Posted inଜାତୀୟ

ସୁପ୍ରିମକୋର୍ଟରେ ରିପୋର୍ଟ ଦାଖଲ କଲା ସିବିଆଇ: ମୁଜାଫରପୁର ଆଶ୍ରୟ ଗୃହରେ ହୋଇନି ଅନ୍ତେବାସୀଙ୍କ ହତ୍ୟା

ନୂଆଦିଲ୍ଲୀ, ୯ା୧: ବିହାରର ବହୁଚର୍ଚ୍ଚିତ ମୁଜାଫରପୁର ଆଶ୍ରୟ ଗୃହରୁ ଯୁବତୀ ନିଖୋଜ ଏବଂ ହତ୍ୟା ମାମଲାରେ ବୁଧବାର କେନ୍ଦ୍ରୀୟ ତଦନ୍ତକାରୀ ବ୍ୟୁରୋ (ସିବିଆଇ) ସୁପ୍ରିମକୋର୍ଟରେ ରିପୋର୍ଟ ଦାଖଲ କରିଛି। ମୁଜଫରାପୁରରସ୍ଥିତ ଉକ୍ତ ଆଶ୍ରୟ ଗୃହରେ କୌଣସି ଯୁବତୀଙ୍କ ହତ୍ୟା ହୋଇନାହିଁ ଏବଂ ମିଳିଥିବା ମଣିଷ କଙ୍କାଳ କୌଣସି ନାବାଳିକା ଅନ୍ତେବାସୀଙ୍କ ନୁହେଁ ବୋଲି ସିବିଆଇ ନିଜ ରିପୋର୍ଟରେ ଉଲ୍ଲେଖ କରିଛି।
ପ୍ରଧାନ ବିଚାରପତି ଏସ୍‌.ଏ. ବୋବ୍‌ଡେଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଆଶ୍ରୟ ଗୃୃହ କେଳେଙ୍କାରୀ ମାମଲାର ଶୁଣାଣି କରି ସିବିଆଇ ରିପୋର୍ଟକୁ ଗ୍ରହଣ କରିଛନ୍ତି। ସିବିଆଇ ମୁଜାଫରପୁର ଆଶ୍ରୟ ଗୃୃହ କେଳେଙ୍କାରୀ ମାମଲା ସହ ମୋଟ ୧୭ଟି ଆଶ୍ରୟ ଗୃହରେ ଉତ୍ପୀଡ଼ନ ଏବଂ ନିର୍ଯାତନା ଘଟଣାର ତଦନ୍ତ ପରେ ରିପୋର୍ଟ ଦାଖଲ କରିଛି। ଆଟର୍ନି ଜେନେରାଲ କେ.କେ. ବେଣୁଗୋପାଳ ସିବିଆଇର ପକ୍ଷ ରଖି ଯୁକ୍ତି ବାଢିଥିଲେ ଯେ, ଆଶ୍ରୟ ଗୃହରୁ ମିଳିଥିବା ଦୁଇ କଙ୍କାଳ କୌଣସି ଅନ୍ତେବାସୀଙ୍କ ନୁହେଁ। ଗୋଟିଏ କଙ୍କାଳ ଜଣେ ପୁରୁଷଙ୍କ ଥିବାବେଳେ ଅନ୍ୟଟି ଜଣେ ମହିଳାଙ୍କ। ଏହି ବିଷୟ ଫୋରେନ୍‌ସିକ ରିପୋର୍ଟକୁ ଜଣାପଡ଼ିଛି। ଉଲ୍ଲେଖଯୋଗ୍ୟ ୨୦୧୮ରେ ଟାଟା ଇନଷ୍ଟିଚ୍ୟୁଟ ଅଫ୍‌ ସୋସିଆଲ ସାଇନ୍ସର ରିପୋର୍ଟ ପରେ ଏହି ଘଟଣା ପ୍ରକଟ ହୋଇ ସାରା ଦେଶରେ ଆଲୋଡ଼ନ ସୃଷ୍ଟି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

CM ବିଜୟଙ୍କ ଫିଲ୍ମ ଇଣ୍ଡଷ୍ଟ୍ରିକୁ ବଡ଼ ଉପହାର! ଥ୍ରୀଏଟରରେ ବଦଳିବ ୭୦ ବର୍ଷର ନିୟମ, ଏବେ ହେବ ଜୋରଦାର ରୋଜଗାର

ଚେନ୍ନାଇ,୨୭।୫: ତାମିଲନାଡୁର ନବନିର୍ୱାଚିତ ମୁଖ୍ୟମନ୍ତ୍ରୀ ତଥା ସୁପରଷ୍ଟାର୍‌ ଥାଲାପତି ବିଜୟ (Thalapathy Vijay) ଏବେ ଏଭଳି ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି, ଯାହା ତାମିଲ ଫିଲ୍ମ ଇଣ୍ଡଷ୍ଟ୍ରି…

ପୁରୀର ଏକ ରିସର୍ଟରୁ ଗିରଫ ହେଲେ TMC ବିଧାୟକ

ପୁରୀ,୨୭ା୫: ପଶ୍ଚିମବଙ୍ଗର ପୂର୍ବତନ ପରିବହନ ମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ(TMC)ର ବରିଷ୍ଠ ନେତା ଦିଲ୍ଲୀପ ମଣ୍ଡଳଙ୍କୁ ଏସ୍‌ଟିଏଫ୍‌ ଦ୍ୱାରା ଗିରଫ ହୋଇଥିବା ନେଇ ସୂଚନା ମିଳିଛି ।…

ଆଉ ୨ ଦିନ ଗରମ, ଗୁଳୁଗୁଳି

ଭୁବନେଶ୍ୱର ୨୭।୫ (ବନ୍ଦନା ସେଠୀ): ରାଜ୍ୟରେ ତାପମାତ୍ରାରେ ସାମାନ୍ୟ ହ୍ରାସ ଘଟିଥିଲେ ମଧ୍ୟ ମଙ୍ଗଳବାର ଗରମ ଓ ଗୁଳୁଗୁଳି ଜାରି ରହିଥିଲା। ୨୦ ସ୍ଥାନର ତାପମାତ୍ରା ୪୦…

ବ୍ୟବସାୟୀଙ୍କ ଦୋକାନରୁ ୪୩ ରନ୍ଧନ ଗ୍ୟାସ୍‌ ସିଲିଣ୍ଡର ଜବତ, ଅତର୍କିତ ଚଢାଉ କରି ପୋଲିସ…

ମହାକାଳପଡ଼ା, ୨୭ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନା କଣ୍ଟିଲୋ ଓ ପୂର୍ବ ସୁନୀତି ଗ୍ରାମରେ ଦୁଇ ବ୍ୟବସାୟୀଙ୍କ ଦୋକାନ ଗୃହରୁ…

୧୦ ବର୍ଷର ଝିଅକୁ ବଳାତ୍କାର ପରେ ହତ୍ୟା ଘଟଣାର ପ୍ରେସମିଟ୍‌ କରୁଥିବାବେଳେ ହସି ହସି ଗଡ଼ିଲେ ୩ IPS: ଭିଡିଓ ଭାଇରାଲ ପରେ…

କୋଏମ୍ବାଟୁର,୨୭।୫: ତାମିଲନାଡୁର କୋଏମ୍ବାଟୁରରେ ଜଣେ ୧୦ ବର୍ଷୀୟା ଝିଅକୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ନୃଶଂସ ହତ୍ୟାକାଣ୍ଡ ସମଗ୍ର ରାଜ୍ୟକୁ ଦୋହଲାଇ ଦେଇଛି। ବିଜୟ ସରକାର…

ବାପା ମାଛ ଧରାଳି, ପୁଅ ପାଇଲେ OAS: ବିନା କୋଚିଙ୍ଗ୍‌ରେ ମୋବାଇଲରୁ ପଢି ପାଇଲେ ସଫଳତା

ସୋରଡା,୨୭।୫( ରଜନି ମହାପାତ୍ର ): ଓଡ଼ିଶା ପବ୍ଲିକ ସର୍ଭିସ କମିଶନ ଦ୍ୱାରା ଆୟୋଜିତ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ୨୦୨୪-୨୫ ପରୀକ୍ଷାର ଫଳାଫଳ ପ୍ରକାଶ ପାଇଛି। ସୋରଡା…

ମନ୍ତ୍ରୀଙ୍କ ଛାତି ଧଡ଼ପଡ଼: କାହାର ଯିବ ପଦ କିଏ ଯୋଡ଼ା ହେବେ ନୂଆ

ଭୁବନେଶ୍ୱର,୨୭।୫ ଓଡ଼ିଶାରେ ଖୁବ୍ ଶୀଘ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହୋଇପାରେ ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ଜୋର୍ ଧରିଛି। ଏହାକୁ ନେଇ ମନ୍ତ୍ରୀ ଓ ବିଧାୟକମାନଙ୍କ ମଧ୍ୟରେ ଉତ୍ସୁକତା…

ପୁଣି ଦେବାଶିଷ ଯିବେ ରାଜ୍ୟ ସଭା ନା ଆଉ କିଏ? ବଡ଼ ଇସାରା ଦେଲେ ସୁରେଶ ପୂଜାରୀ, କହିଲେ ଯିଏ ଇସ୍ତଫା ଦେଇ…

ଭୁବନେଶ୍ୱର,୨୭।୫: ଓଡ଼ିଶାରେ ରାଜ୍ୟ ସଭା ଉପନିର୍ବାଚନ ପାଇଁ ECI ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଦେବାଶିଷ ସାମନ୍ତରାୟଙ୍କ ଇସ୍ତଫା ଦେବା ପରେ ବିଜ୍ଞପ୍ତି ପ୍ରକାଶ ପାଇଛି। ଖାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri