Posted inଖେଳ

ସୁପର ଓଭରରେ ଛକା ମାରି ଜିତାଇଲେ ରୋହିତ

ହାମିଲଟନ,୨୯।୧- ଏଠାରେ ବୁଧବାର ଅନୁଷ୍ଠିତ ସଂଘର୍ଷପୂର୍ଣ୍ଣ ତୃତୀୟ ଟି୨୦ ମ୍ୟାଚ୍‌କୁ ସୁପର ଓଭରରେ ଛକା ମାରି ଓପନର ରୋହିତ ଶର୍ମା ଭାରତୀୟ ଦଳକୁ ଜିତାଇ ଦେଇଛନ୍ତି। ସୁପର ଓଭରରେ ଘରୋଇ ନ୍ୟୁଜିଲାଣ୍ଡ ପକ୍ଷରୁ ଧାର୍ଯ୍ୟ ୧୮ ରନ୍‌ର ବିଜୟ ଲକ୍ଷ୍ୟ ନେଇ ଓହ୍ଲାଇଥିଲେ ଭାରତୀୟ ଓପନର ରୋହିତ ଓ ରାହୁଲ। ଦୁହିଁଙ୍କ ସାମ୍ନାରେ ଥିଲେ ନ୍ୟୁଜିଲାଣ୍ଡ ଦଳର ସବୁଠୁ ଅଭିଜ୍ଞ ପେସର ଟିମ ସୌଦି। ପ୍ରଥମ ୪ ବଲରେ ଭାରତ ୮ ରନ୍‌ କରିବା ପରେ ବଳକା ଦୁଇ ବଲରେ ଜିତିବା ପାଇଁ ୧୦ ରନ୍‌ ଦରକାର ଥାଏ। ଓଭର ୫ମ ବଲକୁ ରୋହିତ ଡିପ ସ୍କୋୟାର ଲେଗ ଅଞ୍ଚଳକୁ ଛକା ମାରିଥିଲେ। ଅନ୍ତିମ ବଲକୁ ରୋହିତ ଲଙ୍ଗ ଅଫ୍‌ ଅଞ୍ଚଳକୁ ଛକା ମାରି ଭାରତୀୟ ଦଳକୁ ନ୍ୟୁଜିଲାଣ୍ଡରେ ପ୍ରଥମ ସିରିଜ୍‌ ଭେଟି ଦେଇଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ଧାର୍ଯ୍ୟ ୨୦ ଓଭରରେ ୫ ଉଇକେଟ ହରାଇ ୧୭୯ ରନ୍‌ କରିଥିଲା। ରୋହିତ ଶର୍ମା(୬୫) ଅର୍ଦ୍ଧଶତକ ହାସଲ କରିଥିବାବେଳେ ବିରାଟ କୋହଲି ୩୮ ଓ ଲୋକେଶ ରାହୁଲ ୨୭ ରନ୍‌ କରିଥିଲେ। ଘରୋଇ ବୋଲରଙ୍କ ମଧ୍ୟରେ ହାମିଶ ବେନେଟ ୩ ଉଇକେଟ ନେଇଥିଲେ। ଜବାବରେ ଅଧିନାୟକ କେନ ଓ୍ବିଲିୟମସନଙ୍କ ୯୫ ରନ୍‌ର ଇନିଂସ ଯୋଗୁ ନ୍ୟୁଜିଲାଣ୍ଡ ଶେଷ ପର୍ଯ୍ୟନ୍ତ ଖେଳି ୬ ଉଇକେଟ ହରାଇ ସମାନ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ପରେ ସୁପର ଓଭରରେ ନ୍ୟୁଜିଲାଣ୍ଡ ପକ୍ଷରୁ କେନ ଓ୍ବିଲିୟମସନ ଓ ମାର୍ଟିନ ଗୁପଟିଲ ବ୍ୟାଟିଂ କରିବାକୁ ଆସିଥିବାବେଳେ ଭାରତ ଲାଗି ଯଶପ୍ରୀତ ବୁମରା ବୋଲିଂ ମଙ୍ଗ ସମ୍ଭାଳିଥିଲେ। ଏହି ଓଭରରେ ଗୋଟିଏ ଛକା ଓ ଦୁଇ ଚୌକା ବଳରେ ନ୍ୟୁଜିଲାଣ୍ଡ ୧୭ ରନ୍‌ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରଙ୍ଗ ବଦଳୁଛି

ନିଶ୍ଚିତ ଭାବେ କୁହାଯାଇପାରେ, ପରିବେଶ ଓ ପରିସଂସ୍ଥାନ ବିଗିଡ଼ିଗଲେ ତାହାର ପ୍ରଭାବ ପ୍ରାଣୀ ଓ ଉଦ୍ଭିଦଜଗତ ଉପରେ ପଡ଼ିବ। ନିଜର ସ୍ବାର୍ଥ ସାଧନ ପାଇଁ ପ୍ରକୃତିର...

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ୩ ବର୍ଷ ଯାଏ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ଚାଇନାରୁ ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ...

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri