Posted inଖେଳ

ସୁପର ଓଭରରେ ଛକା ମାରି ଜିତାଇଲେ ରୋହିତ

ହାମିଲଟନ,୨୯।୧- ଏଠାରେ ବୁଧବାର ଅନୁଷ୍ଠିତ ସଂଘର୍ଷପୂର୍ଣ୍ଣ ତୃତୀୟ ଟି୨୦ ମ୍ୟାଚ୍‌କୁ ସୁପର ଓଭରରେ ଛକା ମାରି ଓପନର ରୋହିତ ଶର୍ମା ଭାରତୀୟ ଦଳକୁ ଜିତାଇ ଦେଇଛନ୍ତି। ସୁପର ଓଭରରେ ଘରୋଇ ନ୍ୟୁଜିଲାଣ୍ଡ ପକ୍ଷରୁ ଧାର୍ଯ୍ୟ ୧୮ ରନ୍‌ର ବିଜୟ ଲକ୍ଷ୍ୟ ନେଇ ଓହ୍ଲାଇଥିଲେ ଭାରତୀୟ ଓପନର ରୋହିତ ଓ ରାହୁଲ। ଦୁହିଁଙ୍କ ସାମ୍ନାରେ ଥିଲେ ନ୍ୟୁଜିଲାଣ୍ଡ ଦଳର ସବୁଠୁ ଅଭିଜ୍ଞ ପେସର ଟିମ ସୌଦି। ପ୍ରଥମ ୪ ବଲରେ ଭାରତ ୮ ରନ୍‌ କରିବା ପରେ ବଳକା ଦୁଇ ବଲରେ ଜିତିବା ପାଇଁ ୧୦ ରନ୍‌ ଦରକାର ଥାଏ। ଓଭର ୫ମ ବଲକୁ ରୋହିତ ଡିପ ସ୍କୋୟାର ଲେଗ ଅଞ୍ଚଳକୁ ଛକା ମାରିଥିଲେ। ଅନ୍ତିମ ବଲକୁ ରୋହିତ ଲଙ୍ଗ ଅଫ୍‌ ଅଞ୍ଚଳକୁ ଛକା ମାରି ଭାରତୀୟ ଦଳକୁ ନ୍ୟୁଜିଲାଣ୍ଡରେ ପ୍ରଥମ ସିରିଜ୍‌ ଭେଟି ଦେଇଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ଧାର୍ଯ୍ୟ ୨୦ ଓଭରରେ ୫ ଉଇକେଟ ହରାଇ ୧୭୯ ରନ୍‌ କରିଥିଲା। ରୋହିତ ଶର୍ମା(୬୫) ଅର୍ଦ୍ଧଶତକ ହାସଲ କରିଥିବାବେଳେ ବିରାଟ କୋହଲି ୩୮ ଓ ଲୋକେଶ ରାହୁଲ ୨୭ ରନ୍‌ କରିଥିଲେ। ଘରୋଇ ବୋଲରଙ୍କ ମଧ୍ୟରେ ହାମିଶ ବେନେଟ ୩ ଉଇକେଟ ନେଇଥିଲେ। ଜବାବରେ ଅଧିନାୟକ କେନ ଓ୍ବିଲିୟମସନଙ୍କ ୯୫ ରନ୍‌ର ଇନିଂସ ଯୋଗୁ ନ୍ୟୁଜିଲାଣ୍ଡ ଶେଷ ପର୍ଯ୍ୟନ୍ତ ଖେଳି ୬ ଉଇକେଟ ହରାଇ ସମାନ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ପରେ ସୁପର ଓଭରରେ ନ୍ୟୁଜିଲାଣ୍ଡ ପକ୍ଷରୁ କେନ ଓ୍ବିଲିୟମସନ ଓ ମାର୍ଟିନ ଗୁପଟିଲ ବ୍ୟାଟିଂ କରିବାକୁ ଆସିଥିବାବେଳେ ଭାରତ ଲାଗି ଯଶପ୍ରୀତ ବୁମରା ବୋଲିଂ ମଙ୍ଗ ସମ୍ଭାଳିଥିଲେ। ଏହି ଓଭରରେ ଗୋଟିଏ ଛକା ଓ ଦୁଇ ଚୌକା ବଳରେ ନ୍ୟୁଜିଲାଣ୍ଡ ୧୭ ରନ୍‌ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ପ୍ରଧାନମନ୍ତ୍ରୀଙ୍କ ଐତିହାସିକ ଅବତରଣ, ଏମରଜେନ୍ସି ଷ୍ଟ୍ରିପରେ ପ୍ରଥମଥର ଓହ୍ଲାଇଲା ମୋଦିଙ୍କ ବିମାନ

ଗୁଆହାଟି,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଆସାମ ଦିବ୍ରୁଗଡ଼ର ମୋରାନ ବାଇପାସରେ ଥିବା ଜରୁରୀକାଳୀନ ଅବତରଣ ସୁବିଧା (ELF) ରେ ଅବତରଣ କରିଥିଲେ। ସେଠାରେ ସେ ଲଢ଼ୁଆ…

‘ଦେଶ ପ୍ରତି ସେମାନଙ୍କର ସମର୍ପଣ ସର୍ବଦା ମନେ ରହିବ’, ପୁଲୱାମା ଆକ୍ରମଣରେ ଶହୀଦକୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୯ ପୁଲୱାମା ଆତଙ୍କବାଦୀ ଆକ୍ରମଣର ବାର୍ଷିକୀରେ ପ୍ରାଣବଳି ଦେଇଥିବା ସାହସୀ ସୈନିକମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସୈନିକଙ୍କ ବଳିଦାନକୁ ମନେ ପକାଇ…

ଭାରତକୁ ଏହି ୫ ପାକିସ୍ତାନୀ ଖେଳାଳିଙ୍କଠାରୁ ରହିବାକୁ ପଡିବ ସତର୍କ, ସୃଷ୍ଟି କରିପାରନ୍ତି ବଡ଼ ବିପଦ!

ନୂଆଦିଲ୍ଲୀ,୧୪।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମ୍ୟାଚ ପାଇଁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏବେ, ଏହି ଦୁଇ ଦଳ ଫେବୃଆରୀ ୧୫ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri