ସୁନ୍ଦରବନ ଛୁଇଁବ ବୁଲ୍‌ବୁଲ୍‌

ଭୁବନେଶ୍ୱର,୯।୧୧(ବ୍ୟୁରୋ): ସାମୁଦ୍ରିକ ଝଡ଼ ‘ବୁଲବୁଲ୍‌’ ଉଗ୍ରରୂପ ଧାରଣ କରିଛି। ଏହା ଅଧିକରୁ ଅଧିକ ବଳ ଗୋଟାଇ ଉତ୍ତର ଦିଗକୁ ମାଡ଼ି ଚାଲିଛି। ଘଣ୍ଟା ପ୍ରତି ଏହା ୧୭ କିମି ବେଗରେ ଗତି କରୁଛି। ଶନିବାର ମଧ୍ୟରାତ୍ରରେ ବୁଲ୍‌ବୁଲ୍‌ ପଶ୍ଚିମବଙ୍ଗର ସାଗରଦ୍ୱୀପ ଏବଂ ବାଂଲାଦେଶର ଖେପୁପଡ଼ା ମଧ୍ୟରେ ସୁନ୍ଦରବନ ନିକଟରେ ସ୍ଥଳଭାଗ ଅତିକ୍ରମ କରିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବାତ୍ୟା ସୁନ୍ଦରବନ ଦେଇ ଯାଉଥିବାରୁ ଏହାକୁ ଛାରଖାର କରିଦେଇପାରେ ବୋଲି ଆଶଙ୍କା କରାଯାଉଛି। ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ବୁଲୁବୁଲ୍‌ ଦକ୍ଷିଣ-ଦକ୍ଷିଣ ପୂର୍ବ ପାରାଦୀପଠାରୁ ୨୬୦ କି.ମି. ଏବଂ ପଶ୍ଚିମବଙ୍ଗର ଦକ୍ଷିଣ-ଦକ୍ଷିଣ ପଶ୍ଚିମ ସାଗରଦ୍ୱୀପଠାରୁ ୫୧୦ କି.ମି. ଦୂରରେ ରହିଛି। ଏହା ଶନିବାର ସକାଳ ଯାଏ ଉତ୍ତର ଦିଗ ଦେଇ ଗତି କରିବ। ଏହାପରେ ଦିଗ ବଦଳାଇ ଉତ୍ତର ପୂର୍ବକୁ ଭୟଙ୍କର ବେଗରେ ଅତିକ୍ରମ କରିବ। ସ୍ଥଳଭାଗ ଛୁଇଁବା ବେଳେ ବାତ୍ୟାର ବେଗ ଘଣ୍ଟା ପ୍ରତି ୧୪୦ରୁ ୧୫୦ କିଲୋମିଟର ଏବଂ ବେଳେ ବେଳେ ଏହା ୧୬୦ କି.ମି. ବେଗରେ ଝଟକା ଦେବ ବୋଲି ଅନୁମାନ କରାଯାଇଛି।
ଓଡ଼ିଶା ନିକଟ ଦେଇ ଗତି କରୁଥିବାରୁ ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ୬୦ରୁ ୭୦ କିମି, ବେଳେବେଳେ ୯୦ କିମି ପର୍ଯ୍ୟନ୍ତ ପବନ ବହିବା ସମ୍ଭାବନା ରହିଛି। ବାତ୍ୟାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ପଡ଼ୁ ନ ଥିଲେ ମଧ୍ୟ ୮ ତାରିଖ ରାତ୍ରିରୁ ୧୦ ତାରିଖ ସକାଳ ଯାଏ ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ଯାଜପୁର, ଭଦ୍ରକ ଏବଂ ବାଲେଶ୍ୱର ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ପାଣିପାଗ ବିଭାଗ ପକ୍ଷରୁ ଏନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ପବନ ମାଡ଼ରେ ଗଛ ଉପୁଡ଼ିବା, ଚାଳଘର ଭାଙ୍ଗିବା ସହ ବିଦ୍ୟୁତ୍‌, ଟେଲିଫୋନ ସେବା ପ୍ରଭାବିତ ହେବା ଆଶଙ୍କା ରହିଛି। ରାଜ୍ୟ ସରକାର ଉପକୂଳବର୍ତ୍ତୀ ଜିଲାର ଜିଲାପାଳମାନଙ୍କୁ ସମସ୍ତ ପ୍ରକାର ଆଗୁଆ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଖାଲୁଆ ଅଞ୍ଚଳରୁ ଲୋକମାନଙ୍କୁ ସ୍ଥାନାନ୍ତର କରିବା ସହ ବାତ୍ୟା ଆଶ୍ରୟସ୍ଥଳଗୁଡିକରେ ଶୁଖିଲା ଖାଦ୍ୟ ମହଜୁଦ ରଖିବାକୁ ପରାମର୍ଶ ଦିଆଯାଇଛି।
