Posted inଖେଳ

ସୁପର ଓଭରରେ ସିରିଜ୍‌ ଜିତିଲା ଇଂଲଣ୍ଡ

ଅକ୍‌ଲାଣ୍ଡ, ୧୦।୧୧- ଗତ ବିଶ୍ୱକପ୍‌ ଫାଇନାଲ ଭଳି ଚଳିତ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ରେ ଇଂଲଣ୍ଡ ସୁପର ଓଭରରେ ନ୍ୟୁଜିଲାଣ୍ଡକୁ ମାତ୍‌ ଦେଇଛି। ବର୍ଷା ବାଧା ସାଜିବାରୁ ଏଠାରେ ଖେଳାଯାଇଥିବା ୧୧ ଓଭରିଆ ମ୍ୟାଚ୍‌ରେ ଉଭୟ ଦଳ ୧୪୬ ରନ୍‌ କରିବାକୁ ସକ୍ଷମ ହୋଇଥିଲେ। ସୁପର ଓଭରରେ ୧୮ ରନ୍‌ର ବିଜୟ ଲକ୍ଷ୍ୟ ନେଇ ଓହ୍ଲାଇଥିବା ଘରୋଇ ନ୍ୟୁଜିଲାଣ୍ଡ ମାତ୍ର ୮ ରନ୍‌ କରିପାରିଥିଲା। ଏଥିସହିତ ଭ୍ରମଣକାରୀ ଇଂଲଣ୍ଡ ସିରିଜ୍‌କୁ ୩-୨ ବ୍ୟବଧାନରେ ଜିତି ନେଇଛି। ବିସ୍ଫୋରକ ବ୍ୟାଟିଂ କରିଥିବା ଜନ୍ନି ବେଆରଷ୍ଟୋଙ୍କୁ ମ୍ୟାନ ଅଫ୍‌ ଦି ମ୍ୟାଚ୍‌ ଓ ନ୍ୟୁଜିଲାଣ୍ଡ ସ୍ପିନର ମିଚେଲ ସାଣ୍ଟନରଙ୍କୁ ମ୍ୟାନ୍‌ ଅଫ୍‌ ଦି ସିରିଜ୍‌ ବିବେଚିତ କରାଯାଇଛି।
୧୪୬ ରନ୍‌ର ବିଜୟ ଲକ୍ଷ୍ୟ ନେଇ ଓହ୍ଲାଇଥିବା ଇଂଲଣ୍ଡ ପ୍ରଥମ ଓଭରରେ ଟମ ବାଣ୍ଟନ(୮)ଙ୍କ ଉଇକେଟ ହରାଇଥିଲା। ଏହାପରେ ଗୋଟିଏ ପକ୍ଷରେ ଜନ୍ନି ବେଆରଷ୍ଟୋ ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ ଅନ୍ୟ ପଟେ ଗୋଟିଏ ପରେ ଗୋଟିଏ ଉଇକେଟ ପଡ଼ିବା ଜାରି ରହିଥିଲା। ଫଳରେ ଦଳ ମାତ୍ର ୩୯ ରନ୍‌ରେ ୩ ଉଇକେଟ ହରାଇ ସାରିଥିଲା। ଜେମ୍ସ ଭିନ୍ସ (୧୦) ଓ ଅଧିନାୟକ ଇଆନ ମୋର୍ଗାନ (୧୭) ରନ୍‌ କରି ଆଉଟ୍‌ ହୋଇଥିଲେ। ବେଆରଷ୍ଟୋ ୧୮ ବଲରେ ୫ ଛକା ଓ ୨ ଚୌକା ସହାୟତାରେ ୪୭ ରନ୍‌ କରି ଜିମ୍ସ ନିଶାମଙ୍କ ବଲରେ ଆଉଟ୍‌ ହୋଇ ପ୍ୟାଭିଲିଅନ ଫେରିଥିଲେ। ତାଙ୍କ ପରେ ସାମ କୁରାନ (୨୪), ଲୁଇସ ଗ୍ରେଗୋରି (୬) ଓ ଟମ କୁରାନ (୧୨) ଆଉଟ୍‌ ହେବାରୁ ଦଳ ୧୦.୩ ଓଭରରେ ୧୩୪ ରନ୍‌ କରିଥିଲା। ନ୍ୟୁଜିଲାଣ୍ଡକୁ ଜିତିବା ପାଇଁ ବଳକା ୩ ବଲରେ ୧୩ ରନ୍‌ ରୋକିବାର ଥିଲା। କିନ୍ତୁ କ୍ରିସ ଜର୍ଡାନ ଅନ୍ତିମ ୩ ବଲରେ ୧୨ ରନ୍‌ କରି ମ୍ୟାଚ୍‌ ଡ୍ର’ କରି ଦେଇଥିଲେ। ବୋଲିଂରେ ଟ୍ରେଣ୍ଟ ବୋଲ୍ଟ ଓ ମିଚେଲ ସାଣ୍ଟନର ୨ ଲେଖାଏ ଉଇକେଟ ନେଇଥିଲେ। ପୂର୍ବରୁ ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ନ୍ୟୁଜିଲାଣ୍ଡର ଓପନର ମାର୍ଟିନ ଗୁପଟିଲ ଓ କଲିନ ମୁନ୍‌ରୋ ୫.୧ ଓଭରରେ ୮୩ ରନ୍‌ କରିଥିଲେ। ଗୁପଟିଲ ୨୦ ବଲରେ ୫୦ ରନ୍‌ କରି ଆଉଟ ହୋଇଥିଲେ। ତାଙ୍କ ଭଳି ମୁନ୍‌ରୋ ୪୬ ଓ ଟିମ ସେଇଫର୍ଟଙ୍କ ୩୯ ରନ୍‌ର ଇନିଂସ ଯୋଗୁ ଘରୋଇ ଦଳ ୧୧ ଓଭରରେ ୫ ଉଇକେଟ ହରାଇ ୧୪୬ ରନ୍‌ କରିଥିଲା। ଇଂଲଣ୍ଡ ପକ୍ଷରୁ ବୋଲିଂରେ ସାମ କୁରାନ, ଟମ୍‌ କୁରାନ, ଆଦିଲ ରସିଦ ଓ ସାକିବ ମେହମ୍ମୁଦ ପ୍ରତ୍ୟେକ ଗୋଟିଏ କରି ଉଇକେଟ ହାତେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ନଜରରେ ପଡିଗଲା ସ୍ତ୍ରୀଙ୍କ ପରକୀୟା ପ୍ରୀତି, ପ୍ରେମିକଙ୍କ ସହ ମିଶି କରିଥିଲେ ହତ୍ୟା ଉଦ୍ୟମ, ଏବେ ଗଲେ ଜେଲ୍

ଦିଗପହଣ୍ଡି,୩୧|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗାଁ ଛକରେ ରହୁଥିବା ଏସ.ଶଙ୍କର ରେଡ୍ଡୀଙ୍କ  ଅନୁପସ୍ଥିତିରେ ତାଙ୍କ ସ୍ତ୍ରୀ ଏସ.ରଶ୍ମିତା ରେଡ୍ଡୀ…

୨ ଓ୍ବାରେଣ୍ଟି କୋର୍ଟ ଚାଲାଣ: ଜଣେ ହତ୍ୟା ମାମଲାରେ ଥିଲେ ଫେରାର, ଆଉ ଜଣେ…

ଦିଗପହଣ୍ଡି,୩୧ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର ୨ ଓ୍ବାରେଣ୍ଟିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଦିଗପହଣ୍ଡି ଥାନା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା…

ଦୁଇ ବର୍ଷର କାର୍ଯ୍ୟଦକ୍ଷତା ନେଇ ପ୍ରଧାନମନ୍ତ୍ରୀ ମାଗିଛନ୍ତି ତଥ୍ୟ: ମନମୋହନ କହିଲେ…

ଭୁବନେଶ୍ୱର,୩୧।୫: ରାଜ୍ୟରେ ବିଜେପି ସରକାରଙ୍କ ଦୁଇ ବର୍ଷର କାର୍ଯ୍ୟଦକ୍ଷତା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତଥ୍ୟ ମାଗିଥିବା ସୂଚନା ମିଳିଛି। ଏନେଇ ରାଜ୍ୟ ଭାଜପା ସଭାପତି ମନମୋହନ…

ରାଜ୍ୟରେ ଭତ୍ତାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍: ମନମୋହନ ସାମଲ କହିଲେ…

ଭୁବନେଶ୍ୱର,୩୧।୫: ରାଜ୍ୟରେ ଭତ୍ତା ବଣ୍ଟନ ସମସ୍ୟାକୁ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ। ସେ କହିଛନ୍ତି, ଆସନ୍ତା ୧୫ ଦିନ ମଧ୍ୟରେ ଭତ୍ତା…

୧୫ ଦିନ ତଳେ କରିଥିଲେ ବିବାହ, ସ୍ବାମୀଙ୍କ ସହ ଯିବାବେଳେ ବ୍ରିଜ୍‌ ଉପରୁ ନଈକୁ ଡେଇଁପଡ଼ିଲେ ସ୍ତ୍ରୀ

ସୋନପୁର,୩୧ା୫(ମୃତ୍ୟୁଞ୍ଜୟ ଶତପଥୀ): ମେଟକାନି ମନ୍ଦିର ଦର୍ଶନ କରିବାକୁ ସ୍ବାମୀଙ୍କ ସହିତ ବାଇକ୍‌ରେ ଯାଉଥିଲେ ସ୍ତ୍ରୀ। ମହାନଦୀର ସୁନ୍ଦରତା ଉପଭୋଗ କରିବା ଓ ଫଟୋ ଉଠାଇବା ପାଇଁ ସ୍ବାମୀ-ସ୍ତ୍ରୀ…

ସଘନ ସଂଶୋଧନ (SIR)-୨୦୨୬ : ଘରେ ଘରେ ପହଞ୍ଚୁଛନ୍ତି BLO

ବଞ୍ଚୋ, ୩୧।୫ (ପ୍ରଦୋଷ କୁମାର ବିଶ୍ୱାଳ): ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ସ୍ୱତନ୍ତ୍ର ସଘନ ସଂଶୋଧନ (SIR)-୨୦୨୬ କାର୍ଯ୍ୟକ୍ରମ ଅଧୀନରେ ମତଦାତା ତାଲିକାକୁ ସଠିକ୍ ଓ ନିର୍ଭୁଲ କରିବା…

ଯୌନ କାର୍ଯ୍ୟରେ ଲିପ୍ତ ପ୍ରତ୍ୟେକ ମହିଳାଙ୍କୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଲେ ସୁପ୍ରମି କୋର୍ଟ

ନୂଆଦିଲ୍ଲୀ,୩୧।୫: ଏକ ଐତିହାସିକ ରାୟରେ, ସୁପ୍ରିମକୋର୍ଟ କହିଛନ୍ତି ଯେ ବେଶ୍ୟାବୃତ୍ତିରେ ଲିପ୍ତ ପ୍ରତ୍ୟେକ ମହିଳା ବଳପୂର୍ବକ ଶିକାର ହୋଇଥିବା ଏବଂ ଫଳସ୍ବରୂପ ତାଙ୍କୁ ପୁନର୍ବାସ କେନ୍ଦ୍ରକୁ ପଠାଇବା…

ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା: ଖୋଲିଲା ବଡ଼ ରହସ୍ୟ: ପ୍ରତି ସପ୍ତାହରେ କରୁଥିଲେ କ୍ୟାମେରା ଚାର୍ଜ

ଜଗତସିଂହପୁର,୩୧।୫: ଜଗତସିଂହପୁର ଜିଲାର DRDA କାର୍ଯ୍ୟାଳୟର ମହିଳା ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା ଜବତ ଘଟଣାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଘଟଣାରେ ଜଡିତ ଜୁନିୟର କିରାଣି ସଞ୍ଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri