ସୁନ୍ଦର ହେବ ବ୍ରହ୍ମପୁର: ପୋଷ୍ଟର୍‌ ଚିରା ଅଭିଯାନରେ ସାମିଲ ହୋଇ ଜିଲାପାଳ କହିଲେ ‘ଜନଭାଗିତା ଦ୍ୱାରା ପରିବର୍ତ୍ତନ ସମ୍ଭବ’

ବ୍ରହ୍ମପୁର ଅଫିସ୍‌, ୨୮।୭: ଗଞ୍ଜାମ ଜିଲା ବ୍ରହ୍ମପୁର ସହରକୁ ସୁନ୍ଦର କରିବା ପାଇଁ ସରକାରୀସ୍ତରରେ ପ୍ରୟାସ ଚାଲିଛି । ଏଥିରେ ସହରର ବୁଦ୍ଧିଜୀବୀ ଏବଂ ବିଭିନ୍ନ ବର୍ଗର ଲୋକମାନେ ମଧ୍ୟ ସାମିଲ ହେଉଛନ୍ତି । ସହରର ପ୍ରମୁଖ ରାସ୍ତାକଡ଼ କାନ୍ଥ ଏବଂ ଅନ୍ୟାନ୍ୟ ସ୍ଥାନରେ ଲାଗିଥିବା ପୋଷ୍ଟର୍‌ ଚିରା ଅଭିଯାନ ଗତ କିଛି ଦିନ ହେବ ଆରମ୍ଭ ହୋଇଥିଲା। ଏ ନେଇ ଏକ ଟିମ୍‌ ‘ଟିମ୍‌ କ୍ଲିନ୍‌ ସିଟି’ ଗଠନ କରାଯାଇଛି। ତୃତୀୟ ସପ୍ତାହରେ ଏହି ଟିମ୍‌ ଷ୍ଟେସନ୍‌, ଟାଟା ବେଞ୍ଜ ଛକ, ହିଲ୍‌ପାଟଣା, ବିଜିପୁର, ପୁରୁଣା ବସ୍‌ଷ୍ଟାଣ୍ଡ, ଗିରି ରୋଡ଼ ସହ ଅନ୍ୟାନ୍ୟ ଅଞ୍ଚଳରୁ ପୋଷ୍ଟର୍‌ ଚିରିଥିଲା।
ତେବେ ରବିବାର ଏହି ଅଭିଯାନରେ ସାମିଲ୍‌ ହୋଇଛନ୍ତି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ । ପିଭିଏନ୍‌ରାଓ ପେଟ୍ରୋଲ୍‌ ପମ୍ପ ଛକଠାରେ ଜିଲାପାଳ କୁଲାଙ୍ଗେ କାନ୍ଥରୁ ପୋଷ୍ଟର୍‌ ଚିରୁଥିବା ଦେଖିବାକୁ ମିଳିଥିଲା। ଏ ନେଇ ସେ କହିଥିଲେ ଯେ, ସହରକୁ ସୁନ୍ଦର ରଖିବା ପାଇଁ ସହରର ଭଲ ନାଗରିକମାନେ ଯେଉଁ ପଦକ୍ଷେପ ନେଇଛନ୍ତି, ତାହା ପ୍ରଶଂସା ଯୋଗ୍ୟ । ଯେଉଁମାନେ ମନଇଚ୍ଛା ଏଣେତେଣେ ପୋଷ୍ଟର୍‌ ମାରୁଛନ୍ତି, ସେମାନଙ୍କ ବିରୋଧରେ ପ୍ରଶାସନ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସିନେମା ହଲ୍‌ଗୁଡ଼ିକୁ ପୋଷ୍ଟର୍‌ ନ ମାରିବା ପାଇଁ ବାରଣ କରାଯାଇ ଥିବା ବେଳେ ଅନ୍ୟାନ୍ୟ ବ୍ୟବସାୟିକ ପ୍ରତିଷ୍ଠାନ, ଶିକ୍ଷାନୁଷ୍ଠାନ ପକ୍ଷରୁ ମରାଯାଉଥଇବା ପୋଷ୍ଟରକୁ ନୋଟିସ୍‌ ଦିଆଯିବ । ଏହାକୁ ନ ମାନିଲେ ଜରିମାନା ଆଦାୟ କରାଯିବ।
କେବଳ ପୋଷ୍ଟର୍‌ ଚିରା ଅଭିଯାନରେ ସୀମିତ ନ ରହି, ଆଗାମୀ ଦିନରେ ପ୍ଲାଷ୍ଟିକ୍‌, ପଲିଥିନ୍‌ ମୁକ୍ତ ସହର ଗଠନ ଏବଂ ବୃକ୍ଷ ରୋପଣ ଦିଗରେ ମଧ୍ୟ କାର୍ଯ୍ୟ କରିବାକୁ ‘ଟିମ୍‌ କ୍ଲିନ୍‌ ସିଟି’ର ସଦସ୍ୟା ସଦସ୍ୟଙ୍କୁ ଜିଲାପାଳ କୁଲାଙ୍ଗେ ପରାମର୍ଶ ଦେଇଥିଲେ । ଜନଭାଗିତା ଦ୍ୱାରା ପରିବର୍ତ୍ତନ ସମ୍ଭବ ବୋଲି ଜିଲାପାଳ କୁଲାଙ୍ଗେ କହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରଙ୍କୁ ଚାକିରି ନୁହେଁ ଲାଠି ମିଳୁଛି’, ରାସ୍ତାରେ ଗର୍ଜିଲେ ୬ ବର୍ଷର ବାଳକ, ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା…

ପାଟନା,୨୬।୮: ରୋଜଗାର ସମେତ ବିଭିନ୍ନ ଦାବି ନେଇ ପାଟନାର ଡାକବଙ୍ଗଲା ଛକରେ ଛାତ୍ର ଓ ପରୀକ୍ଷାର୍ଥୀଙ୍କ ଆନ୍ଦୋଳନ ଜାରି ରହିଛି । ଏହି ଭିଡ଼ ମଧ୍ୟରେ ପ୍ରାୟ…

ଛାତିରେ ହେଲା ଯନ୍ତ୍ରଣା, ଡାକ୍ତରଖାନା ନେବା ପରେ…

ଗଞ୍ଜାମ,୨୬ା୮(ବିଦ୍ୟାଧର ସାହୁ): ହୁମ୍ମା ଅଞ୍ଚଳର ଜଣେ ଧର୍ମପରାୟଣ ବ୍ୟକ୍ତିଙ୍କ ବିୟୋଗ ଘଟିଛ। ସେ ହେଲେ ହୁମା ଗୋପୀନାଥ ସାହିର ବାବାଜୀ ସାହୁ l ଜଣେ ଶାନ୍ତ ସରଳ…

Video: ନେପାଳରେ ପ୍ରକୃତିର କୋପ, ଆସିଲା ଭୟଙ୍କର ଭଡ଼ିଓ, ହଠାତ୍‌ ମାଡିଆସିଲା ପାଣି ୧୦୦୦ରୁ ଅଧିକ ଲୋକ ଭାସିଯାଇଥିବା ଆଶଙ୍କା

କାଠମାଣ୍ଡୁ,୨୬।୮: ପ୍ରତିବର୍ଷ ମୌସୁମୀ ଋତୁରେ, ନେପାଳ ଏବଂ ଭାରତର ପାର୍ବତ୍ୟାଞ୍ଚଳ ପ୍ରକୃତିର କୋପ ଦେଖିଥାଏ। ବୁଧବାର ସକାଳେ ନେପାଳରେ ସମାନ ଦୃଶ୍ୟ ଦେଖାଦେଇଥିଲା ଯେତେବେଳେ ତିବ୍ଦତ ସୀମା…

ମାତ୍ର ଏତିକି କିଲୋର କିଣିପାରିବେ ଚିନି! ବିଗ୍‌ବାସ୍କେଟ-ଇନଷ୍ଟାମାର୍ଟ ଭଳି କମ୍ପାନୀ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ, ୨୬।୮: ଭାରତରେ ପର୍ବପର୍ବାଣିର ମୁଖ୍ୟ ଋତୁ ପୂର୍ବରୁ ଯୋଗାଣରେ ହ୍ରାସ କାରଣରୁ D-Mart ଭଳି ରିଟେଲର୍ସ ଏବଂ BigBasket, Blinkit ଓ Swiggy Instamart ଭଳି…

ମହଙ୍ଗା ମାଡ଼: ବଢ଼ିଲା ଅଣ୍ଡା ଦର, ଏତିକି ଟଙ୍କା ହେବ ଚିକେନ ଦାମ୍

ନୂଆଦିଲ୍ଲୀ,୨୬।୮: ଦୈନନ୍ଦିନ ଖାଦ୍ୟସାମଗ୍ରୀର ବୃଦ୍ଧିପାଉଥିବା ଦରଦାମ୍ ମଧ୍ୟରେ ଏବେ ଅଣ୍ଡା ଦର ସାଧାରଣ ଖାଉଟିଙ୍କ ଚିନ୍ତା ବଢ଼ାଇଦେଇଛି । ବିଗତ ଗୋଟିଏ ବର୍ଷ ମଧ୍ୟରେ ଅଣ୍ଡା ମୂଲ୍ୟରେ…

ବୋମା ଗିଳିଦେଲା ଷଣ୍ଢ, ଚାଲିଗଲା ଜୀବନ

ବାଙ୍କୀ,୨୬ା୮(ଶୁଭେନ୍ଦୁ ମହାପାତ୍ର): ବାର୍‌ହା ଶିକାର ପାଇଁ ଖଞ୍ଜା ହୋଇଥିଲା ବୋମା। କିନ୍ତୁ ବାର୍‌ହା ବଦଳରେ ଶିକାର ସାଜିଲା ଷଣ୍ଢ। ଏମିତି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଟକ…

ସ୍ବାମୀଜୀଙ୍କ ଲକ୍ଷ୍ୟ କାର୍ଯ୍ୟକାରୀ କରିବ ବିଶ୍ୱ ହିନ୍ଦୁ ପରିଷଦ: ଅକ୍ଟୋବର ୩୦ରେ…

ଭଞ୍ଜନଗର, ୨୬।୮(ବାବୁଲା ପ୍ରଧାନ):ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ଅଧୁରା ଲକ୍ଷ୍ୟକୁ ବିଶ୍ୱ ହିନ୍ଦୁ ପରିଷଦ କାର୍ଯ୍ୟକାରୀ କରିବ ବୋଲି ଘୁମୁସର ଜିଲା ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ କୁହାଯାଇଛି।…

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

କର୍ଲାମୁଣ୍ଡା,୨୬।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ପୂର୍ବତନ ବ୍ଲକ ଅଧ୍ୟକ୍ଷ ଉତ୍କଳମଣି ସାହୁଙ୍କ ବୁଧବାର ଭୋର ପ୍ରାୟ ୪ଟା ସମୟରେ ୭୫ ବର୍ଷ ବୟସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri