ସୁପ୍ରିମକୋର୍ଟରେ ରଥଯାତ୍ରା ଶୁଣାଣି: ପକ୍ଷଭୁକ୍ତ ହେଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ସୁପ୍ରିମକୋର୍ଟରେ ବର୍ତ୍ତମାନ ଜଣିକିଆ ବେଞ୍ଚରେ ରଥଯାତ୍ରା ପ୍ରସଙ୍ଗକୁ ନେଇ  ଶୁଣାଣି ଆରମ୍ଭ ହୋଇଛି। ଏହି ମାମଲାରେ ରାଜ୍ୟ ସରକାର ପକ୍ଷଭୁକ୍ତ ହୋଇଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ସତ୍ୟପାଠ ଦାଖଲ କରାଯାଇଛି। ଏହି ସତ୍ୟପାଠକୁ ରେସିଡେଣ୍ଟ କମିଶନର ସଞ୍ଜୀବ ମିଶ୍ର ଦାଖଲ କରିଛନ୍ତି। ଶ୍ରୀମନ୍ଦିର ପରିଚାଳନା ସମିତିର ଅଧ୍ୟକ୍ଷ ଗଜପତି ମହାରାଜାଙ୍କ ପ୍ରସ୍ତାବ କ୍ରମେ ରଥଯାତ୍ରା କରିବାକୁ ସତ୍ୟପାଠରେ ଦର୍ଶାଯାଇଛି। କୋଭିଡ୍‌ ଗାଇଡ୍‌ଲାଇନ୍‌ ମାନି ବିନା ଭକ୍ତରେ ରଥଯାତ୍ରା କରିବାକୁ ଏହି ସତ୍ୟପାଠରେ ଉଲ୍ଲେଖ ରହିଛି।