ସୁପରିଚାଳନା ଦ୍ୱାରା କଠିନ ବର୍ଜ୍ୟବସ୍ତୁ ସମ୍ପଦ ହେବ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): କଠିନ ବର୍ଜ୍ୟବସ୍ତୁ ବର୍ତ୍ତମାନ ଜୀବଜଗତ ପାଇଁ ବଡ଼ ବିପଦ ସାଜିଛି। ଏଥିଯୋଗୁ ଜଳ, ବାୟୁ ଓ ପରିବେଶ ପ୍ରଦୂଷିତ ହେଉଛି। ଲୋକେ ଘାତକ ରୋଗର ଶିକାର ହେଉଛନ୍ତି। ଦେଶର ସହରାଞ୍ଚଳ ଅପେକ୍ଷା ଓ ଗ୍ରାମାଞ୍ଚଳରେ ଏହାର କୁପ୍ରଭାବ ଅଧିକ ପଡୁଥିବା ଦେଖିବାକୁ ମିଳୁଛି। ଏହି ବିପଦରୁ ମୁକୁଳିବା ବର୍ତ୍ତମାନ ଆମ ପାଇଁ ବଡ଼ ଚ୍ୟାଲେଞ୍ଜ ହୋଇଛି। ତେଣୁ କଠିନ ବର୍ଜ୍ୟବସ୍ତୁର ସୁପରିଚାଳନା ହେଲେ ଏହା ମାନବ ସମାଜ ପାଇଁ ବିପଦ ନୁହେଁ, ସମ୍ପଦ ହେବ। ତେଣୁ ଏହାର ପୁନଃପ୍ରକ୍ରିୟାକରଣ କରାଯାଇ ଏଥିରୁ ରାଜସ୍ବ ସଂଗ୍ରହ ପାଇଁ ପଦକ୍ଷେପ ଗ୍ରହଣ କରାଯିବା ଦରକାର। ମଙ୍ଗଳବାର କଠିନ ବର୍ଜ୍ୟବସ୍ତୁର ସୁପରିଚାଳନା ସଂକ୍ରାନ୍ତରେ ୟୁନିସେଫ୍‌ ଓଡ଼ିଶା ପକ୍ଷରୁ ଅନୁଷ୍ଠିତ ମିଡିଆ ରାଉଣ୍ଡ୍‌ଟେବୁଲ ବୈଠକରେ ମତପ୍ରକାଶ ପାଇଛି।
ଏହି ବୈଠକରେ ୟୁନିସେଫ୍‌ ଓଡ଼ିଶା ମୁଖ୍ୟ ଡ. ମୋନିକା ନୀଲ୍‌ସନ, ପଞ୍ଚାୟତ ଏବଂ ପାନୀୟ ଜଳ ବିଭାଗର ଯୁଗ୍ମ ସଚିବ ସୁବାସ ଚନ୍ଦ୍ର ଦାସ, ଗ୍ରାମୀଣ ଜଳଯୋଗାଣ ଓ ନିଷ୍କାସନ ବିଭାଗର ଭୁବନେଶ୍ୱର ସର୍କଲର ଅଧୀକ୍ଷକ ଯନ୍ତ୍ରୀ ଅଭୟ ବିଶ୍ୱାଳ, ମୁମ୍ବାଇର କଠିନ ବର୍ଜ୍ୟବସ୍ତୁ ବିଶେଷଜ୍ଞ ପ୍ରମୋଦ ଡବ୍ରାସେ, ୟୁନିସେଫ୍‌ ଓଡିଶାର ଓ୍ବାସ୍‌ ବିଶେଷଜ୍ଞ ସିପ୍ରା ସାକ୍‌ସେନାଙ୍କ ସମେତ ୩୦ରୁ ଊର୍ଦ୍ଧ୍ୱ ଗଣମାଧ୍ୟମ ପ୍ରତିନିଧି ଯୋଗଦେଇ କଠିନ ବର୍ଜ୍ୟବସ୍ତୁ ବିପଦ ଓ ଏହାର ସମାଧାନ ନେଇ ଆଲୋଚନା କରିଥିଲେ। ଡ. ନୀଲ୍‌ସନ କହିଲେ, ସମାଜରେ ଶିଶୁ ଓ ମହିଳାଙ୍କ ସ୍ବାସ୍ଥ୍ୟ ପୋଷଣ ଓ ଶିକ୍ଷାର ଉନ୍ନତି ଉପରେ ସବୁବେଳେ ଗୁରୁତ୍ୱ ଦିଆଯାଉଛି। ହେଲେ ବର୍ଜ୍ୟବସ୍ତୁର ଠିକ୍‌ ପରିଚାଳନା ନ ହେବା ଯୋଗୁ ମୃତ୍ତିକା ଓ ଜଳବାୟୁ ଭୟଙ୍କର ଭାବେ ପ୍ରଦୂଷିତ ହେଉଛି। ଫଳରେ ଦେଶରେ ଜଟିଳ ସ୍ବାସ୍ଥ୍ୟ ସମସ୍ୟା ଉପୁଜୁଛି। ୟୁନିସେଫ୍‌ ପକ୍ଷରୁ ନିଆଯିବାକୁ ଥିବା ପଦକ୍ଷେପ ସଂକ୍ରାନ୍ତରେ ସୂଚନା ଦେଇ ନୀଲ୍‌ସନ କହିଲେ, ପ୍ରାଥମିକ ସ୍ତରରେ ଓଡିଶାର ପ୍ରତି ଜିଲାର ୩ଟି ଲେଖାଏ ପଞ୍ଚାୟତରେ ଲୋକମାନଙ୍କୁ ସଚେତନ କରାଯିବ। ସରପଞ୍ଚମାନେ ଲୋକମାନଙ୍କୁ ସଚେତନ କରାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିବା ସହ ଗାଁ ଏବଂ ପଞ୍ଚାୟତସ୍ତରରେ କଠିନ ବର୍ଜ୍ୟବସ୍ତୁର ଠିକ୍‌ ପରିଚାଳନା ଉପରେ ଗୁରୁତ୍ୱ ଦେବେ। ବ୍ୟବହାର ଉପଯୋଗୀ ନ ଥିବା ବର୍ଜ୍ୟବସ୍ତୁର ଏକତ୍ରୀକରଣ, ବିଭାଗୀକରଣ ଉପଚାର ତଥା ସୁରକ୍ଷିତ ରୂପେ ନିଷ୍କ୍ରିୟ କରାଯିବା ଉପରେ ଗୁରୁତ୍ୱ ଦିଆଯିବ। ସାକ୍‌ସେନା ଓ ଡବ୍ରାସେ କହିଲେ, ପ୍ରତିଦିନ ବାହାରୁଥିବା ଲକ୍ଷ ଲକ୍ଷ ମେଟ୍ରିକ ଟନ ବର୍ଜ୍ୟବସ୍ତୁର ସୁପରିଚାଳନା ଅଭାବରୁ ଆମର ବିକଶିତ ମାନବ ସଭ୍ୟତା ବେକାର ସାବ୍ୟସ୍ତ ହେବାରେ ଲାଗିଛି। ସମସ୍ୟାର ସମାଧାନ ପାଇଁ ସାମୂହିକ ଉଦ୍ୟମ ଲୋଡ଼ା।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪(ଅସମାପିକା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୪ ମେ’ ୬ରୁ ଆରମ୍ଭ ହେବ। ସିବିଟି ମୋଡ୍‌ରେ ହେବାକୁ ଥିବା ଏହି ପରୀକ୍ଷା ମେ...

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri