ସୁନ୍ଦରପୁର ରଜ ମହୋତ୍ସବ ଉଦ୍‌ଘାଟିତ

ଖଇରା, ୧୫।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସୁନ୍ଦରପୁର ହାଇସ୍କୁଲ ପଡିଆରେ ବ୍ଲକସ୍ତରୀୟ ରଜ ମହୋତ୍ସବ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ସକାଳେ କମିଟି ସଭାପତି ଅଧ୍ୟାପକ ସୁରେନ୍ଦ୍ର ପ୍ରସାଦ ରାଉତ ପତାକା ଉତ୍ତୋଳନ କରି ଏହାକୁ ଉଦ୍‌ଘାଟନ କରିଥିଲେ ା ଆୟୋଜିତ ସଭାରେ ପୂର୍ବତନ ପ୍ରଧାନଶିକ୍ଷକ ନରହରି ନାୟକ ସଭାପତିତ୍ୱ କରିଥିଲେ। ଶରତ କୁମାର ବିଶ୍ୱାଳ, ଉପେନ୍ଦ୍ର ପ୍ରସାଦ ପାଣିଗ୍ରାହୀ, ଦେବେନ୍ଦ୍ର କୁମାର ରାଉତ, ଉପେନ୍ଦ୍ର ପ୍ରସାଦ ଦାସ, ଶମ୍ଭୁନାଥ ବେହେରା ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ପାଶ୍ଚାତ୍ୟ ସଭ୍ୟତାର ଉଗ୍ର ଆଧୁନିକତା ମଧ୍ୟରେ ଓଡିଶା ସଂସ୍କୃତି ହଜି ଯାଉଥିବାରୁ ଅତିଥିମାନେ ଉଦ୍‌ବେଗ ପ୍ରକାଶ କରିଥିଲେ ା ଅପରାହ୍ନରେ ରଜ କୁଇନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ା ଜୁନିୟରରେ ୧୦ଜଣ ଓ ସିନିୟରରେ ୨୧ଜଣ ଗାଲାରାଉଣ୍ଡକୁ ଉନ୍ନୀତ ହୋଇଥିଲେ। ଶଶିକାନ୍ତ ଦାସ ମଞ୍ଚ ପରିଚାଳନା କରିଥିଲେ। ସନ୍ଧ୍ୟା ୬ଟାରେ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କର ମଞ୍ଚରେ ଯୋଗ ଦେବାର କାର୍ଯ୍ୟକ୍ରମ ଥିଲା ା ହେଲେ କୌଣସି କାରଣବଶତଃ ସେ ୯ଟାରେ ସଭାସ୍ଥଳରେ ପହଞ୍ଚିବା ପରେ ବ୍ୟସ୍ତତା ଥିବା ଦର୍ଶାଇ ଫେରିଯାଇଥିଲେ। ଏହାକୁ ନେଇ କମିଟି ସଦସ୍ୟ ଓ ଉପସ୍ଥିତ ଗ୍ରାମବାସୀଙ୍କ ମଧ୍ୟରେ ନୈରାଶ୍ୟ ଖେଳିଯାଇଥିଲା ା ପରେ ମଞ୍ଚ ସମ୍ଭାଳିବା ପାଇଁ ସ୍ଥାନୀୟ ଗଣମାଧ୍ୟମ ପ୍ରତିନିଧିଙ୍କୁ ଅନୁରୋଧ କରାଯାଇଥିଲା ା ସୁରେନ୍ଦ୍ର ରାଉତଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ଖଇରା ଅଞ୍ଚଳରୁ ବିଭିନ୍ନ ଖବରକାଗଜରେ ପ୍ରତିନିଧିତ୍ୱ କରୁଥିବା ବଳରାମ ପଣ୍ଡା, ଉତ୍କଳବନ୍ଧୁ ପଣ୍ଡା ଓ କୈଳାସ ଚନ୍ଦ୍ର ଦାସ ପ୍ରମୁଖ ଅତିଥି ଭାବେ ଯୋଗଦେଇ ରଜ ପରମ୍ପରା ସମ୍ପର୍କରେ ବକ୍ତବ୍ୟ ରଖିଥିଲେ। ବୁଡି ଯାଉଥିବା ସଂସ୍କୃତିକୁ ପୁନରୁଥାନ ପାଇଁ ସୁନ୍ଦରପୁର ଦୋଳ ମହୋତ୍ସବ କମିଟିର ପ୍ରୟାସକୁ ସାଧୁବାଦ ଜଣାଇଥିଲେ। ସମ୍ପାଦକ ବିଷ୍ଣୁପ୍ରସାଦ ମିଶ୍ର ବିବରଣୀ ପାଠ, ମହେଶ୍ୱର ବାରିକ ଅତିଥି ପରିଚୟ, ସୁକାନ୍ତ କୁମାର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ। କମିଟି ସଦସ୍ୟ ବିମଳେନ୍ଦୁ ଜେନା, ପ୍ରହଲ୍ଲାଦ ରାୟ, ପ୍ରଶାନ୍ତ କୁମାର ଦାସ, ବୁଦ୍ଧିରାମ ପାଣିଗ୍ରାହୀ, ବସନ୍ତ କୁମାର ପାଢୀ, ସୌଭାଗ୍ୟ ସାହୁ, ଚନ୍ଦ୍ରକାନ୍ତ କୁଅଁର, ନୃସିଂହ ପାଣି, ବିମନ ବାରିକ ଓ ରାମକୃଷ୍ଣ ପାଢୀ ପ୍ରମୁଖ ଉତ୍ସବ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

ମୁହାଁମୁହିଁ ଧକ୍କା ହୋଇ ବିଳମ୍ବିତ ରାତିରେ ଜଳିଲା ୨ଟି ଟ୍ରକ୍‌, ଦୁଇ ଗୁରୁତର ହସ୍ପିଟାଲରେ ଭର୍ତ୍ତି

ବସ୍ତା, ୧୪।୨(ହରି ଶଙ୍କର ପାଢ଼ୀ) : ବିଳମ୍ବିତ ରାତିରେ ୧୬ ନଂ ଜାତୀୟ ରାଜପଥରେ ଧକ୍କା ଲାଗି ଜଳିଗଲା ଦୁଇଟି ଟ୍ରକ୍‌। ଗୁରୁତର ଆହତ ଅବସ୍ଥାରେ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri