ସୁନ୍ଦରଗଡ ଜିଲାରେ ଅଭାବୀ ଧାନ ବିକ୍ରି: ଚାଷୀ ଓ ପ୍ରଶାସନ ମଧ୍ୟରେ ଆଲୋଚନା

ସୁନ୍ଦରଗଡ,୭।୫(ଡି.ଏନ୍‌.ଏ)-ସୁନ୍ଦରଗଡ ଜିଲାରେ ପ୍ରଥମେ ଟୋକନର ଅବ୍ୟବସ୍ଥା ଓ ପରେ କରୋନା ଲକଡାଉନ ଯୋଗୁ ଚାଷୀମାନେ ଅଭାବୀ ଧାନ ବିକ୍ରିର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଗୁରୁବାର ଭାଜପା ଯୁବନେତା ଅଜୟ ପଟେଲଙ୍କ ନେତୃତ୍ୱରେ ସଦର ବିଧାନସଭା ନିର୍ବାଚନ ମଣ୍ଡଳୀର ଏକ ଚାଷୀ ପ୍ରତିନିଧି ଦଳ ସଦର ଉପଜିଲାପାଳ ଅଭିମନ୍ୟୁ ବେହେରାଙ୍କୁ ସାକ୍ଷାତ କରି ଆଲୋଚନା କରିଛନ୍ତି। ଭାଜପା ନେତା ପଟେଲ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୧୨ଗୋଟି ଲ୍ୟାମ୍ପସ୍‌ରେ ଆଗାମୀ ବର୍ଷରେ ଏକ ୧ଲକ୍ଷ କୁଇଣ୍ଟାଲ ଧାନ କିଣିବାର ବ୍ୟବସ୍ଥା କରାଗଲେ କୌଣସି ଅସୁବିଧା ରହିବ ନାହିଁ ବୋଲି ପ୍ରସ୍ତାବ ଦେଇଛନ୍ତି। ସେହିପରି ସ୍ଥାନୀୟ ଚାଷୀ, ମିଲର୍ସଙ୍କ ସମେତ ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ରହି ଦର ନିର୍ଦ୍ଧାରଣ କରିବା ପାଇଁ ନିଷ୍ପତି ନେଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଜିଲା ଯୋଗାଣ ଅଧିକାରୀ, ଏଆରସିଏସ ଗ୍ରାବିଏଲ ସୋରେନ୍‌, ସମବାୟ ସମିତି ସମୂହର ଉପନିବନ୍ଧକ ଜେରମ କେରକେଟା, ମିଲର୍ସ ଓ ସମସ୍ତ ଲ୍ୟାମ୍ପସର ସିଇଓ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଆତ୍ମସମର୍ପଣ କଲେ ଝାଡ଼ଖଣ୍ଡର ଗ୍ରୁପ ବି ମହିଳା ମାଓବାଦୀ

ରାଉରକେଲା,୩୦।୩(ସଂଗୀତା ଜେନା): ସୀମାନ୍ତ ଅଞ୍ଚଳକୁ ମାଓବାଦୀ ମୁକ୍ତ କରିବାରେ ରାଉରକେଲା ପୋଲିସର ଜାରି ରହିଥିବା ଉଦ୍ୟମକୁ ପୁଣି ଏକ ସଫଳତା ମିଳିଛି। ସରଣ୍ଡା ଜଙ୍ଗଲରେ ସକ୍ରିୟ ଥିବା…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଜଳଖିଆ ହେଲା କାଳ! ଝାଡାବାନ୍ତି ପରେ ହସ୍ପିଟାଲରେ ୧୯ଛାତ୍ରୀଛାତ୍ର

ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତ ହାଇସ୍କୁଲ ର ୧୯ଜଣ ଛାତ୍ରୀଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥଙ୍କ…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ନକ୍‌ଆଉଟ ଟୁର୍ନାମେଣ୍ଟ: ବାରାବାଂସ ଦଳ ବିଜୟୀ

ବନ୍ଧମୁଣ୍ଡା,୧୬ା୩(ସୁବ୍ରତ ଦେ): ସୁନ୍ଦରଗଡ଼ ଜିଲା ବିଶ୍ରା ବ୍ଲକ କପାଟମୁଣ୍ଡା ପଞ୍ଚାୟତଠାରେ ଲାୟନ୍ସ ହାର୍ଟ କ୍ଲବ ପକ୍ଷରୁ ଆୟୋଜିତ ୨ ଦିନିଆ ଷଷ୍ଠ ଇଣ୍ଟର ପଞ୍ଚାୟତ କ୍ରିକେଟ ନକ୍‌ଆଉଟ…

ଲାଞ୍ଚନେଇ ବନ୍ଧାହେଲେ ବଡ଼ଗାଁ ଥାନା ଏଏସ୍‌ଆଇ

ସୁନ୍ଦରଗଡ,୧୩।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ବଡ଼ଗାଁ ଥାନା ପୋଲିସ, ଏଏସ୍‌ଆଇ ଅରୂପା ନନ୍ଦ ଦାସ ଗୁରୁବାର ସନ୍ଧ୍ୟାରେ ଜଣେ ଢାବା ମାଲିକଙ୍କଠାରୁ ୨୫,୦୦୦ଟଙ୍କା ଲାଞ୍ଚ ନେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri