Posted inଜାତୀୟ

ସୁପ୍ରିମକୋର୍ଟଙ୍କ ଉପରେ ବିଶ୍ୱାସ ଅଛି, ଫେବୃୟାରୀ ୧ରେ ଦୋଷୀଙ୍କୁ ଦିଆଯିବ ଫାଶୀ: ନିର୍ଭୟାଙ୍କ ମା’

ନୂଆଦିଲ୍ଲୀ,୨୯।୧: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାରେ ଫାଶୀଖୁଣ୍ଟରେ ଝୁଲିବାକୁ ଥିବା ୪ ଅଭିଯୁକ୍ତ ନୂଆ ନୂଆ ଭେଳିକି ଦେଖାଉଛନ୍ତି। ଆସନ୍ତା ଫେବୃଆରୀ ୧ ସକାଳ ୬ଟାରେ ସମସ୍ତଙ୍କୁ ଫାଶୀଖୁଣ୍ଟରେ ଝୁଲାଇବାକୁ କୋର୍ଟ ଡେଥ୍‌ ୱାରେଣ୍ଟ ଜାରି କରିଛନ୍ତି। ହେଲେ ଏଥିରୁ ବର୍ତ୍ତିବା ପାଇଁ ଦୋଷୀମାନେ ଆଇନର ସବୁ ରାସ୍ତାକୁ ଆପଣାଇବାରେ ଲାଗିଛନ୍ତି। ଦୋଷୀଙ୍କ ଏଭଳି ଭେଳିକି ଦେଖି ନିର୍ଭୟାଙ୍କ ମା’ ଆଶା ଦେବୀ କହିଛନ୍ତି, ସୁପ୍ରିମକୋର୍ଟଙ୍କ ଉପରେ ମୋର ପୂରା ବିଶ୍ୱାସ ଅଛି, ଫେବୃୟାରୀ ୧ ତାରିଖରେ ହିଁ ଦୋଷୀଙ୍କୁ ଫାଶୀଖୁଣ୍ଟରେ ଝୁଲାଯିବ। ଫାଶୀ ବିଳମ୍ବ ଯୋଗୁ ଆଶା ଦେବୀ କ୍ରୋଧ ପ୍ରକାଶ କରିଛନ୍ତି। ଏଭଳି ଦୋଷୀଙ୍କୁ ଆମ ନ୍ୟାୟ ବ୍ୟବସ୍ଥା ଯେଉଁ ଅଧିକାର ଦେଇଛି, ତେଣୁ ସେମାନେ ଭୁଲ ଉପଯୋଗ କରୁଛନ୍ତି। କୋର୍ଟ ଏହା ଉପରେ ଅଙ୍କୁଶ ଲଗାଇବା ଉଚିତ। ୨୦୧୨ର ଏହି ଘଟଣାରେ ୬ ଜଣ ଗିରଫ ହୋଇଥିଲେ। ତେବେ ଏମାନଙ୍କ ମଧ୍ୟରୁ ଜଣେ ନାବାଳକ ଥିବା ବେଳେ ଦୋଷୀ ରାମ ସିଂହ ଆତ୍ମହତ୍ୟା କରିଥିଲା। ଅନ୍ୟ ୪ ଜଣଙ୍କୁ ୨୦୧୩ରେ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳ ସୂତ୍ର ପରେ ଉତ୍ତରାଧିକାର ଟ୍ୟାଙ୍କ ଲଢେଇ, ପିଟ୍ରୋଡାଙ୍କ ବୟାନକୁ ନେଇ ଭାଜପା ଖପ୍ପା, ଜବାବ ରଖିଲା କଂଗ୍ରେସ

ନୂଆଦିଲ୍ଲୀ, ୨୪।୪: ଲୋକ ସଭା ନିର୍ବାଚନକୁ ନେଇ ରାଜନ୍ରେତିକ ମାହୋଲ ବେଶ ସରଗରମ ରହିଛି। କଂଗ୍ରେସ ନେତା ସାମ ପିଟ୍ରୋଡାଙ୍କ ବିବୃତ୍ତିକୁ ଭାଜପା ଟାର୍ଗେଟ କଲାବେଳେ...

‘କଂଗ୍ରେସର ଲୁଟ ଜିନ୍ଦେଗିକେ ସାଥ ଭି, ଜିନ୍ଦେଗିକେ ବାଦ ଭି’, ପିଟ୍ରୋଡାଙ୍କ ବୟାନକୁ ନେଇ ମୋଦିଙ୍କ ଜବାବ

ନୂଆଦିଲ୍ଲୀ, ୨୪।୪: କଂଗ୍ରେସର ବରିଷ୍ଠ ନେତା ସାମ ପିଟ୍ରୋଡାଙ୍କ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ଜବାବ ରଖିଛନ୍ତି। ବୁଧବାର (ଏପ୍ରିଲ ୨୪, ୨୦୨୪)...

ଆମେଠୀରୁ ଲଢିବେ ରର୍ବଟ ଭଦ୍ରା! ପୋଷ୍ଟରକୁ ନେଇ ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୪: ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର ଚାଲିଛି। ଅନ୍ୟପଟେ ଉତ୍ତରପ୍ରଦେଶର ଆମେଠୀ ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିନାହିଁ।...

ଯଦି କଂଗ୍ରେସ କିଛି ନୁହେଁ ତେବେ ମୋଦି ଡରୁଛନ୍ତି କାହିଁକି: ଖାର୍ଗେ

ଥିରୁଭାନନ୍ତପୁରମ,୨୪।୪: ବୁଧବାର କେରଳର ଥିରୁଭାନନ୍ତପୁରମରେ ଏକ ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଗତ କିଛି ଦିନ...

ଉତ୍ତରାଧିକାର ଟ୍ୟାକ୍ସକୁ ନେଇ ଗୋଟିଏ ବୟାନ ବଢାଇଲା କଂଗ୍ରେସର ଟେନସନ!

ନୂଆଦିଲ୍ଲୀ,୨୪।୪: ବର୍ତ୍ତମାନ ସମ୍ପତ୍ତି ବଣ୍ଟନ ଏବଂ ଉତ୍ତରାଧିକାର ଟ୍ୟାକ୍ସକୁ ନେଇ ଦେଶରେ ଅନେକ ରାଜନୈତିକ ବାକ୍‌ଯୁଦ୍ଧ ଚାଲିଛି। କିଛି ଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି କହିଥିଲେ...

ପୁଣିଥରେ କ୍ଷମା ମାଗିଲେ ବାବା ରାମଦେବ, କହିଲେ ଆଉଥରେ ହେବନି ଭୁଲ

ନୂଆଦିଲ୍ଲୀ,୨୪।୪: ସୁପ୍ରିମକୋର୍ଟଙ୍କ ଭର୍ତ୍ସନା ପରେ ଯୋଗ ଗୁରୁ ବାବା ରାମଦେବ ଏବଂ ପତଞ୍ଜଳି ଆୟୁର୍ବେଦ ଲିମିଟେଡ ପରିଚାଳନା ନିର୍ଦ୍ଦେଶକ (MD) ବାଲକୃଷ୍ଣ ପୁନର୍ବାର ବିଭ୍ରାନ୍ତିକର ବିଜ୍ଞାପନ...

ମୋଦିଙ୍କୁ ଗାଳିଦେଲେ ଘରକୁ ଫେରିବନି: ବିରୋଧୀ ନେତାଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଧମକ

ମୁମ୍ବାଇ,୨୪/୪:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତି କେହି ଅପଶବ୍ଦ ବ୍ୟବହାର କଲେ, ତାଙ୍କୁ ଘରକୁ ଫେରିବାକୁ ଦିଆଯିବ ନାହିଁ ବୋଲି କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେ ଧମକ ଦେଇଛନ୍ତି।...

ମୁଁ ମୋଦିଙ୍କ ଭେଟିବାକୁ ଚାହେଁ, ମୋତେ ସମୟ ଦିଅନ୍ତୁ: ଖାର୍ଗେ

ନୂଆଦିଲ୍ଲୀ,୨୪।୪: ୨୦୨୪ ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରଚାର କରୁଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ମାନିଫେଷ୍ଟୋରେ ମୁସଲିମ ଲିଗର ଛାପ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri