Posted inଖେଳ

ସୁପର ଓଭରରେ ଜିତିଲା ସେଣ୍ଟ କିଟ୍ସ

ସେଣ୍ଟ କିଟ୍ସ,୧୮।୯: ଅଧିନାୟକ କାର୍ଲୋସ ବ୍ରାଥଓ୍ବେଟଙ୍କ ଅଲରାଉଣ୍ଡିଂ ପ୍ରଦର୍ଶନ ବଳରେ ସେଣ୍ଟ କିଟ୍ସ ଆଣ୍ଡ୍‌ ନେଭିସ ପାଟ୍ରିଅଟ୍ସ ସୁପର ଓଭରରେ ଟ୍ରିନବାଗୋ ନାଇଟ୍‌ ରାଇଡର୍ସକୁ ହରାଇ ଦେଇଛି। ଆମନ୍ତ୍ରଣ ପାଇ ବ୍ୟାଟିଂ କରିଥିବା ନାଇଟ୍‌ ରାଇଡର୍ସ ଦଳ ଧାର୍ଯ୍ୟ ୨୦ ଓଭରରେ ୪ ଉଇକେଟ ହରାଇ ୨୧୬ ରନ୍‌ କରିଥିଲା। ଦଳ ପାଇଁ ଲିଣ୍ଡଲ ସିମନ୍ସ ୯୦, କଲିନ ମୁନ୍‌ରୋ ୨୮, ଡାରେନ ବ୍ରାଭୋ ୨୪ ଓ ଜେମ୍ସ ନିଶାମ ୨୨ ରନ୍‌ କରିଥିଲେ। ବୋଲିଂରେ ସେଣ୍ଟ କିଟ୍ସ ଆଣ୍ଡ୍‌ ନେଭିସ ପାଟ୍ରିଅଟ୍ସ ପାଇଁ ଅଧିନାୟକ ବ୍ରାଥଓ୍ବେଟ ୨ ଉଇକେଟ ନେଇଥିଲେ। ଜବାବରେ ଅଧିନାୟକ ବ୍ରାଥଓ୍ବେଟଙ୍କ ବିସ୍ଫୋରକ ୬୪ ଓ ଇଭିନ ଲୁଇସଙ୍କ ୪୫ ରନ୍‌ର ଇନିଂସ ବଳରେ ଦଳ ସମସ୍ତ ଓଭର ବ୍ୟାଟିଂ କରି ୭ ଉଇକେଟ ହରାଇ ସମାନ ସ୍କୋର କରିଥିଲା। ଏଣୁ ମ୍ୟାଚ୍‌ର ଫଳାଫଳ ପାଇଁ ସୁପର ଓଭରର ସହାୟତା ନିଆଯାଇଥିଲା। ଏଥିରେ ନାଇଟ ରାଇଡର୍ସ ପକ୍ଷରୁ ବୋଲିଂ କରିଥିବା ଅଲି ଖାନଙ୍କ ଓଭରର ପ୍ରଥମ ଓ ୫ମ ବଲକୁ ବ୍ରାଥଓ୍ବେଟ ଛକା ଲଗାଇଥିବାବେଳେ ୬ଷ୍ଠ ବଲରେ ୪ ରନ୍‌ ହାସଲ କରିଥିଲେ। ଓଭରରେ ଦୁଇଟି ସିଙ୍ଗଲ ରନ୍‌ ମଧ୍ୟ ହୋଇଥିଲା। ଫଳରେ ନାଇଟ୍‌ ରାଇଡର୍ସ ଆଗରେ ୧୯ ରନ୍‌ର ବିଜୟ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା। ଜବାବରେ ବ୍ରାଥଓ୍ବେଟ୍‌ଙ୍କ ବୋଲିଂରେ ପ୍ରତିପକ୍ଷ ଟିକେଆର ମାତ୍ର ୬ ରନ୍‌ କରିପାରିଥିଲା।
ସଂକ୍ଷିପ୍ତ ସ୍କୋର:
ଟ୍ରିନିବାଗୋ ନାଇଟ୍‌ ରାଇଡର୍ସ(ଟିକେଆର)- ୨୦ ଓଭରରେ ୨୧୬/୪ (ଲିଣ୍ଡଲ ସିମ୍‌ନ୍ସ ୯୦, ଡାରେନ ବ୍ରାଭୋ ୨୪*, କଲିନ ମୁନ୍‌ରୋ ୨୮, କାର୍ଲୋସ ବ୍ରାଥଓ୍ବେଟ ୨/୪୮)।
ସେଣ୍ଟ କିଟ୍ସ – ୨୦ ଓଭରରେ ୨୧୬/୭ (କାର୍ଲୋସ ବ୍ରାଥଓ୍ବେଟ ୬୪, ଇଭିନ ଲୁଇସ ୪୫, ଆଣ୍ଡରସନ ଫିଲିପ ୩/୩୮, ଅଲି ଖାନ ୨/୨୭)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri