Posted inଜାତୀୟ

ସୁପ୍ରିମକୋର୍ଟ ଆମପାଇଁ ଭଗବାନ: ସଞ୍ଜୟ ରାଉତ

ମୁମ୍ବାଇ,୨୭ ।୬: ମହାରାଷ୍ଟ୍ରର ରାଜନୈତିକ ସଙ୍କଟ ବେଳକୁ ବେଳ ଭିନ୍ନ ଭିନ୍ନ ମୋଡ ନେଉଛି । ଅସନ୍ତୁଷ୍ଟ ବିଧାୟକ ଦଳର ନେତା ଏକନାଥ ସିନ୍ଧେଙ୍କ ଆବେଦନର ଶୁଣାଣି ସୋମବାର ସୁପ୍ରିମକୋର୍ଟରେ କରାଯାଇଛି । ଏହି ଶୁଣାଣି ସମୟରେ ଡେପୁଟି ସ୍ପିକରଙ୍କୁ ନାଟିସ ଜାରି କରାଯିବା ସହ ଏହାର ଜବାବ ୫ ଦିନ ମଧ୍ୟରେ ଦେବାକୁ କୁହାଯାଉଛି । ଆଉ ପରବର୍ତ୍ତି ଶୁଣାଣି ୧୧ ଜୁଲାଇକୁ ଘୁଞ୍ଚାଇ ଦିଆଯାଇଛି ।
ଏବେ ଏହି ଶୁଣାଣିକୁ ନେଇ ଶିବସେନା ନେତା ତଥା ଏମପି ସଞ୍ଜୟ ରାଉତ କହିଛନ୍ତି ବିଧାୟକଙ୍କ ଅଯୋଗ୍ୟ ଘୋଷଣା ପ୍ରକ୍ରିୟା ୧୧ ଜୁଲାଇ ପରେ ହେବ । କେବଳ ସେତିକି ନୁହେଁ ସଞ୍ଜୟ କହିଛନ୍ତି ସୁପ୍ରିମକୋର୍ଟ ଆମ ପାଇଁ ଭଗବାନ । ହେଲେ ମହାରାଷ୍ଟ୍ର ଜନତାଙ୍କ ଭଗବାନ ଅଲଗା । ସେ ଆହୁରି ମଧ୍ୟ କହିଛନ୍ତି ମୋତେ ଗିରଫ କରାଯାଉ ମୁଁ ଏଠି ଶିବସେନା ଭବନରେ ବସିଛି । ଯଦି ମୋତେ ଶିବସୈନିକଙ୍କ ପାଇଁ ବଳିଦାନ ଦେବାକୁ ପଡେ ତେବେ ମୁଁ ପ୍ରସ୍ତୁତ । ଏହା କୌଣସି ବଡ କଥା ନୁହେଁ ।


Enter your email to get our daily news in your inbox.

All Right Reserved By Dharitri.Com

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ଡିଜେଲ ଅଭାବରୁ ଚାଲିଲାନି ଜେନେରେଟର: ମରିଗଲେ ଫାର୍ମର ସମସ୍ତ କୁକୁଡ଼ା

ମାଲକାନଗିରି,୧୭।୫(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲାରେ ଡିଜେଲ ଅଭାବ ଏବେ ଗୁରୁତର ସମସ୍ୟା ହୋଇଛି। ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ ହେବା ପରେ ଜେନେରେଟର ଚାଲି ନ ଥିବାରୁ ଏକ…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ପଞ୍ଜାବକୁ ହରାଇ ପ୍ଲେଅଫ୍‌ରେ ସ୍ଥାନ ପକ୍କା କଲା ଆର୍‌ସିବି

ଧର୍ମଶାଳା,୧୭ା୫: ଭେଙ୍କଟେଶ ଆୟାରଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୨୩ ରନରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ଏହି…

ଆହତ ସତ୍ତ୍ୱେ ଖେଳିଲେ ବରୁଣ, ହସ୍ତକ୍ଷେପ କରିପାରେ ବିସିସିଆଇ

ନୂଆଦିଲ୍ଲୀ,୧୭ା୫: ଆହତ ସତ୍ତ୍ୱେ ବରୁଣ ଚକ୍ରବର୍ତ୍ତୀ ଶନିବାର ଗୁଜରାଟ ଟାଇଟନ୍ସ ବିପକ୍ଷ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ ପାଇଁ ସମ୍ପୂର୍ଣ୍ଣ ୪ ଓଭର ବୋଲିଂ କରିଥିଲେ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri