ସୁନ୍ଦରମ୍‌ ଫାଇନାନ୍ସରୁ ୧.୪୩ କୋଟି ଋଣ ଠକେଇ: ସଂସ୍ଥାର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ, ସାନଭାଇ ଗିରଫ

ଭୁବନେଶ୍ୱର,୨।୧୨(ବ୍ୟୁରୋ): ଜାଲ କାଗଜପତ୍ରରେ ସୁନ୍ଦରମ ଫାଇନାନ୍ସ ଲିମିଟେଡ୍‌ରୁ ୧ କୋଟି ୪୩ ଲକ୍ଷ ଟଙ୍କା ଋଣ ଠକେଇରେ ସଂପୃକ୍ତ ୨ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁ ଶନିବାର ଗିରଫ କରିଛି। ସେମାନେ ହେଲେ ଉକ୍ତ ସଂସ୍ଥାର ବାଲେଶ୍ୱର ଶାଖାର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ ଶଶିକାନ୍ତ ସାହୁ (୩୧) ଓ ତାଙ୍କ ସାନଭାଇ ଶ୍ରୀକାନ୍ତ ସାହୁ(୩୦)। ସୂଚନା ମୁତାବକ, ୨୦୧୮-୧୯ରେ ସୁନ୍ଦରମ ଫାଇନାନ୍ସର ବାଲେଶ୍ୱର ଶାଖାରେ ଶଶିକାନ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ କାର୍ଯ୍ୟ କରୁଥିଲେ। ସେହି ସମୟରେ ଶଶିକାନ୍ତ ଜାଲ କାଗଜପତ୍ରରେ କର୍ତ୍ତାର ହାର୍‌ଭେଷ୍ଟ କମ୍ପାନୀର କୃଷି ଯନ୍ତ୍ରପାତି କିଣିବା ନେଇ ୧ କୋଟି ୪୩ ଲକ୍ଷ ଟଙ୍କାର ୧୧ଟି ଋଣ ପ୍ରଦାନ କରିଥିଲେ। ହନୁମାନଜୀଉ ଫର୍ନିଚର ସଂସ୍ଥା ନାଁରେ ୪୫ ଲକ୍ଷ ଟଙ୍କାର ୪ ଋଣ ଏବଂ ଉତ୍କଳ ଏଣ୍ଟରପ୍ରାଇଜେସ ସଂସ୍ଥା ନାମରେ ଆଉ ବାକି ଟଙ୍କାର ୭ ଋଣ ଦିଆଯାଇଥିଲା। ଅଭିଯୁକ୍ତ ତଥା ଏହି ଦୁଇ ସଂସ୍ଥାର ମାଲିକ ଶ୍ରୀକାନ୍ତ ଜାଲ୍‌ ମନି ରିସିଫ୍ଟ, ଟ୍ୟାକ୍ସ ଇନ୍‌ଭଏସ ଓ ଅନ୍ୟାନ୍ୟ ବ୍ୟାଙ୍କ କାଗଜପତ୍ର ପ୍ରସ୍ତୁତ କରି ବଡ଼ ଭାଇ ଶଶିକାନ୍ତଙ୍କ ଜରିଆରେ ଉକ୍ତ ଋଣ ଉଠାଇ ନେଇଥିଲେ। ଏ ନେଇ ସୁନ୍ଦରମ୍‌ ଫାଇନାନ୍ସର ଟେରିଟୋରୀ ମ୍ୟାନେଜର ଭି.କିଶୋର କୁମାର ଗତ ୧୮ ତାରିଖରେ ଅଭିଯୋଗ କରିବା ପରେ ଇଓଡବ୍ଳ୍ୟୁ ୨୦/୧୯ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଭଦ୍ରକସ୍ଥିତ ଶ୍ରୀକାନ୍ତଙ୍କ କାର୍ଯ୍ୟାଳୟରେ ଇଓଡବ୍ଳ୍ୟୁ ପକ୍ଷରୁ ଚଢାଉ କରି ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ବହୁ ଗୁରୁତ୍ୱପୁର୍ଣ୍ଣ କାଗଜପତ୍ର ଜବତ କରିଥିଲା। ପରେ ଅଭିଯୁକ୍ତ ଶଶିକାନ୍ତ ଓ ଶ୍ରୀକାନ୍ତଙ୍କୁ ରବିବାର ବାଲେଶ୍ୱର ଏସ୍‌ଡିଜେଏମ କୋର୍ଟକୁ ଚାଲାଣ କରାଯାଇଥିଲା। ଜାମିନ ଆବେଦନ ଖାରଜ ହେବାରୁ ସେମାନଙ୍କୁ ବିଚାର ବିଭାଗୀୟ ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri