ସୁନାମାଳି ଗୁନ୍ଥିବା ଆଳରେ ଠକେଇ : ୪ ମହିଳା ଗିରଫ

ହିଞ୍ଜିଳିକାଟୁ,୧୯।୧୦(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅଞ୍ଚଳରେ ମାଳି ଗୁନ୍ଥିବା ଆଳରେ ଠକେଇ ହୋଇଛି। ସୁନାମାଳି ବଦଳରେ ନକଲି ମାଳି ଦେଇଥିବା ଅଭିଯୋଗରେ ଶୁକ୍ରବାର ସ୍ଥାନୀୟ ପୋଲିସ ୪ ଜଣ ଅଣଓଡ଼ିଆ ମହିଳାଙ୍କୁ ଗିରଫ କରିଛି। ଗିରଫମାନେ ହେଲେ ଶିବ କୁମାରୀ, ଶିବ ବାଇ, ଅନସୂୟା ଓ ଗଳେଶ୍ୱରୀ ବାଇ । ଅଭିଯୁକ୍ତମାନେ ଛତିଶଗଡ଼ ରାଜ୍ୟ ସରଭୁଜା ଜିଲା ଅମ୍ବିକାପୁର ଥାନା ଟିକିରା ଗ୍ରାମର। ସେମାନେ ଗ୍ୟାଙ୍ଗ୍‌ ହୋଇ ରାଜ୍ୟର ବିଭିନ୍ନ ଅଞ୍ଚଳରେ ମହୁ ବିକିବା,ସୁନାମାଳି ଗୁନ୍ଥିବା ଓ ସୁନା ଅଳଙ୍କାର ସଫା କରିବା ବାହାନାରେ ଲୁଟ୍‌ କରନ୍ତି।
ସୂଚନାଯୋଗ୍ୟ, ନୂଆ ବୁରୁପଡ଼ା ଗ୍ରାମର କାଳୁଚରଣ ନାହାକଙ୍କ ଘରକୁ ଶୁକ୍ରବାର ପୂର୍ବାହ୍ନରେ ୪ମହିଳା ଆସି ତାଙ୍କ ମାଆ ଶାନ୍ତିଙ୍କୁ ମାଳି ଗୁନ୍ଥିବା ନିମନ୍ତେ କହିଥିଲେ। ଶାନ୍ତି ସେମାନଙ୍କୁ ଏକ ଖାସୁ ମାଳି ଗୁନ୍ଥିବା ପାଇଁ ଦେଇଥିଲେ। ସେମାନେ ସୁନାମାଳିକୁ କୌଶଳରେ ଲୁଟି ନେଇ ଏକ ନକଲି ଖାସୁ ମାଳି ଶାନ୍ତିଙ୍କୁ ଦେଇ ଚାଲିଯାଇଥିଲେ। ଏ ସମ୍ପର୍କରେ କାଳୁ ଜାଣିବା ପରେ ହିଞ୍ଜିଳି ପୋଲିସକୁ ତୁରନ୍ତ ଖବର ଦେଇଥିଲେ। ପୋଲିସ ଅଭିଯୁକ୍ତମାନଙ୍କ ପିଛା କରି ବୁରୁପଡ଼ାଠାରୁ କାବୁ କରିବା ସହ ସେମାନଙ୍କ ଠାରୁ ଲୁଟ୍‌ ସୁନାମାଳି ଜବତ କରିଛି। ଥାନାରେ କେସ୍‌ ନଂ. ୨୮୪/୧୯ରେ ଏକ ମାମଲା ରୁଜୁ ହୋଇଥିବାବେଳେ ଶୁକ୍ରବାର ରାତିରେ ଅଭିଯୁକ୍ତ ୪ ମହିଳାଙ୍କୁ କୋର୍ଟ ଚାଲାଣ କରାଯାଇଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘୋଷଣା ହେଲା ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମ ଅବକାଶ, ଏହି ତାରିଖରୁ ବନ୍ଦ ରହିବ

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ୍): ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ । ମେ ୨୩ରୁ ଜୁନ୍ ୨୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ରହିବ । ଜୁନ୍ ୨୨ ତାରିଖରେ…

ଗ୍ରୀଷ୍ମ ବଦଳାଇଲା ସ୍କୁଲ ଛୁଟିର କ୍ୟାଲେଣ୍ଡର! ଜୁଲାଇ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ? ଜାଣନ୍ତୁ…

ଚଣ୍ଡିଗଡ଼,୨୧।୫: ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ହେଲେ ପଞ୍ଜାବ ଏବଂ ଚଣ୍ଡିଗଡ଼ରେ ପ୍ରବଳ ଗରମ ଯୋଗୁ ସେଠାକାର ଜନତା ଆତଙ୍କିତ ହୋଇପଡ଼ିଛନ୍ତି। ପଞ୍ଜାବର…

ଭିଜିଲାନ୍ସ ଜାଲରେ ଟିଟିଲାଗଡ଼ ARCS ଅଫିସ୍‌ର ସିନିୟର୍ ଆସିଷ୍ଟାଣ୍ଟ, ବକେୟା ଦରମା କରାଇ ଦେବାକୁ ନେଉଥିଲେ ଲାଞ୍ଚ

ବଲାଙ୍ଗୀର,୨୧।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ଟିଟିଲାଗଡ଼ ARCS ଅଫିସରେ ଭିଜଲାନ୍ସ ଚଢ଼ାଉ । ARCS ଅଫିସର ସିନିୟର୍ ଆସିଷ୍ଟାଣ୍ଟ ଅନିଲ୍ ପଣ୍ଡାଙ୍କୁ ଧରିଲା ବଲାଙ୍ଗୀର,ସୋନପୁର ଭିଜିଲାନ୍ସ…

୧୦୬ ଜଣଙ୍କୁ ମିଳିଲା ହଜିଲା ଫୋନ୍‌, ଏସ୍‌ପି କହିଲେ- ଏହି ପୋର୍ଟାଲ ମାଧ୍ୟମରେ ପାଇହେବ ଚୋରି ହୋଇଥିବା ମୋବାଇଲ

ବରଗଡ଼,୨୧।୫( ପ୍ରେମାନନ୍ଦ ଖମାରୀ): କିଏ ମୋବାଇଲ ହଜାଇ ଦେଇଥିଲେ ତ ଆଉ କାହାର ମୋବାଇଲ ଲୁଟ କିମ୍ବା ଚୋରି ହୋଇଥିଲା । ଦିନେ କି ଦୁଇଦିନ ନୁହେଁ,…

ଇବୋଲା ବିପଦକୁ ଦେଖି ସ୍ଥଗିତ ରହିଲା ଭାରତ-ଆଫ୍ରିକା ସମ୍ମିଳନୀ, ଦିଲ୍ଲୀରେ ଥିଲା କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୧।୫: ଆଫ୍ରିକାର କିଛି ଅଂଶରେ ଇବୋଲା ଭାଇରସର ବୃଦ୍ଧି ପାଉଥିବା ପ୍ରକୋପକୁ ଦୃଷ୍ଟିରେ ରଖି, ଭାରତ ଏବଂ ଆଫ୍ରିକୀୟ ସଂଘ ମଧ୍ୟରେ ସ୍ଥିର ହୋଇଥିବା ଶିଖର ସମ୍ମିଳନୀକୁ…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ, ଟେଣ୍ଟ ତଳେ ଚାପି ହୋଇ ୩ ମୃତ

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ୍ ଥାନା ଅନ୍ତର୍ଗତ ନରଣପୁରରେ ଅଭାବନୀୟ ଘଟଣା ଘଟିଯାଇଛି । ପ୍ରଚଣ୍ଡ ପବନରେ ଟେଣ୍ଟ ଭୁଶୁଡ଼ିବାରୁ ଚାପି ହୋଇ ୩ଜଣଙ୍କ ମୃତ୍ୟୁ…

‘କିଶୋରୀମାନେ ପରିବାରର ବୋଝ ନୁହନ୍ତି’

ଛତ୍ରପୁର,୨୧ା୫(ଦିଲ୍ଲୀପ ସାମଲ): କିଶୋରୀମାନେ ପରିବାରର ବୋଝ ନୁହନ୍ତି। ସେମାନେ ଦେଶର ସ୍ବର୍ଣ୍ଣିମ ଭବିଷ୍ୟତ। ସେମାନଙ୍କୁ ସମସ୍ତ ପ୍ରକାର ସୁବିଧା-ସୁଯୋଗ ତା’ସହିତ ସୁରକ୍ଷା ଓ ସମ୍ମାନ ଯୋଗାଇଦେବା ଆମ…

ଇରାନ-ପାକିସ୍ତାନ ମଧ୍ୟରେ ହେଲା ‘ଟେବୁଲ ତଳେ ଚୁକ୍ତି’ , ସହି ପାରିବେ ନାହିଁ ଟ୍ରମ୍ପ

ଇସଲାମାବାଦ,୨୧।୫: ପାକିସ୍ତାନର ଶାସକମାନେ ନିଜ ଦେଶକୁ ଅପମାନିତ କରିବାରେ ସମସ୍ତ ସୀମା ଅତିକ୍ରମ କରିଛନ୍ତି। ଶାହବାଜ, ମୁନିର ଏବଂ ବର୍ତ୍ତମାନ ମୋହସିନ ନକଭି ସେମାନଙ୍କର ସାଧୁତା ବିକ୍ରୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri