗଡ଼ ରକ୍ଷା କରି ପାରିବ କି କଂଗ୍ରେସ ନା ବାଜି ମାରିନେବ ବିଜେଡି।...

ଅଙ୍ଗଦାନ କରିଥିବା ମହିଳାଙ୍କୁ ଦିଆଗଲା ଗାର୍ଡ ଅଫ ଅନର

ହାଟଡିହୀ,୧୮l୪(ଶୁଭକାନ୍ତ ନାୟକ): ବିଭିନ୍ନ ସମୟରେ ଅଙ୍ଗଦାନ କରୁଥିବା ବ୍ୟକ୍ତି ବିଶେଷ ଏକ ସ୍ବତନ୍ତ୍ର ଉଦାହରଣ ସୃଷ୍ଟି କରି ସମାଜକୁ ଏକ ନୂତନ ଦିଗଦର୍ଶନ ଦେଇଥାନ୍ତି, ଯାହାକି...

ମୁଁ ମୁଖ୍ୟମନ୍ତ୍ରୀଙ୍କ ସୈନିକ, ଦଳର ସ୍ବାର୍ଥ ଲାଗି ଲଢ଼ିବି: ରୋହିତ  

ସମ୍ବଲପୁର,୧୮।୪:  ସମ୍ବଲପୁର ବିଧାନସଭା ଆସନ ପାଇଁ ବିଜେଡି ଦଳ ପକ୍ଷରୁ ପୁର୍ବରୁ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଛିଡା କରାଯାଇଥିଲା। ହେଲେ ବୁଧବାର ଘୋଷିତ ୫ମ ସୂଚୀରେ ପ୍ରସନ୍ନଙ୍କୁ...

ନାମଯଜ୍ଞବେଳେ ଫୁଟିଲା ଗୁଳି: ଜଣେ ଗୁରୁତର

କଣ୍ଟାମାଳ,୧୮।୪: କଣ୍ଟାମାଳ ଥାନା ଲମ୍ବେସ୍ବରୀ ଗ୍ରାମପଞ୍ଚାୟତର ପିପଲପାଳି ଗ୍ରାମରେ ରାମନବମୀ ପାଇଁ ନାମଯଜ୍ଞ ଅନୁଷ୍ଠିତ ହୋଇଥିଲା। ଏହି ସମୟରେ କିଛି ଦୁର୍ବୁତ୍ତ ସେଠାରେ ଗୁଳିମାଡ଼ କରିଥିଲେ।...

ଶ୍ରୀକ୍ଷେତ୍ରରେ ସାହିଯାତ ଆରମ୍ଭ

ପୁରୀ,୧୮ା୪(ଅଜିତ ମହାନ୍ତି)ପବିତ୍ର ରାମନବମୀ ଅବସରରେ ବୁଧବାରଠାରୁ ଶ୍ରୀମନ୍ଦିର ଓ ଶ୍ରୀକ୍ଷେତ୍ରରେ ସାହିଯାତ ଆରମ୍ଭ ହୋଇଛି। ସହିଯାତ ପାଇଁ ଉତ୍ସବମୁଖର ହୋଇପଡ଼ିଛି ଶ୍ରୀକ୍ଷେତ୍ର। ଶ୍ରୀରାମଙ୍କ ଜନ୍ମଲୀଳାଠାରୁ ଆରମ୍ଭ...

ପୁଣି କର୍ମଚାରୀ ଛଟେଇ କଲା ଗୁଗ୍‌ଲ

କାଲିଫର୍ନିଆ, ୧୮।୪: ବଡ ଆଇଟି କମ୍ପାନୀଗୁଡିକ ଆଜିକାଲି ଏକ ସମ୍ଭାବ୍ୟ ମାନ୍ଦାବସ୍ଥାର ସମ୍ମୁଖୀନ ହେଉଛନ୍ତି। ଖର୍ଚ୍ଚ ହ୍ରାସ କରିବାକୁ ଏହି କମ୍ପାନୀଗୁଡିକ କର୍ମଚାରୀଙ୍କ ଉପରେ ଛଟେଇ...

ଅପରାଜିତାଙ୍କ ବିପକ୍ଷରେ ୨ ଯୁବନେତା

ଖୋର୍ଦ୍ଧା,୧୮।୪(ପ୍ରଭାତ ପାଣିଗ୍ରାହୀ)ଭୁବନେଶ୍ବର ସଂସଦୀୟ କ୍ଷେତ୍ର ପାଇଁ ଭାଜପା ଅପରାଜିତା ଷଡ଼ଙ୍ଗୀ, ବିଜେଡି ମନ୍ମଥ ରାଉତରାୟ ଏବଂ କଂଗ୍ରେସ ୟାସିର ନୱାଜଙ୍କୁ ପ୍ରାର୍ଥୀ ଘୋଷଣା କରିଛି। ଦୁଇ...

ଅସ୍ଥିଶଲ୍ୟ ବିଭାଗରେ ଅସ୍ତ୍ରୋପଚାର ଠପ୍‌

ଭବାନୀପାଟଣା,୧୮।୪(ଉତ୍ତମ କୁମାର ଦାଶ)କଳାହାଣ୍ଡିବାସୀ ମେଡ଼ିକାଲ କଲେଜ ଆରମ୍ଭ ହେବାରୁ ଖୁସୀ ହୋଇଥିଲେ। ହେଲେ ଜିଲା ହସ୍ପିଟାଲ ଓ ଶହୀଦ ରେଣ୍ଡୋ ମାଝି ମେଡ଼ିକାଲ କଲେଜ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri