ସୁନ୍ଦରବନରେ ଲ୍ୟାଣ୍ଡଫଲ୍‌ କରିବ ‘ବୁଲବୁଲ୍‌’: ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା, ବଢ଼ିବ ପବନର ବେଗ

ଭୁବନେଶ୍ୱର,୮।୧୧(ବ୍ୟୁରୋ): ଭୟଙ୍କର ରୂପ ଧାରଣ କରିସାରିଛି ବାତ୍ୟା ‘ବୁଲବୁଲ୍‌’। ଏହା ଘଣ୍ଟା ପ୍ରତି ୧୨ କିମି ବେଗରେ ଉତ୍ତର ଦିଗରେ ଗତି କରୁଛି। ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଏହା ପଶ୍ଚିମବଙ୍ଗ-ବାଲାଂଦେଶ ମଧ୍ୟଦେଇ ଯିବ। ଏପରିକି ସୁନ୍ଦରବନରେ ଏହା ଲ୍ୟାଣ୍ଡଫଲ୍‌ କରିବ ଅର୍ଥାତ ସ୍ଥଳଭାଗ ଛୁଇଁବ। ତେବେ ଏହାର ପ୍ରଭାବ ଓଡ଼ିଶା ଉପରେ ନ ଥିଲେ ମଧ୍ୟ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଶୁକ୍ରବାର ଉପକୂଳ ଓଡ଼ିଶାରେ ୩୫ରୁ ୪୫ କିମି ବେଗରେ ପବନ ବହିବା ସହ ବର୍ଷା ହେଉଛି। ଶନିବାର ସକାଳେ ଏହା ୫୫ରୁ ୭୫ କିମି ପର୍ଯ୍ୟନ୍ତ ବଢ଼ିବ। ପରେ ମଧ୍ୟାହ୍ନରୁ ସନ୍ଧ୍ୟା ଯାଏ ପବନର ବେଗ ୭୦ରୁ ୯୦ କିମି ଛୁଇଁବ। ବିଶେଷକରି କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର ଜିଲାରେ ପବନ ହେବ ବୋଲି କୁହାଯାଉଛି। ଏହାକୁ ଦୃଷ୍ଟିରେ ରଖି ପ୍ରଭାବିତ ହେବାକୁ ଥିବା ୯ଟି ଜିଲାର ପ୍ରଶାସନ ସଜାଗ ରହିଛି। ଓଡ୍ରାଫ୍‌ ଟିମ୍‌ ଏବଂ ଗୋଟିଏ ଲେଖାଏ ଏନ୍‌ଡିଆର୍‌ଏଫ୍‌ ଟିମ୍‌ ବିଭିନ୍ନ ଜିଲାରେ ପହଞ୍ଚୁଛନ୍ତି। ଏପରିକି ଅଗ୍ନିଶମ ବିଭାଗକୁ ସଜାଗ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

ଏଇ ଭାରତରେ

ଝାଡ଼ଖଣ୍ଡର ଚିତ୍ରଶିଳ୍ପୀ ପ୍ରକାଶ ଶାହ ମେଟାଲ, ପ୍ଲାଷ୍ଟିକ ଏବଂ ଶିଳ୍ପଜାତ ବର୍ଜ୍ୟକୁ ଆକର୍ଷଣୀୟ ପବ୍ଲିକ ଆର୍ଟରେ ପରିଣତ କରୁଛନ୍ତି। ସେ ସାହିବଗଞ୍ଜରେ ଓ୍ବେଷ୍ଟ ଟୁ ଓ୍ବଣ୍ଡର ପାର୍କ…

ରକ୍ତତୀର୍ଥ ଇରମ

ସାରା ଦେଶରେ ସ୍ବାଧୀନତା ପାଇଁ ଯେଉଁ ଆନ୍ଦୋଳନ ଆରମ୍ଭ ହେଲା ସେଥିରେ ଅନେକ ହଜାର କ୍ରାନ୍ତିକାରୀ ଯୋଗଦେଇ କାରାବରଣ କରିଥିଲେ। ଓଡ଼ିଶାରେ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ…

ରାଷ୍ଟ୍ର ନିର୍ମାଣ ପ୍ରତି ସମର୍ପିତ ଜଣେ ମହାପୁରୁଷ

ଖୁବ୍‌ ସୁନ୍ଦର ଉକ୍ତିଟିଏ ଅଛି, ”ବୃକ୍ଷ କବହୁଁ ନହିଁ ଫଲ ଭଖୈ, ନଦୀ ନ ସଂଚୈ ନୀର୍‌। ପରମାରଥ କେ କାରନେ, ସାଧୁନ ଧରା ଶରୀର।“ ଏହାର…

ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…

ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ…

ଘୃଣିତ ଜ୍ଞାନେଶ

ଦୁର୍ନୀତି କଥା ଉଠିଲେ ସାଧାରଣରେ ଆର୍ଥିକ ଦିଗକୁ ବୁଝାଯାଏ। କିନ୍ତୁ ତାହାର ପରିଭାଷା ଅତ୍ୟନ୍ତ ବ୍ୟାପକ। କ୍ଷମତା ବିସ୍ତାର ଲାଗି କିଛି ଲୋକଙ୍କୁ ଦବାଇ ଦେଇ ପ୍ରଭୁତ୍ୱ…

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?