ସ୍ବତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆର୍‌ସି) ପ୍ରଦୀପ କୁମାର ଜେନା ଜିଲାପାଳଙ୍କ ସହିତ ବାତ୍ୟା ପ୍ରସ୍ତୁତି ନେଇ ନିୟମିତ ଯୋଗାଯୋଗ କରୁଛନ୍ତି। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି। ବୁଲ୍‌ବୁଲ୍‌ର ଗତିବିଧି ଉପରେ କେନ୍ଦ୍ର ସରକାରଙ୍କର ମଧ୍ୟ ନଜର ରହିଛି। ପ୍ରଧାନମନ୍ତ୍ରୀଙ୍କଠାରୁ ଆରମ୍ଭକରି ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ, କେନ୍ଦ୍ର କ୍ୟାବିନେଟ ସଚିବ ରାଜ୍ୟ ସରକାରଙ୍କ ସହିତ ନିୟମିତ ବ୍ୟବଧାନରେ ବାତ୍ୟା ପ୍ରସ୍ତୁତି ନେଇ ସମୀକ୍ଷା କରୁଛନ୍ତି। ଶୁକ୍ରବାର ପୂର୍ବାହ୍ନରେ ନୂଆଦିଲ୍ଲୀଠାରେ କେନ୍ଦ୍ର କ୍ୟାବିନେଟ ସଚିବ ରାଜୀବ ଗୌବାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଜାତୀୟ ଆପତ୍‌ ପରିଚାଳନା କମିଟି(ଏନ୍‌ସିଏମ୍‌ସି) ବୈଠକରେ ବାତ୍ୟା ପ୍ରସ୍ତୁତିର ସମୀକ୍ଷା କରାଯାଇଥିଲା। ଏଥିସହିତ କ୍ୟାବିନେଟ ସଚିବ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ସହିତ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଆଲୋଚନା କରିଛନ୍ତି। ବୈଠକ ଶେଷରେ ଗଣମାଧ୍ୟମକୁ ସୂଚନା ଦେଇ ଏସ୍‌ଆର୍‌ସି କହିଛନ୍ତି ଯେ, ବୁଲ୍‌ବୁଲର ପ୍ରଭାବ ଓଡ଼ିଶା ଉପରେ ଅଧିକ ନ ଥିଲେ ମଧ୍ୟ ଉପକୂଳବର୍ତ୍ତୀ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବା ସହ ଘଣ୍ଟା ପ୍ରତି ୬୦ରୁ ୯୦ କିମି ବେଗରେ ପବନ ବହିବ। ରାଜ୍ୟର ସମସ୍ତ ମତ୍ସ୍ୟଜୀବୀ ସୁରକ୍ଷିତ ସ୍ଥାନରେ ରହିଛନ୍ତି। ତେବେ ପଶ୍ଚିମବଙ୍ଗର ୫୦ ଜଣ ମତ୍ସ୍ୟଜୀବୀ ଧାମରା ପହଞ୍ଚିବେ ବୋଲି ପଶ୍ଚିମବଙ୍ଗ ସରକାର ଜଣାଇଛନ୍ତି। ସେମାନଙ୍କୁ ସୁରକ୍ଷିତ ରଖିବା ପାଇଁ ପ୍ରତିଶ୍ରୁତି ଦିଆଯାଇଛି ବୋଲି ଏସ୍‌ଆର୍‌ସି କହିଛନ୍ତି। ବାଲେଶ୍ୱର ତଳସାରୀ ସମୁଦ୍ର କୂଳକୁ ପର୍ଯ୍ୟଟକ ଯେପରି ନ ଯିବେ ସେ ନେଇ ପଦକ୍ଷେପ ଗ୍ରହଣ କରିବା ଲାଗି ଜିଲାପାଳଙ୍କୁ କୁହାଯାଇଛି। ପ୍ରଭାବିତ ଆଶଙ୍କା ଥିବା ୬ ଜିଲାରେ ଓଡ୍ରାଫ୍‌, ଏନ୍‌ଡିଆର୍‌ଏଫ୍‌ ଟିମ୍‌ ଏବଂ ଅଗ୍ନିଶମ ବାହିନୀକୁ ମୁତୟନ କରାଯାଇଛି। ବାତ୍ୟା ପ୍ରସ୍ତୁତି ସମ୍ପର୍କରେ କ୍ୟାବିନେଟ ସଚିବଙ୍କୁ ଅବଗତ କରାଯାଇଛି। ବାତ୍ୟା ପରବର୍ତ୍ତୀ ସମୟରେ ଟେଲି ଯୋଗାଯୋଗ ସେବା ପ୍ରଭାବିତ ହେଲେ ଟେଲିଫୋନ୍‌ କମ୍ପାନୀଗୁଡିକୁ ତୁରନ୍ତ ପୁନରୁଦ୍ଧାର କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେବାକୁ କ୍ୟାବିନେଟ ସଚିବ ପ୍ରତିଶ୍ରୁତି କହିଛନ୍ତି।
ବାତ୍ୟା ପ୍ରଭାବରେ ଶୁକ୍ରବାର ଦିନତମାମ ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ଭଦ୍ରକ, ବାଲେଶ୍ୱର ଏବଂ ଯାଜପୁର ଜିଲାରେ ହାଲକା ପବନ ସହିତ ବର୍ଷା ଲାଗି ରହିଛି। ସମୁଦ୍ର କୂଳରେ ପବନର ବେଗ ୩୦ରୁ ୪୦ କି.ମି. ରହିଥିବାବେଳେ କେତେକ ସ୍ଥାନରେ ତୁହାକୁ ତୁହା ବର୍ଷା ହେଉଥିବା ସୂଚନା ମିଳିଛି। ବାତ୍ୟା ପାଇଁ ରାଜ୍ୟ ସରକାର ପୂରା ପ୍ରସ୍ତୁତ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ୧୬ ବିଧାନସଭା ଏବଂ ୩ ଲୋକ ସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି। ତେବେ କଂଗ୍ରେସ ୩ଟି ବିଧାନସଭା ଆସନରେ ଆଜି...

ନିମାପଡ଼ାରୁ ସୁରଙ୍କ ବଡ଼ପୁଅକୁ ଟିକେଟ୍ ଦେଲା କଂଗ୍ରେସ

ନୂଆଦିଲ୍ଲୀ,୨୦ା୪: ଓଡ଼ିଶାର ଚର୍ଚ୍ଚିତ ରାଜନେତା ସୁରେଶ ରାଉତରାୟଙ୍କ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟଙ୍କୁ ପୁରୀ ନିମାପଡ଼ାରୁ ପ୍ରାର୍ଥୀ କରିଛି କଂଗ୍ରେସ। ନିର୍ବାଚନ ତାରିଖ ଘୋଷଣା ହେବା...

୩ ଲୋକ ସଭା ପ୍ରାର୍ଥୀଙ୍କ ନାମ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ଆଉ ୩ ଲୋକ ସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସମ୍ବଲପୁରରୁ ଦୁଲାଲ ଚନ୍ଦ୍ର ପ୍ରଧାନଙ୍କୁ କଂଗ୍ରେସ ଲୋକ ସଭା ପ୍ରାର୍ଥୀ...

ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ, ଜାଣନ୍ତୁ କେଉଁ ଆସନରୁ କାହାକୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ତା’ର ଆଉ ୧୬ଟି ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଝାରସୁଗୁଡ଼ାରୁ ଅମିତା ବିଶ୍ୱାଳଙ୍କୁ କଂଗ୍ରେସ ପ୍ରାର୍ଥୀ କରିଥିବା ବେଳେ ବଡ଼ସାହିରୁ...

ବର୍ତ୍ତମାନ ସୁଦ୍ଧା କେଉଁ ଦଳ କେତେ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି, ଆଉ ରହିଲା କେତେ ଜାଣନ୍ତୁ…

ଭୁବନେଶ୍ୱର,୨୦ା୪: ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ସମସ୍ତଙ୍କ ମଧ୍ୟରେ ଉତ୍ସାହ ସେତିକି ବଢ଼ି ଚାଲିଛି। ବିଶେଷକରି ଭୋଟରଙ୍କ ନଜର ତିନି ପ୍ରମୁଖ ଦଳ ଯଥା...

ବାରବାଟୀରେ ଗର୍ଜିଲେ ସମୀର ଦାଶ; ହଜାର ହଜାର ସମର୍ଥକ କହିଲେ ‘ସମୀର ନାହିଁ ତ ଶଙ୍ଖ ନାହିଁ’ 

ନିମାପଡ଼ା,୨୦।୪: ବିଜେଡି ପକ୍ଷରୁ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ମିଳିନାହିଁ। ଏହାକୁ ନେଇ ତାଙ୍କର ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।...

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ୪୫ ଡିଗ୍ରୀ ଟପିଗଲା ତାତି

ଭୁବନେଶ୍ୱର,୨୦।୪: ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପୂର୍ବାନୁମାନ ଅନୁଯାୟୀ ଓଡ଼ିଶାରେ ୪୫ ଡ଼ିଗ୍ରୀ ଅତିକ୍ରମ କରିଛି ତାପମାତ୍ରା। ଶନିବାର ବୌଦ୍ଧରେ ସର୍ବୋଚ୍ଚ ଦିନ...

ରାଜନୀତି ବିନା ମୁଁ ବଞ୍ଚିପାରିବି ନାହିଁ, ଟିକେଟ୍‌ ମିଳିବା ପରେ କହୁକହୁ ଅନେକ କିଛି କହିଦେଲେ ସନାତନ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବିତ୍ତଶାଳୀ ଚମ୍ପୁଆ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ବିଧାୟକ ସନାତନ ମହାକୁଡ଼। ଗତ ନିର୍ବାଚନରେ ନିଜେ ନ ଲଢ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri