Posted inଜାତୀୟ

ସୁପ୍ରିମକୋର୍ଟଙ୍କୁ ଜଣାଇଲେ ସରକାର: ଏସ୍‌ସି/ଏସ୍‌ଟିଙ୍କ କ୍ଷେତ୍ରରେ ସ୍ବଚ୍ଛଳ ବର୍ଗ ପ୍ରଯୁଜ୍ୟ ନୁହେଁ

ନୂଆଦିଲ୍ଲୀ,୩ା୧୨: ଅନୁସୂଚିତ ଜାତି (ଏସ୍‌ସି) ଏବଂ ଅନୁସୂଚିତ ଜନଜାତି (ଏସ୍‌ଟି)ଙ୍କ ପାଇଁ ଉଦ୍ଦିଷ୍ଟ ସଂରକ୍ଷଣ ସୁବିଧାରୁ ସ୍ବଚ୍ଛଳ ବର୍ଗଙ୍କୁ ବାଦ୍‌ ଦେବା ପାଇଁ ସୁପ୍ରିମକୋର୍ଟ ୨୦୧୮ରେ ରାୟ ଦେଇଥିଲେ। ଉକ୍ତ ରାୟର ପୁନର୍ବିଚାର ପାଇଁ କେନ୍ଦ୍ର ସରକାର ସୋମବାର ସର୍ବୋଚ୍ଚ ଅଦାଲତଙ୍କୁ ଅନୁରୋଧ କରିଛନ୍ତି। ୨୦୧୮ରେ ଜର୍ନେଲ ସିଂଙ୍କ ମାମଲାରେ ୫ ଜଣିଆ ପୀଠ ଦେଇଥିବା ରାୟର ଯଥାର୍ଥତା ଉପରେ ଆଟର୍ନି ଜେନେରାଲ କେ.କେ. ବେଣୁଗୋପାଳ ସନ୍ଦେହ ବ୍ୟକ୍ତ କରିଥିଲେ। ଏହି ମାମଲା ୭ ଜଣିଆ ପୀଠରେ ପୁନର୍ବାର ଶୁଣାଣି କରାଯିବା ସରକାର ଚାହାନ୍ତି ବୋଲି ସେ କହିଥିଲେ। ସ୍ବଚ୍ଛଳ ବର୍ଗ (କ୍ରିମି ଲେୟର) ଧାରଣା ଏସ୍‌ସି/ଏସ୍‌ଟିଙ୍କ କ୍ଷେତ୍ରରେ ପ୍ରଯୁଜ୍ୟ ହୋଇପାରିବ ନାହିଁ ବୋଲି ଆଟର୍ନି ଜେନେରାଲ ପ୍ରଧାନ ବିଚାରପତି ଏସ୍‌.ଏ. ବୋବ୍‌ଡେଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠଙ୍କୁ କହିଥିଲେ। ୨୦୦୮ରେ ଇନ୍ଦ୍ର ସାହନି (ମଣ୍ଡଳ ମାମଲା) ରାୟରେ ଅନ୍ୟତମ ୫ ଜଣିଆ ଖଣ୍ଡପୀଠ ଏସ୍‌ସି/ଏସ୍‌ଟି ବର୍ଗଙ୍କୁ ସ୍ବଚ୍ଛଳ ବର୍ଗ ବାହାରେ ରଖିଥିଲେ ବୋଲି ବେଣୁଗୋପାଳ କହିଥିଲେ। ତେବେ ତାଙ୍କର ଏହି ଯୁକ୍ତିକୁ ସମତା ଆନ୍ଦୋଳନ ସମିତି ପକ୍ଷରୁ ମାମଲା ଲଢ଼ୁଥିବା ବରିଷ୍ଠ ଆଇନଜୀବୀ ଗୋପାଳ ଶଙ୍କରନାରାୟଣ ବିରୋଧ କରିଥିଲେ। ସ୍ବଚ୍ଛଳ ବର୍ଗ ଅବଧାରଣା ଉପରେ ଅଦାଲତଙ୍କ ୨୦୧୮ ରାୟ ସମ୍ପୂର୍ଣ୍ଣ ସ୍ପଷ୍ଟ। ଏହି ମାମଲାର ପୁନର୍ବାର ଶୁଣାଣି ହେବା ଉଚିତ ନୁହେଁ ବୋଲି ସେ ମତ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri