Posted inଜାତୀୟ

ସୁପ୍ରିମକୋର୍ଟ ବିଚାରପତି ସଂଖ୍ୟା ୩୩କୁ ବୃଦ୍ଧି: କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ,୧ା୮ : କେନ୍ଦ୍ର କ୍ୟାବିନେଟ ବୁଧବାର ସୁପ୍ରିମକୋର୍ଟ ବିଚାରପତିଙ୍କ ସଂଖ୍ୟା ୩୩କୁ ବୃଦ୍ଧି କରିଛି। ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କୁ ବାଦ୍‌ ଦେଇ ଏହି ସଂଖ୍ୟା ପୂର୍ବରୁ ୩୦ ଥିବାବେଳେ ଏବେ ଏଥିରେ ଆଉ ୩ ବୃଦ୍ଧି କରାଯାଇଛି। ଏ ସଂକ୍ରାନ୍ତ ପ୍ରସ୍ତାବକୁ କ୍ୟାବିନେଟର ଅନୁମୋଦନ ମିଳିଥିବା କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର ସୂଚନା ଦେଇଛନ୍ତି। କ୍ୟାବିନେଟ ବୈଠକ ପରେ ଗଣମାଧ୍ୟମକୁ ଜାଭଡେକର କହିଛନ୍ତି, ସୁପ୍ରିମକୋର୍ଟରେ ସିଜେଆଇଙ୍କ ସମେତ ୩୧ ବିଚାରପତି କାର୍ଯ୍ୟରତ ଅଛନ୍ତି। ବିଚାରପତି ବୃଦ୍ଧି ପାଇଁ ଉଦ୍ଦିଷ୍ଟ ବିଲ୍‌ ପାର୍ଲାମେଣ୍ଟରେ ଗୃହୀତ ହେଲେ ଏହି ସଂଖ୍ୟା ୩୪ (ସିଜେଆଇଙ୍କୁ ମିଶାଇ)କୁ ବୃଦ୍ଧି ପାଇବ। ବିଚାରପତିଙ୍କ ସଂଖ୍ୟା ୨୫ରୁ ୩୦କୁ ବୃଦ୍ଧି କରିବା ପାଇଁ ସୁପ୍ରିମକୋର୍ଟ (ବିଚାରପତିଙ୍କ ସଂଖ୍ୟା) ଆଇନ, ୧୯୫୬ ଶେଷଥର ଲାଗି ୨୦୦୯ରେ ସଂଶୋଧନ ହୋଇଥିଲା। ସିଜେଆଇ ରଞ୍ଜନ ଗୋଗୋଇ ସର୍ବୋଚ୍ଚ ଅଦାଲତରେ ଅଧିକ ସଂଖ୍ୟ ବିଚାରପତିଙ୍କୁ ନିଯୁକ୍ତ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଥିଲେ। ବିଚାରପତି ନିଯୁକ୍ତିରେ ମନ୍ଥରତା ଯୋଗୁ ବହୁ ମାମଲା ଗଡ଼ୁଛି ବୋଲି ସେ ଦର୍ଶାଇଥିଲେ। ଏହା ପରେ କ୍ୟାବିନେଟ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ପ୍ରକାଶ ଯେ, ସୁପ୍ରିମକୋର୍ଟରେ ୧୧,୫୯,୩୩୧ ମାମଲା ଗଡ଼ୁଛି ବୋଲି ରାଜ୍ୟ ସଭାରେ ଜୁଲାଇରେ ଏକ ପ୍ରଶ୍ନର ଲିଖିତ ଉତ୍ତରରେ ଆଇନ ମନ୍ତ୍ରଣାଳୟ ପକ୍ଷରୁ ଉତ୍ତର ରଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆସିଲା JEE Mains ରେଜଲ୍ଟ: କେମିତି ଜାଣିବେ ମେରିଟ ଲିଷ୍ଟ ତାଲିକା

ନୂଆଦିଲ୍ଲୀ,୨୫।୪: ନ୍ୟାଶନାଲ ଟେଷ୍ଟ ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ ମିଳିତ ପ୍ରବେଶିକା ପରୀକ୍ଷା (JEE Mains) ସେସନ-୨ ରେଜଲ୍ଟ ପ୍ରକାଶ ପାଇଛି। ଚଳିତ ବର୍ଷ ଜାନୁଆରୀ ଏବଂ...

ନିର୍ବାଚନ ପୂର୍ବରୁ ଜେଡିୟୁ ନେତାଙ୍କୁ ହତ୍ୟା

ପାଟନା,୨୫।୪: ବିହାରରେ ଶାସକ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଦଳର ଜଣେ ନେତାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ରାଜଧାନୀ ପାଟନା ଅଞ୍ଚଳରେ ଏହି ହତ୍ୟାକାଣ୍ଡ ପରେ...

ଓବିସି ବର୍ଗର ସବୁଠୁ ବଡ଼ ଶତ୍ରୁ ହେଉଛି କଂଗ୍ରେସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କଂଗ୍ରେସ ନେତୃତ୍ୱାଧୀନ କର୍ଣ୍ଣାଟକ ସରକାରଙ୍କ ମୁସଲିମ ସମ୍ପ୍ରଦାୟକୁ ରାଜ୍ୟ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ନିଷ୍ପତ୍ତିକୁ ସମାଲୋଚନା କରି...

ଏହି ଆସନରେ ନିଜର ପ୍ରାର୍ଥୀଙ୍କୁ ଭୋଟ୍‌ ନଦେବାକୁ ନିବେଦନ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୨୪ା୪: ଦେଶରେ ଜାରି ରହିଥିବା ସାଧାରଣ ନିର୍ବାଚନକୁ ନେଇ ନାନା ରୋଚକ ଖବରମାନ ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ରାଜସ୍ଥାନରେ କଂଗ୍ରେସ ଏହାର ଏକ ପ୍ରାର୍ଥିଙ୍କୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri