ସୁନେଇ ଓ କାଳ ବନ୍ଧରୁ ବନ୍ୟା ଜଳ ନିଷ୍କାସନ

କପ୍ତିପଦା,୧୩ା୯(ଡ଼ି.ଏନ୍‌.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ରେ ଥିବା ସୁନେଇ ଓ କାଳ ମଧ୍ୟମ ଜଳସେଚନ ପ୍ରକଳ୍ପରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ କରାଯାଇଛି। ପାଣିପାଗ ବିଭାଗ ପକ୍ଷରୁ ଉତ୍ତର ଓଡ଼ିଶାରେ ଆଗକୁ ବର୍ଷା ହେବାର ସୂଚନା ମିଳିବା ପରେ ସୁନେଇ ଡ୍ୟାମ୍‌ର ଗୋଟିଏ ଗେଟ୍‌ରୁ ଗୁରୁବାର ୨ ମିଟର ଜଳ ନିଷ୍କାସନ କରାଯାଇଛି। ପ୍ରତି ସେକେଣ୍ଡ୍‌ରେ ୯୦କ୍ୟୁମାକ୍ସ ଜଳ ନିଷ୍କାସନ ହେଉଥିବାର ବନ୍ଧ ଦାୟିତ୍ୱରେ ଥିବା ଏସ୍‌ଡ଼ିଓ ମଦନମୋହନ ବେହେରା ପ୍ରକାଶ କରିଛନ୍ତି। ବନ୍ଧର ବିପଦ ସଂକେତ ୮୫ ମିଟର ଥିବାବେଳେ ବର୍ତ୍ତମାନ ଜଳସ୍ତର ୮୪.୪ ମିଟର ଥିବା ଜଣାପଡିଛି। ସେହିପରି କାଳ ବନ୍ଧରୁ ଗୋଟିଏ ଗେଟ୍‌ରେ ୨ମିଟର ଜଳ ଛଡ଼ାଯାଇଛି। ପ୍ରତି ସେକେଣ୍ଡ୍‌ରେ ୧୪୦ କ୍ୟୁମାକ୍ସ ଜଳ ନିଷ୍କାସନ ହେଉଥିବା ବେଳେ ୫୪.୩୭ କ୍ୟୁମାକ୍ସ ଜଳ ଡ୍ୟାମକୁ ପ୍ରବେଶ କରୁଥିବା ଜାଣିବାକୁ ମିଳିଛି। ଏହି ସମୟରେ କାଳବନ୍ଧ ଏସ୍‌ଡ଼ିଓ କେମ୍‌ଲିନ୍‌ ସାହୁ, କନିଷ୍ଠ ଯନ୍ତ୍ରୀ ସ୍ବରୂପ ନାୟକ ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

ରକ୍ତଦାନ, ମହାପୁଣ୍ୟ: ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ୪୧ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଓଡ଼ିଶା ଦିବସ ଅବସରରେ ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ଗଣିଆନାଳ ଛକର ମା’ ପିତାମ୍ବରୀ ବଣିକ ସଂଘ ପକ୍ଷରୁ ସ୍ଥାନୀୟ ପ୍ରାଥମିକ ବିଦ୍ୟାଳୟ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା: ସମୟ କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଜାତି ଉଦ୍ଦେଶ୍ୟରେ ଏକ ଭାଷଣ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି,ଯୁଦ୍ଧ ଏପର୍ଯ୍ୟନ୍ତ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri