Odisha Elections 2024
Posted inଜାତୀୟ

ସୁନା, ରୂପା ନୁହେଁ ଚୋରି ହେଲା ୭୦ ୟୁନିଟ ପ୍ଲାଜମା

ଜୟପୁର,୬।୫: ରାଜଧାନୀ ଜୟପୁରରେ ଅବସ୍ଥିତ ଜେ.କେ ଲନ ହସ୍ପିଟାଲରୁ ୭୦ ୟୁନିଟ ପ୍ଲାଜମା ଚୋରି ହୋଇଛି। ପ୍ଲାଜମା ଚୋରି ଘଟଣା ସାମ୍ନାକୁ ଆସିବା ମାତ୍ରେ ଡାକ୍ତରଖାନା ପ୍ରଶାସନରେ ଆତଙ୍କ ଖେଳିଯାଇଥିଲା। ଏ ସମ୍ପର୍କରେ ଡାକ୍ତରଖାନା ପରିଚାଳନା ଏସମ୍ପର୍କରେ ପୋଲିସ ଷ୍ଟେଶନରେ ଏଫଆଇଆର ଦାଖଲ କରିଛି। ଏହି ଘଟଣାର ତଦନ୍ତ ପାଇଁ ଏକ କମିଟି ମଧ୍ୟ ଗଠନ କରାଯାଇଛି। ଏହା ବ୍ୟତୀତ ବ୍ଲଡ ବ୍ୟାଙ୍କର ଦାୟିତ୍ୱରେ ଥିବା ଡକ୍ଟର ସତେନ୍ଦ୍ର ସିଂଙ୍କୁ ସ୍ଥାନାନ୍ତର କରାଯାଇଛି। ତେବେ ପୋଲିସ ଏହି ଘଟଣାର ତଦନ୍ତରେ ବ୍ୟସ୍ତ ଅଛି।

ପୋଲିସର ସୂଚନାନୁସାରେ, ସାୱାଇ ମାନସିଂ ମେଡିକାଲ କଲେଜରେ ଲାଗିଥିବା ଜେ.କେ ଲନ ହସ୍ପିଟାଲର ବ୍ଲଡ ବ୍ୟାଙ୍କରୁ ୭୦ ୟୁନିଟ ପ୍ଲାଜମା ଚୋରି ହୋଇଛି। ଶନିବାର ରାତିରେ ଏହା ସାମ୍ନାକୁ ଆସିଥିଲା। ପ୍ଲାଜମା ଚୋରି ଘଟଣା ସାମ୍ନାକୁ ଆସିବା ମାତ୍ରେ ଡାକ୍ତରଖାନା ପ୍ରଶାସନରେ ଉତ୍ତେଜନା ପ୍ରକାଶ ପାଇଥିଲା। ନିଜେ ଡାକ୍ତରଖାନା ପ୍ରଶାସନ ସ୍ତରରେ ଏହି ଘଟଣାର ତଦନ୍ତ ଆରମ୍ଭ ହୋଇଛି। ଏହି ମାମଲାରେ ବ୍ଲଡ ବ୍ୟାଙ୍କର ଟେକ୍ନିସିଆନ କିଶନ ସାହାଙ୍କୁ ପ୍ଲାଜମା ଚୋରି ଅଭିଯୋଗ ହୋଇଛି। ପୋଲିସ ସବୁ ଦିଗରୁ ମାମଲାର ତଦନ୍ତ କରୁଛି।

ସୂଚନାନୁସାରେ, ଟେଣ୍ଡର କରାଯାଇ ଡାକ୍ତରଖାନା ପ୍ରଶାସନ ଦ୍ୱାରା ପ୍ଲାଜମା ଟୀକାକରଣ ୟୁନିଟକୁ ବିକ୍ରି କରାଯାଏ। ଟୀକାକରଣ ୟୁନିଟ ପ୍ଲାଜାମାରୁ ପ୍ରୋଟିନ ବାହାର କରିଥାଏ। ପ୍ରତିବର୍ଷ ଏସଏସଏସ ମେଡିକାଲ କଲେଜରୁ ପ୍ରାୟ ୪ କୋଟି ଟଙ୍କା ମୂଲ୍ୟର ପ୍ଲାଜମା ବିକ୍ରି ହୁଏ । ଗୋଟିଏ ଲିଟର ପ୍ଲାଜାର ମୂଲ୍ୟ ପ୍ରାୟ ୩୯୦୦ଟଙ୍କା । ପ୍ଲାଜମା ଚୋରି ମାମଲାର ଗମ୍ଭୀରତାକୁ ବିଚାର କରି ଏହି ବିଷୟକୁ ସର୍ବୋଚ୍ଚ ସ୍ତରରେ ଅବଗତ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

୮୮୮୯ କୋଟି ଟଙ୍କା ଜବତ କଲାଣି ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୧୮ା୫: ଲୋକ ସଭା ନିର୍ବାଚନ ପଞ୍ଚମ ପର୍ଯ୍ୟାୟ ଏବଂ ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ୨୦୨୪ ର ପାଇଁ ୨ ଦିନ ବାକି ଅଛି।...

ଚାର୍ ଧାମ ମନ୍ଦିର ନିକଟରେ ରିଲ୍ ଶୁଟିଂ କରିବା ଉପରେ ପ୍ରତିବନ୍ଧକ ଲଗାଇଲେ ସରକାର

ନୂଆଦିଲ୍ଲୀ,୧୮।୫: ଚାର୍ ଧାମ ମନ୍ଦିର ନିକଟରେ ଭିଡିଓ ଏବଂ ରିଲ୍ ଶୁଟିଂ କରିବା ଉପରେ ଉତ୍ତରାଖଣ୍ଡ ପୋଲିସ ପ୍ରତିବନ୍ଧକ ଲଗାଇଛି। ଚାର ଧାମ ତୀର୍ଥସ୍ଥାନ ଅବସ୍ଥିତ...

”ଜ୍ୟୋତିଷ ହାତ ଦେଖି କହିଥିଲେ ତୁମେ ପ୍ରଧାନମନ୍ତ୍ରୀ ହେବ”: ପ୍ରିୟଙ୍କା ଗାନ୍ଧୀ

ନୂଆଦିଲ୍ଲୀ,୧୮।୫: ଦେଶର ଏବେ ଲୋକ ସଭା ନିର୍ବାଚନର ପରିବେଶ ବେଶ ସରଗରମ ରହିଛି। ସାତଟି ପର୍ଯ୍ୟାୟ ମଧ୍ୟରୁ ଚାରିଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏହାରି...

POK ଭାରତର ଅଛି ଆଉ ରହିବ, ଆମେ ତାକୁ ଛଡ଼ାଇ ଆଣିବୁ; ପାକିସ୍ତାନକୁ ନେଇ ଗର୍ଜିଲେ ଶାହା…

ଝାନ୍‌ସୀ,୧୮।୫: ଲୋକ ସଭା ନିର୍ବାଚନ ମଧ୍ୟରେ ପୁଣିଥରେ ପାକିସ୍ତାନ ଅଧିକୃତ କଶ୍ମୀରକୁ ନେଇ ବଡ଼ ବୟାନ ଦେଇଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ପିଓକେ ଭାରତର...

ଆପଣ ‘ଜେଲ୍‌ର ଖେଳ’ ଖେଳୁଛନ୍ତି; କାଲି ସବୁ ନେତାଙ୍କୁ ନେଇ ଭାଜପା ମୁଖ୍ୟାଳୟ ଘେରିବାକୁ ଆସୁଛି: ମୋଦିଙ୍କୁ କହିଲେ କେଜ୍‌ରିଓ୍ବାଲ…

ନୂଆଦିଲ୍ଲୀ,୧୮।୫: ଏଏପି ଏମ୍‌ପି ସ୍ବାତୀ ମାଲିଓ୍ବାଲଙ୍କୁ ମାରପିଟ୍‌ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ପିଏ ବିଭବ କୁମାରଙ୍କୁ ଗିରଫ କରାଯାଇଛି। ଏହାକୁ ନେଇ ପ୍ରଧାନମନ୍ତ୍ରୀ...

ଚା’ ବାଲାର ପୁଅ ପ୍ରଧାନମନ୍ତ୍ରୀ ହୋଇଥିବାରୁ ମୁଁ ଗର୍ବିତ: ପ୍ରିୟଙ୍କା ଗାନ୍ଧୀ

ନୂଆଦିଲ୍ଲୀ,୧୮।୫: ଲୋକ ସଭା ନିର୍ବାଚନ ମଧ୍ୟରେ ​​କଂଗ୍ରେସର ବରିଷ୍ଠ ନେତା ପ୍ରିୟଙ୍କା ଗାନ୍ଧୀ ବଡ ବୟାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ମନ୍ତବ୍ୟ ଉପରେ ସେ ପ୍ରତିକ୍ରିୟା...

ହୁଗୁଳି ଆସନରୁ ମମତାଙ୍କ ବଡ଼ କାର୍ଡ; ଭାଜପାକୁ ଟକ୍କର ଦେବେ ରଚନା ବାନାର୍ଜୀ 

କୋଲକାତା,୧୮।୫: ପଶ୍ଚିମବଙ୍ଗର ହୁଗୁଳି ଆସନରେ ହେବ ଜୋରଦାର ଲଢ଼େଇ। ଲୋକ ସଭା ନିର୍ବାଚନର ୫ମ ପର୍ଯ୍ୟାୟରେ ବଙ୍ଗାଳୀ ଫିଲ୍ମଜଗତର ଦୁଇ ଲୋକପ୍ରିୟ ଅଭିନେତ୍ରୀ ମୁହାଁମୁହିଁ ହେବେ।...

ଆସିଲା ସ୍ବାତୀ ମାଲିଓ୍ବାଲଙ୍କ ମେଡିକାଲ ରିପୋର୍ଟ, ଶରୀରର ୪ ସ୍ଥାନରେ ରହିଛି କ୍ଷତଚିହ୍ନ

ନୂଆଦିଲ୍ଲୀ,୧୮।୫: ଆମ୍‌ ଆଦମୀ ପାର୍ଟୀ ଏମ୍‌ପି ସ୍ବାତୀ ମାଲିଓ୍ବାଲଙ୍କ ମେଡିକାଲ ରିପୋର୍ଟ ସାମ୍ନାକୁ ଆସିଛି। ମେ’ ୧୩ରେ ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲଙ୍କ ଆବାସରେ ତାଙ୍କ ଉପରେ ହୋଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri