ସୁପ୍ରିମକୋର୍ଟ କଟକଣା: ମନ୍ଦିର ବେଢ଼ା ଭିତରେ ହେଲା ପହଣ୍ଡି, ଭକ୍ତଙ୍କୁ ବାରଣ

ମାଲକାନଗିରି,୨୩।୬(ଡି.ଏନ.ଏ): ସୁପ୍ରିମକୋର୍ଟଙ୍କ  ନିର୍ଦ୍ଦେଶ ଓ ରାଜ୍ୟ ସରକାରଙ୍କ କଟକଣାକୁ କଡ଼ାକଡ଼ି ଭାବେ ପାଳନ କରି ମାଲକାନଗିରିରେ ଘୋଷଯାତ୍ରା ପାଳିତ ହୋଇଯାଇଛି ା ଜିଲା ସଦର ମହକୁମାସ୍ଥିତ ଜଗନ୍ନାଥ ମନ୍ଦିର ପରିସରରେ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ମୁଖ୍ୟ ଫାଟକରେ ତାଲା ପଡିଥିଲା। କୋଭିଡ-୧୯ ନିୟମକୁ ପାଳନ କରାଯାଇ ମନ୍ଦିର ବେଢ଼ା ଭିତରେ ରୀତିନୀତି ଅନୁଯାୟୀ ପଟିଦିଅଁଙ୍କ ପହଣ୍ଡି ବିଜେ ଅନୁଷ୍ଟିତ ହୋଇଥିଲାା ଏହାପରେ ମିିନି ରଥରେ ଦିଅଁଙ୍କୁ ରଖାଯାଇ ମନ୍ଦିର ପରିସରରେ ଅସ୍ଥାୟୀ ମାଉସୀ ମା’ ଘରେ ରଖାଯାଇଥିଲାା ଏଥିରେ ରାଜ ପୂରୋହିତ ବିନାୟକ ଶତପଥୀ, ଦେବତୋର ବିଭାଗର ପଦାଧିକାରୀ ତଥା ତହସିଲଦାର ଡଃ.ଗୁଣନିଧି ନାୟକ, ଥାନା ଭାରପ୍ରାପ୍ତ ନିରୀକ୍ଷକ ରାମ ପ୍ରସାଦ ନାଗ ଓ କିଛି ସେବାୟତଙ୍କ ଉପସ୍ଥିତିରେ ଏହି ଘୋଷଯାତ୍ରା ଅନୁଷ୍ଟିତ ହୋଇଯାଇଛି। ଏଥିରେ ଭକ୍ତଙ୍କ ଦର୍ଶନ ଉପରେ କଟକଣା ଜାରୀ କରାଯାଇଥିବାରୁ କୌଣସି ଭକ୍ତଙ୍କ ସମାଗମ ହୋଇ ନ ଥିଲାା ସେହିପରି ଚିଦାନନ୍ଦ ସାହିସ୍ଥିତ ବନ ବିଭାଗର ଜଗନ୍ନାଥ ମନ୍ଦିରରେ ଘୋଷଯାତ୍ରା କୋଭିଡ ନିୟମ-୧୯ ଅନୁଯାୟୀ ପାଳିତ ହୋଇଯାଇଛି ା ଏଥିରେ ଖଣ୍ଡିୟ ବନାଧିକାରୀ ପ୍ରଦୀପ ଦେବୀଦାସ ମୀରାସେ, ସହକାରୀ ବନ ସଂରକ୍ଷକ ଶ୍ରୀକାନ୍ତ ନାୟକ, ବନାଂଚଳ ଅଧିକାରୀ ବାସୁଦେବ ନାୟକ ଓ ବନକର୍ମଚାରୀମାନେ ଅଂଶ ଗ୍ରହଣ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri