Posted inଖେଳ

ସୁନ୍ଦରଗଡ଼ ସାଇ ଜିତିଲା ନାଲ୍‌କୋ କପ୍‌ ହକି

କଟକ ଅଫିସ,୨୦ା୯- ବାରବାଟୀ ଷ୍ଟାଡିୟମରେ ଚାଲିଥିବା ୧୭ତମ ନାଲ୍‌କୋ କପ୍‌ ରାଜ୍ୟ ହକି ଚାମ୍ପିୟନଶିପ ଗୁରୁବାର ଉଦ୍‌ଯାପିତ ହୋଇଯାଇଛି। ସୁନ୍ଦରଗଡ଼ ସାଇ ହଷ୍ଟେଲ ଓ ପୂର୍ବତଟ ରେଲୱେ ମଧ୍ୟରେ ଫାଇନାଲ ମ୍ୟାଚ୍‌ ଖେଳାଯାଇଥିଲା। ଏଥିରେ ସାଇ ୧-୦ ଗୋଲରେ ବିଜୟୀ ହୋଇ ଚାମ୍ପିୟନ ହୋଇଛି। ପ୍ରଥମ ଦୁଇଟିଯାକ କ୍ବାର୍ଟର ଗୋଲଶୂନ୍ୟ ରହିବା ପରେ ୩ୟ କ୍ବାର୍ଟରରେ ସେଲଭିଷ୍ଟାର ବାର୍ଲାଙ୍କ ନେତୃତ୍ୱାଧୀନ ସୁନ୍ଦରଗଡ଼ ସାଇ ହଷ୍ଟେଲ ଏକ ଗୋଲ ସ୍କୋର କରିଥିଲା। ୪୩ତମ ମିନିଟ୍‌ରେ ଅମିତ ରୋଶନ ଲାକ୍ରା ଉକ୍ତ ଗୋଲ ଦେଇଥିଲେ। ୪ର୍ଥ କ୍ବାର୍ଟର ଗୋଲଶୂନ୍ୟ ରହିବା ଫଳରେ ଚାମ୍ପିୟନ ଟାଇଟଲ ସୁନ୍ଦରଗଡ଼ ସାଇ ହଷ୍ଟେଲ ଦଳକୁ ଯାଇଥିଲା। ଉଦ୍‌ଯାପନୀ ଉତ୍ସବରେ ନାଲ୍‌କୋର ଉତ୍ପାଦକ ନିର୍ଦ୍ଦେଶକ ଭି. ସୁବ୍ରମଣ୍ୟମ, ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମ, ସିଏମ୍‌ସି କମିଶନର ଅନନ୍ୟା ଦାସ ଅତିଥି ଭାବେ ଯୋଗଦେଇଥିଲେ। ହକି ଓଡ଼ିଶା ସଭାପତି ଜଷ୍ଟିସ୍‌ ଏ.ଏସ୍‌. ନାଇଡୁ, ସମ୍ପାଦକ ପ୍ରତାପ ଶତପଥୀ, ଯୁଗ୍ମସମ୍ପାଦକ ପ୍ରଣବ ପଟ୍ଟନାୟକ ଉପସ୍ଥିତ ଥିଲେ। ଅନ୍ତର୍ଜାତୀୟ ଅମ୍ପାୟର ବିଶ୍ୱରଞ୍ଜନ ଷଡ଼ଙ୍ଗୀ, ନିଶାନ ଜ୍ୟୋତି ମହାନ୍ତି ମ୍ୟାଚ୍‌ ପରିଚାଳନା କରିଥିଲେ। ସୁଜିତ କୁମାର ମଲ୍ଲିକ, ରାଜେଶ ଗୁପ୍ତା, ସନ୍ତୋଷ ସାହୁ, ନିରଞ୍ଜନ ଗୌଡ଼ ମ୍ୟାଚ୍‌ ପରିଚାଳନାରେ ସହାୟତା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

୬ଟି ବିଭାଗର ୮ଟି ବଡ଼ ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟର ମଞ୍ଜୁରି 

ଭୁବନେଶ୍ୱର, ୧୨/୬ : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ରାଜ୍ୟ କ୍ୟାବିନେଟ ବୈଠକରେ ୬ଟି ବିଭାଗ ପକ୍ଷରୁ ଆଗତ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରି ମିଳିଛି।…

ଭାରତ ପାଇଁ ବାହାରିଲେ ଟ୍ରମ୍ପ, ଇରାନକୁ ସିଧା କହିଦେଲେ…

ଓ୍ୱାଶିଂଟନ,୧୨ା୬: ଉପସାଗରୀୟ ଅଞ୍ଚଳରେ ଯୁଦ୍ଧ ବନ୍ଦ ପାଇଁ ରବିବାର ସୁଦ୍ଧା ଆମେରିକା ଏବଂ ଇରାନ ମଧ୍ୟରେ ବହୁପ୍ରତୀକ୍ଷିତ ଶାନ୍ତି ଚୁକ୍ତିନାମା ସ୍ୱାକ୍ଷର ହୋଇପାରେ। ଏକ ପାଶ୍ଚାତ୍ୟ ସୂତ୍ର…

ଗ୍ରାମବାସୀଙ୍କ ଦୁଃଖ ଶୁଣିଲେ ବିଧାୟକ, ଭତ୍ତା ସହ ଅନ୍ୟାନ୍ୟ ସମସ୍ୟା ସମାଧାନ ପାଇଁ…

ଗଜପତି,୧୨ା୬(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅନ୍ତର୍ଗତ ପରିଡ଼ା ଗ୍ରାମରେ ଆୟୋଜିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ପାରଳା ବିଧାୟକ ରୂପେଶ ପାଣିଗ୍ରାହୀ ଯୋଗଦେଇ ଗ୍ରାମବାସୀଙ୍କ…

ବନ ବିଭାଗରେ ନିୟୋଜିତ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ମହଙ୍ଗା ପଡ଼ିଲା ସରକାରୀ ଗାଡ଼ିରେ ବେସରକାରୀ କାମ

ବଣାଇଁ,୧୨ା୬(ପ୍ରଦୀପ ତ୍ରିପାଠୀ): ରାଜାମୁଣ୍ଡା କୋଇଡା ୫୨୦ ନମ୍ବର ଜାତୀୟ ରାଜପଥର କେ. ବଲାଙ୍ଗ ଥାନା ନିକଟରେ ଗୁରୁବାର ରାତିରେ ହାଇଓ୍ବା ପଛରେ ଏକ ବୋଲେରୋ ପିଟି ହୋଇ…

କେନାଲରୁ ମିଳିଲା ଯୁବକଙ୍କ ମୃତଦେହ, ଭଉଣୀ-ଭିଣୋଇଙ୍କୁ ଅଟକ ରଖି…

ନୟାଗଡ଼,୧୨ା୬(ଲୋକନାଥ ମିଶ୍ର): ନୟାଗଡ଼ ସଦର ଥାନା ରାଇପୁର ଗାଁର କାହ୍ନୁ ସେଠୀ ନାମକ ଜଣେ ଯୁବକଙ୍କ ମୃତଦେହ ତୋଟା ସାହି ପାଳୁଅ ବାରି କେନାଲରୁ ଶୁକ୍ରବାର ଉଦ୍ଧାର…

ବିଡିଓଙ୍କୁ ଗାଡ଼ି ଉପରକୁ ଟେକାପଥର ମାଡ଼

ନୟାଗଡ଼,୧୨ା୬(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ନୟାଗଡ଼ ଜିଲା ଦଶପଲା ବ୍ଲକ ନଛିପୁରରେ ଦଶପଲ୍ଲା ବିଡିଓ ଶରତ ମଲିକଙ୍କ ଗାଡ଼ି ଉପରକୁ ଟେକାପଥରମାଡ଼ ହୋଇଛି। ବିଡିଓ ନିର୍ବାଚନ କାର୍ଯ୍ୟରେ…

୫ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ବାନ୍ଧିଲା ପୋଲିସ: ୨ ବନ୍ଧୁକ ସହ ୩ ଜୀବନ୍ତ…

ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଶୁକ୍ରବାର ବାରୁଡ଼ା ଗ୍ରାମର ଏକ ଗଣ୍ତଗୋଳ ମାମଲାରେ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଜଗନ୍ନାଥପ୍ରସାଦ…

ଏସ୍‌ପି ଅଫିସ ଆଗରେ ବାପା-ପୁଅଙ୍କ ଆତ୍ମାହୁତି ଉଦ୍ୟମ

ଢେଙ୍କାନାଳ,୧୨ା୬(ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡି ରାଣିପାଳ ଗ୍ରାମର ଆଇନ ଛାତ୍ର ସରୋଜ ରାଉତ ଓ ତାଙ୍କ ପିତା ପଦ୍ମନାଭ ରାଉତ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri