ସୁନ୍ଦରଗଡ ଜିଲାରେ କରୋନା ପଜିଟିଭ ସଂଖ୍ୟା ୩ରେ ପହଞ୍ଚିଲା: ବିଶ୍ରା ଅଞ୍ଚଳରେ ଆହୁରି ୪୮ଘଣ୍ଟା ପାଇଁ କଣ୍ଟେନମେଣ୍ଟ ଅବଧି ବଢିଲା

ସୁନ୍ଦରଗଡ,୨୦।୪(ଡି.ଏନ୍‌.ଏ.) ରାଜ୍ୟରେ କରୋନା ସଂକ୍ରମଣ ଯୋଗୁ ୬ଟି ଜିଲାକୁ ହାଇରିସ୍କ ଜିଲା ଭାବେ ଘୋଷଣା କରାଯାଇଛି। ଏଥି ମଧ୍ୟରେ ସୁନ୍ଦରଗଡ ଜିଲା ରହିଛି। ଗତ ୧୧ ତାରିଖରେ ଏହି ଜିଲାର ୨ଜଣଙ୍କ ଠାରେ କରୋନା ଭୂତାଣୁ ପ୍ରଥମେ ଚିହ୍ନଟ ହେବା ପରେ ସୋମବାର ପୁଣି ଆଉଜଣେ କରୋନା ରୋଗୀ ଚିହ୍ନଟ ହୋଇଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହାକୁ ମିଶାଇ ଜିଲାରେ ବର୍ତ୍ତମାନ କରୋନା ପଜିଟିଭ ସଂଖ୍ୟା ୩ରେ ପହଞ୍ଚିଛି। ପ୍ରଥମେ ୨ଜଣ ବିଶ୍ରା ଅଞ୍ଚଳର ହୋଇଥିବା ବେଳେ ତୃତୀୟ ପଜିଟିଭ ଚିହ୍ନଟ ହୋଇଥିବା ବ୍ୟକ୍ତି ଜଣକ ମଧ୍ୟ ବିଶ୍ରା ବ୍ଲକ ଗୁଡଗୁଡଯୋରର ବୋଲି ଜଣାପଡିଛି। କରୋନା ପଜିଟିଭ ଚିହ୍ନଟ ପରେ ସଂପୃକ୍ତ ଅଞ୍ଚଳକୁ ଜିଲା ପ୍ରଶାସନ ଗତ ୧୨ ତାରିଖରେ କଣ୍ଟେନମେଣ୍ଟ ଅଞ୍ଚଳ ଭାବେ ଘୋଷଣା କରି ସାମୂହିକ ନମୁନା ସଂଗ୍ରହ କରିଥିଲା। ସୋମବାର ଜିଲା ପ୍ରଶାସନ ପୁଣି ଚତୁର୍ଥ ଥର ପାଇଁ ସଂପୃକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଅବଧି ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏହା ମଧ୍ୟରେ ସଂପୃକ୍ତ ଅଞ୍ଚଳବାସୀ ବାହାରକୁ ନ ବାହାରି ସରକାରୀ କଟକଣାକୁ ମାନି ପ୍ରଶାସନକୁ ସହଯୋଗ କରିବାକୁ ଜିଲାପାଳ ନିଖିଲ ପବନ କଲ୍ୟାଣ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି। ସୋମବାର ଚିହ୍ନଟ ହୋଇଥିବା ବ୍ୟକ୍ତିଜଣକ ପୂର୍ବରୁ ଆକ୍ରାନ୍ତ ହୋଇଥିବା ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିଲେ କି ନାହିଁ ସେ ନେଇ ସ୍ବାସ୍ଥ୍ୟ ବିଭାଗ ତରଫରୁ ଯାଞ୍ଚ ଚାଲିଥିବା ନେଇ ଜିଲା ମୁଖ୍ୟ ଚିକତ୍ସାଧିକାରୀ ସରୋଜ କୁମାର ମିଶ୍ର ପ୍ରକାଶ କରିଛନ୍ତି। ପୂର୍ବରୁ ସେହି ଅଞ୍ଚଳରୁ ୨ଟି ନମୁନାରେ ପଜିଟିଭ ଆସିବା ପରେ ସାଧାରଣ କାଶ, ଥଣ୍ଡା ହୋଇଥିବା ୧୭୧ଜଣଙ୍କ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ସକାଶେ ପଠା ଯାଇଥିଲା। ଏଥିରୁ ଗୋଟିଏ ପଜିଟିଭ ବାହାରିଥିବା ସେ ସୂଚନା ଦେଇଛନ୍ତି। ହେଲେ ଜିଲାରେ ତୃତୀୟ ପଜିଟିଭ ଚିହ୍ନଟ ପରେ ଜିଲା ପ୍ରଶାସନ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟରେ ୫ ନୂଆ ବିଚାରପତି ନିଯୁକ୍ତ: ମୋଟ ବିଚାରପତି ସଂଖ୍ୟା ହେଲା..

ନୂଆଦିଲ୍ଲୀ,୧ା୬:ସୁପ୍ରିମକୋର୍ଟରେ ସୋମବାର ୫ ନୂଆ ବିଚାରପତିଙ୍କୁ ନିଯୁକ୍ତି ମିଳିବା ଫଳରେ ଶୀର୍ଷ ଅଦାଲତର ମୋଟ ବିଚାରପତି ସଂଖ୍ୟା ୩୭ରେ ପହଞ୍ଚତ୍ବାକୁ ଯାଉଛି, ଯାହାକି ମଞ୍ଜୁରୀପ୍ରାପ୍ତ ସଂଖ୍ୟାଠାରୁ ଗୋଟିଏ…

ବିଜେଡି କର୍ମୀ-ପଟାଙ୍ଗି ବିଧାୟକଙ୍କ ମଧ୍ୟରେ ରାଜନୈତିକ ଛକାପଞ୍ଝା: ବିଜେଡି କଲା ଘୋଷଣା-ଆସନ୍ତା ବୁଧବାର…

ନନ୍ଦପୁର, ୧।୬ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକରେ ଗତ ଦୁଇଦିନ ହେଲା ସରପଞ୍ଚ ସମିତି ସଭ୍ୟ, ବିଜେଡି କର୍ମୀ ଓ ପଟାଙ୍ଗି ବିଧାୟକଙ୍କ…

ନିମିଷକେ ଉଜୁଡିଗଲା ସଂସାର…ବିବାହର କିଛି ଘଣ୍ଟା ପରେ ଆଖିବୁଜିଲେ ପାଇଲଟ୍‌: ସ୍ତ୍ରୀଙ୍କ ସହ କରୁଥିଲେ…

ଓ୍ବାଶିଂଟନ୍‌,୧।୬: ଆମେରିକାରେ ଏକ ହେଲିକପ୍ଟର ଦୁର୍ଘଟଣାରେ ଜଣେ ଭାରତୀୟ ବଂଶୋଦ୍ଭବ ପାଇଲଟ ମୃତ୍ୟୁବରଣ କରିଛନ୍ତି। ଏହି ଦୁଃଖଦ ଘଟଣା ତାଙ୍କ ବିବାହର ମାତ୍ର କିଛି ଘଣ୍ଟା ପରେ…

କାଳବୈଶାଖୀର ତାଣ୍ଡବ: ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ, ଲକ୍ଷାଧିକ ଟଙ୍କାର ସରକାରୀ ସମ୍ପତ୍ତି କ୍ଷତି

ମୋହନା, ୧।୬( ମନ୍ମଥ ମିଶ୍ର ): କାଳବୈଶାଖୀର ପ୍ରଭାବରେ ଉଡିଲା ସ୍କୁଲ ଟିଣ ଛପର। ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ । ଗଜପତି ଜିଲା…

ଟେଷ୍ଟ କ୍ରିକେଟ୍‌ ନିୟମରେ ହେଲା ବଡ଼ ପରିବର୍ତ୍ତନ: ଏଣିକି…

ନୂଆଦିଲ୍ଲୀ,୧।୬: ଟେଷ୍ଟ କ୍ରିକେଟ୍‌ରେ ପୁଣି ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏନେଇ ଏକ ସୂଚନା ଶେୟାର କରିଛି। ସାଧାରଣତଃ ଖରାପ…

ଦୁଇ ଭଉଣୀଙ୍କ ମଧ୍ୟରେ ଗଢ଼ିଉଠିଲା ପ୍ରେମ ସମ୍ପର୍କ: ବିବାହ କରିବା ପାଇଁ ଏମିତି କାମ କଲେ…ଜାଣିଲେ ହୋଇଯିବେ ଚକିତ

ନୂଆଦିଲ୍ଲୀ, ୧।୬: ବିହାରର ଜାମୁଇ ଜିଲାର ଲକ୍ଷ୍ମୀପୁର ବ୍ଲକରୁ ଏକ ବିବାହ ଖବର ସାମ୍ନାକୁ ଆସିଛି, ଯାହା ବ୍ୟାପକ ଆଲୋଚନାର ବିଷୟ ପାଲଟିଛି। ହରଲା ଗାଁର ଜଣେ…

LPGକୁ ନେଇ ଜରୁରୀ ଖବର: ୩୦ ଦିନ ମଧ୍ୟରେ ସମାପ୍ତ କରନ୍ତୁ ଏହି କାମ, ନଚେତ୍‌ ବନ୍ଦ ହୋଇଯିବ…

ନୂଆଦିଲ୍ଲୀ, ୧।୬: ଇରାନ-ଆମେରିକା ଯୁଦ୍ଧ ସାରା ବିଶ୍ୱରେ ଅସ୍ଥିରତା ସୃଷ୍ଟି କରିଛି, ଯାହା ଭାରତରେ ଗ୍ୟାସ ଯୋଗାଣକୁ ମଧ୍ୟ ପ୍ରଭାବିତ କରିଛି। କେନ୍ଦ୍ର ସରକାର LPG ଏବଂ…

ଏବିଇଓ ଭାବେ ଦାୟିତ୍ୱ ନେଲେ ଶ୍ରୀମନ୍ତ ଧରୁଆ, ବିଭିନ୍ନ ଶିକ୍ଷକ ସଂଘ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା

କୋକସରା,୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡଙ୍ଗରୀଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଶ୍ରୀମନ୍ତ ଧରୁଆଙ୍କୁ ସୋମବାର କୋକସରା ଏବିଇଓ ଭାବେ କାର୍ଯ୍ୟଭାର ଦିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri