Posted inଜାତୀୟ

ସୁପ୍ରିମକୋର୍ଟରେ ଖାରଜ ହେଲା ଚିଦାମ୍ବରମଙ୍କ ଆବେଦନ

ନୂଆଦିଲ୍ଲୀ,୨୬।୮: ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦାମ୍ବରମଙ୍କୁ ଲାଗିଛି ଝଟ୍‌କା। ସୋମବାର ସୁପ୍ରିମକୋର୍ଟ ଚିଦାମ୍ବରମଙ୍କ ସିବିଆଇ ମାମଲାର ଆବେଦନକୁ ଖାରଜ କରି ଦେଇଛନ୍ତି। ସିବିଆଇ ଦ୍ୱାରା ଚିଦାମ୍ବରମ ଗିରଫ ହେବା ପରେ ତାଙ୍କ ଆବେଦନ ବ୍ୟର୍ଥ ବୋଲି କହି କୋର୍ଟ ଏହାକୁ ଖାରଜ କରି ଦେଇଛନ୍ତି। ତେବେ ଚିଦାମ୍ବରଙ୍କ ଓକିଲ କପିଲ ଶିବଲ ଓ ଅଭିଶେକ ମନୁ ସିଂଘବି ଯୁକ୍ତି ବାଢିଥିଲେ କି ମାମଲା ବିଚାରଧୀନ ଥିବା ଅବସ୍ଥାରେ ସିବିଆଇ ଚିଦାମ୍ବରମଙ୍କୁ ଗିରଫ କରିବାର ନ ଥିଲା। ହେଲେ କୋର୍ଟ ଏମାନଙ୍କ ଦଲିଲକୁ ନ ଶୁଣି ଉକ୍ତ ଆବେଦନକୁ ଖାରଜ କରି ଦେଇଛନ୍ତି। ସୂଚନାଯୋଗ୍ୟ ଯେ, ହାଇକୋର୍ଟଙ୍କ ଦ୍ୱାରା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦାମ୍ବରମଙ୍କ ଆଗୁଆ ଜାମିନ ଆବେଦନ ରଦ୍ଦ କରାଯାଇଥିଲା। ହେଲେ ଏହି ନିଷ୍ପତ୍ତି ବିରୋଧରେ କରାଯାଇଥିବା ଆବେଦନକୁ ନେଇ ସୋମବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ସୁପ୍ରିମକୋର୍ଟର ଜଷ୍ଟିସ ଭାନୁମତି ଶୁଣାଣି ସମୟରେ କହିଛନ୍ତି, ସୁପ୍ରିମକୋର୍ଟ ସମ୍ବିଧାନ ପୀଠର ନିଷ୍ପତ୍ତି ହେଉଛି ଗୋଟିଏ ଥର ଗିରଫ ହେବା ପରେ ଆଗୁଆ ଜାମିନ ଆବେଦନ ବ୍ୟର୍ଥ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଟିମ ଇଣ୍ଡିଆରେ ବୈଭବ ସୁର୍ଯ୍ୟବଂଶୀଙ୍କ ଏଣ୍ଟ୍ରି ପକ୍କା? ବହୁ ଆଗରୁ ଫ୍ୟାନ ହୋଇସାରିଛନ୍ତି କ୍ୟାପଟେନ ସୂର୍ଯ୍ୟକୁମାର ଯାଦବ

ନୂଆଦିଲ୍ଲୀ,୨୮।୫: ଭାରତୀୟ ଟି-୨୦ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ଏକ ହୃଦୟସ୍ପର୍ଶୀ ପୋଷ୍ଟ ଶେୟାର କରିଛନ୍ତି। ହାଇଦ୍ରାବାଦ ବିପକ୍ଷରେ ଏଲିମିନେଟର ମ୍ୟାଚରେ ରାଜସ୍ଥାନ ରୟାଲ୍ସ…

ମାମୁଁ ଘରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ; ୧୬ ବର୍ଷୀୟା ନାବାଳିକା ୮ ମାସର ଗର୍ଭବତୀ, ଯୁବକ ଗିରଫ

ବଞ୍ଚୋ/ଘସିପୁରା, ୨୮।୫(ପ୍ରଦୋଷ କୁମାର ବିଶ୍ୱାଳ /ନିରଞ୍ଜନ ସାହୁ ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ କୁମୁଣିଆ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ…

‘ଯଦି ସରକାର ପରିବର୍ତ୍ତନ ହୋଇନଥାନ୍ତା, ତେବେ ମୋତେ ବିହାର ଫେରିବାକୁ ପଡିଥାନ୍ତା…’ – ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଝାଲମୁଢି ଖୁଆଇଥିବା ବିକ୍ରମ କାହିଁକି କହିଲେ ଏମିତି? ଜାଣନ୍ତୁ…

କୋଲକାତା,୨୮।୫: ‘ଯଦି ବଙ୍ଗଳାରେ ସରକାର ପରିବର୍ତ୍ତନ ହୋଇନଥାନ୍ତା, ତେବେ ଆମକୁ ସବୁକିଛି ପରିତ୍ୟାଗ କରି ବିହାର ଫେରିଯିବାକୁ ପଡ଼ିଥାନ୍ତା।’ ଏଗୁଡ଼ିକ ହେଉଛି ଝାରଗ୍ରାମର ଜଣେ ଝାଲମୁଢି ବିକ୍ରେତା…

ଅର୍ଦ୍ଧନିର୍ମିତ ବ୍ରିଜ୍ ପାଇଁ ବିପଦରେ ଲୋକଙ୍କ ଜୀବନ, ସମାଧାନ ପାଇଁ ପ୍ରଶାସନକୁ ଦାବି କଲେ ସ୍ଥାନୀୟ ବାସିନ୍ଦା

ଛତ୍ରପୁର,୨୮।୫(ଦିଲ୍ଲୀପ ସାମଲ) : ଗମନାଗମନ ସୁବିଧା ପାଇଁ ସରକାର ବିଭିନ୍ନ ବିକାଶମୂଳକ ପଦକ୍ଷେପ ନେଉଥିବା ବେଳେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି।…

ସରକାରୀ ଅଫିସରେ ବି ଅସୁରକ୍ଷିତ ମହିଳା! DRDA ଲେଡିଜ୍‌ ୱାସରୁମରୁ ଲାଗିଥିଲା ସିକ୍ରେଟ କ୍ୟାମେରା

ତିର୍ତ୍ତୋଲ,୨୮।୫(ଗୌରାଙ୍ଗ ଚରଣ ସ୍ବାଇଁ): ଜଗତସିଂହପୁର ଡିଆରଡିଏ କାର୍ଯ୍ୟାଳୟର ମହିଳା ୱାସରୁମରୁ ସିକ୍ରେଟ କ୍ୟାମେରା ଜବତ ହୋଇଛି । ଏହି କ୍ୟାମେରା କିଏ ଓ କେଉଁ ଉଦ୍ଦେଶ୍ୟରେ ଲଗାଇଥିଲା ତାହା…

ମାତ୍ର ୩ ଶବ୍ଦରେ ଜବାବ ଦେଲେ ବୈଭବ

ନୂଆଦିଲ୍ଲୀ,୨୮।୫: IPL 2026 ଏଲିମିନେଟର ମ୍ୟାଚ ସମୟରେ ସମଗ୍ର ବିଶ୍ୱ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଚମତ୍କାରିତା ଦେଖିଥିଲା। ବୈଭବ ମାତ୍ର 29 ବଲରେ 97 ରନ କରିଥିଲେ,…

ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିଲା କାର୍, ଦୁର୍ଘଟଣାରେ ଚାଲିଗଲା ୨ଜୀବନ

କେନ୍ଦୁଝର,୨୮।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୈତାରୀ ଥାନା ଅନ୍ତର୍ଗତ ରାସୋଳ ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଢେଙ୍କାନାଳରୁ ଘଟଗାଁ ଯାଉଥିବା ବେଳେ ରାସୋଳ ଗ୍ରାମ…

ମୁକେଶ ଅମ୍ବାନୀଙ୍କ 0 ଦରମା; ୬ ବର୍ଷରେ ବି ନେବେନି, ଆୟର ଉତ୍ସ କ’ଣ ଜାଣନ୍ତୁ

ନୂଆଦିଲ୍ଲୀ,୨୮।୫: ଏସିଆର ସବୁଠାରୁ ଧନୀ ବ୍ୟକ୍ତି ଏବଂ ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଏହି ବର୍ଷ ପୁଣି ଥରେ କମ୍ପାନୀରୁ ଦରମା ନେବେ ନାହିଁ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri